Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ନିଜ କଲେଜ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
ବିଶେଷ ଖବର

ଆସନ୍ତାକାଲି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ନିଜ କଲେଜ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

February 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
President
ଆସନ୍ତାକାଲି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ନିଜ କଲେଜ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ଭୁବନେଶ୍ବର: ଆସନ୍ତାକାଲି ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଦିନ ୧୧ ଟା ୪୫ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବେ ବୋଲି ଜଣାପଡିଛି। ଆସନ୍ତାକାଲି ସେ ପୂର୍ବହ୍ନରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦେବେ। ଏହି ଉତ୍ସବ ଭୁବନେଶ୍ବରର ଉତ୍କଳ ମଣ୍ଡପରେ ଆୟୋଜନ କରାଯାଇଛି।

ଏହାପରେ ସେ ରାଜଭବନ ଯିବେ। ସେଠାରୁ ଅପରାହ୍ନରେ ସେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେ ଏହି ଉତ୍ସବରେ ଦୀକ୍ଷାନ୍ତ ଭାଷଣ ଦେବା ସହିତ ଚାରି ଓଡିଆ ମହିଳାଙ୍କୁ ଡିଲିଟ ପ୍ରଦାନ କରିବେ। ଏଥିପାଇଁ ବିଶ୍ବବିଦ୍ୟାଳୟ ତରଫରୁ ବ୍ୟାପବକ ବନ୍ଦୋବସ୍ତ କରାଯାଇଛି।

ଏହି ଉତ୍ସବରେ ବିଶ୍ବବିଦ୍ୟାଳୟର କୁଳାଧୀପତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀ ରୋହିତ ପୂଜାରୀ, ଉଚ୍ଚଶିକ୍ଷା ସଚିବ ବିଷ୍ଣପଦ ସେଠୀ ପ୍ରମୁଖ ଯୋଗଦେବେ। ତେବେ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଉ ନ ଥିବାର ଜଣାପଡିଛି।

ପ୍ରଥମ ଥର ପାଇଁ ନିଜ କଲେଜକୁ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଏହି କଲେଜରେ ୧୯୭୫ ମସିହାରୁ ୧୯୭୯ ପର‌୍ୟ୍ୟନ୍ତ ଛାତ୍ରୀଥିଲେ। ସେ ସମୟରେ ଯେଉଁମାନେ ତାଙ୍କର କ୍ଲାସମେଟ ଥିଲେ ସେମାନଙ୍କୁ ଏହି ଉତ୍ସବରେ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯାଇଛି। ରାଷ୍ଟ୍ରପତି ଏହି କଲେଜ ବୁଲି ନିଜର ଅନୁଭୂତିକୁ ସ୍ମୃତି ଚାରଣ କରିବେ ବୋଲି ଜଣାପଡିଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ୨୦୧୯ ମସିହାରେ ରମାଦେବୀ ବିଶ୍ବବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବରେ ତାଙ୍କୁ ଡକ୍ଟରେଟ ସମ୍ମାନ ପ୍ରଦାନ କରାଯାଇଥିଲା। ସେତେବେଳେ ସେ ଝାଡଖଣ୍ଡର ରାଜ୍ୟପାଳ ଥିଲେ। ରାଷ୍ଟ୍ରପତି ଭାବେ ନିଜ କଲେଜକୁ ଆସୁଥିବାରୁ ଛାତ୍ରଛାତ୍ରୀ ତଥା ଅଧ୍ୟାପକଅଧ୍ୟାପିକାମାନେ ବେଶ ଉତ୍ସାହିତ ହୋଇପଡିଛନ୍ତି।

ସେହିପରି ରାଷ୍ଟ୍ରପତି ୧୧ ତାରିଖ ଦିନ ସକାଳେ ଲିଙ୍ଗରାଜ ମନ୍ଦିର ଦର୍ଶନରେ ଯିବେ। ସେଠାରେ ସେ ପ୍ରଭୃଙ୍କ ଦର୍ଶନ କରି ବେଢା ପରିକ୍ରମା କରିବେ। ସେଥିପାଇଁ ପୋଲିସ ପ୍ରଶାସନ ତରଫରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏହାପରେ ସେ କଟକ କେନ୍ଦ୍ର ଧାନଗବେଷଣ କେନ୍ଦ୍ରର କାର‌୍ୟ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ ସେ ଦିଲ୍ଲୀ ଫେରିଯିବେ ବୋଲି ଜଣାପଡିଛି। ରାଷ୍ଟ୍ରପତି ହେବା ପରେ ଏହା ହେଉଛି ତାଙ୍କର ଦ୍ବିତୀୟ ଓଡିଶା ଗସ୍ତ।

ରମାଦେବୀ ବିଶ୍ବବିଦ୍ୟାଳୟ ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Latest News

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.