Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, କହିଲେ..
ଜାତୀୟ ଖବର

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, କହିଲେ..

February 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
BijayPatnaik
କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, କହିଲେ..

ନୂଆଦିଲ୍ଲୀ: ଶେଷରେ କଂଗ୍ରେସରେ ଯୋଗଦେଇଛନ୍ତି ଓଡିଶାର ପୂର୍ବତନ ମୁଖ୍ୟଶାସନ ସଚିବ ବିଜୟ ପଟ୍ଟନାୟକ। ଆଜି ନୂଆଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଏଥିରେ କଂଗ୍ରେସ ଓଡିଶା ପ୍ରଭାରୀ ଚେଲ୍ଲା କୁମାର ଏବଂ ପ୍ରଦେଶ ସଭାପତି ଶରତ ପଟ୍ଟନାୟକ ଯୋଗ ଦେଇଥିଲେ। ବିଜୟଙ୍କୁ ଉତ୍ତରୀୟ ଏବଂ ଫୁଲ ତୋଡା ଦେଇ ଖାଡଗେ ଦଳକୁ ସ୍ବାଗତ କରିଥିଲେ।

ସେ କଂଗ୍ରେସରେ ଯୋଗ ଦେବା ପରେ କହିଛନ୍ତି ଯେ, ଦଳର ଆଦର୍ଶରେ ଅନୁପ୍ରାଣିତ ହୋଇ କଂଗ୍ରେସରେ ଯୋଗ ଦେଇଛି। ମୋର ରାଜନୀତିରେ ଏହା ହେଉଛି ପ୍ରଥମ ପାଦ। ଓଡିଶାରେ ବର୍ତ୍ତମାନ କୁ ଶାସନ ଚାଲିଛି। ଲୋକଙ୍କ ପାଖରେ ଶାସନ ପହଞ୍ଚି ପାରୁ ନାହିଁ। ମୁଁ ଲୋକଙ୍କ ପାଇଁ କାମ କରିବି।

ରାହୁଳ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ବେଶ ସଫଳତା ହାସଲ କରିଛି। ସାରା ଭାରତରେ ଲୋକପ୍ରିୟ ହୋଇପାରିଛି। ମୋର ପ୍ରଶାସନିକ କ୍ଷେତ୍ରରେ ୪୦ ବର୍ଷର ଅଭିଜ୍ଞତା ରହିଛି। ତାହାକୁ ପାଥେୟ କରି ଓଡିଶାର ଲୋକଙ୍କ ସେବା କରିବି। ବର୍ତ୍ତମାନ ପ୍ରଶାସନ ଓଡିଶା ଲୋକଙ୍କଠାରୁ ବେଶ ଦୂରେଇ ଯାଇଛି।

ବିଜୟ ପଟ୍ଟନାୟକ ୨୦୧୩ ମସିହାରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେବା ପରେ ସେ ଷ୍ଟାଫ୍‌ ସିଲେକ୍ସନ୍‌ କମିସନ୍‌ର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ। ଏହାପରେ ସେ ମାନବାଧିକାର କମିଶନ ଭାବେ ନିଯୁକ୍ତ ହୋଇଥିଲେ। ସେଠାରୁ ସେ ଇସ୍ତଫା ଦେଇ ବେଦାନ୍ତ ବିଶ୍ବବିଦ୍ୟାଳୟରେ ଯୋଗଦେଇଥିଲେ। ସେଠାରୁ ମଧ୍ୟ ପରବର୍ତ୍ତି ସମୟରେ ଇସ୍ତଫା ଦେଇଥିଲେ। ସେ ମୁଖ୍ୟ ଶାସନ ସଚିବ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ଥିଲେ।

ବିଜୟ ପଟ୍ଟନାୟକ ପୂର୍ବରୁ କଂଗ୍ରେସରେ ଯୋଗଦେବେ ବୋଲି ପ୍ରସ୍ତୁତି ସରିଥିଲା। ସେତେବେଳେ ଶରତ ପଟ୍ଟନାୟକ ସଭାପତି ହୋଇ ନ ଥିଲେ। ହେଲେ ସେ ସଭାପତି ହେବା ପରେ ବିଜୟଙ୍କ ମିଶ୍ରଣ ସ୍ଥଗିତ ରହିଥିଲା। ତାଙ୍କୁ ଦଳରେ ସାମିଲ କରିବା ପାଇଁ ଦିଲ୍ଲୀ ସ୍ତରୀୟ ନେତାମାନେ ପ୍ରଚେଷ୍ଠା କରିଥିଲେ। ଏ ନେଇ ଭୁବନେଶ୍ବରରେ ବିଜୟଙ୍କ ସହିତ ଏକାଧିକବାର ବୈଠକ ହୋଇଥିଲା। ଯାହା ଆଜି ସଫଳ ହୋଇଛି।

ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Latest News

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.