Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ନିଜ ଛାତ୍ରୀ ଜୀବନର ସ୍ମୃତି ଚାରଣ କଲେ ରାଷ୍ଟ୍ରପତି
ଜାତୀୟ ଖବର

ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ନିଜ ଛାତ୍ରୀ ଜୀବନର ସ୍ମୃତି ଚାରଣ କଲେ ରାଷ୍ଟ୍ରପତି

February 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
President In RD
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ନିଜ ଛାତ୍ରୀ ଜୀବନର ସ୍ମୃତି ଚାରଣ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ  ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ଅପରାହ୍ନ ୪ଟା ୦୫ମିନିଟ୍  ସମୟରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେ ଉପସ୍ଥିତ ଛାତ୍ରୀ,ଅଧ୍ୟାପିକା ଓ ଅଧ୍ୟାପକମାନଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବା ସହିତ ଜଣେ ପୁରାତନ ଛାତ୍ରୀଭାବେ ଏଠାରେ ବିତାଇଥିବା ନିଜ ପୁରୁଣା ଦିନର ସ୍ମୃତିଚାରଣ କରିଥିଲେ।

ଏହି ଅବସରରେ ରାଷ୍ଟ୍ରପତି ମା ରମାଦେବୀଙ୍କ ପ୍ରତି ସାଦର ଶ୍ରଦ୍ଧା, ସୁମନ ଅର୍ପଣ କରିବା ସହିତ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ବିଶ୍ୱବିଦ୍ୟାଳୟର ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ଉତ୍କଳର ଅନ୍ୟ ବରପୁତ୍ରମାନଙ୍କୁ ପ୍ରଣିପାତ କରିଥିଲେ। ଏହି ଅନୁଷ୍ଠାନର ପୁରାତନ ଛାତ୍ରୀଭାବେ ସେ ନିଜକୁ ଅତ୍ୟନ୍ତ ଆନନ୍ଦିତ ଓ ଗର୍ବିତ ମନେ କରି ସେ ସମୟର ଅଧ୍ୟାପିକା ବିଣାପାଣି ମହାନ୍ତି ଓ ଶକୁନ୍ତଳା ବଳିୟାର ସିଂଙ୍କର ନାମ ନେଇ ସେତେବେଳର ଅଧ୍ୟାପକ ଓ ଅଧ୍ୟାପିକାଙ୍କର ଶିକ୍ଷାଦାନ ପଦ୍ଧତି ସେମାନଙ୍କୁ ଅନୁପ୍ରାଣିତ କରୁଥିଲା ବୋଲି କହିଥିଲେ।

ରାଷ୍ଟ୍ରପତି ଭାରତର ବହୁ ମହିୟସୀ ମହିଳାମାନଙ୍କର ଉଦାହରଣ ଦେଇ କହିଲେ ଯେ, ସାହିତ୍ୟ, ସଂସ୍କୃତି, ନୃତ୍ୟ, କଳା, ମହାକାଶ ବିଜ୍ଞାନ ,ରାଜନୀତି, ଶାସନ ବ୍ୟବସ୍ଥା ଆଦି ପ୍ରତ୍ୟେକ କ୍ଷେତ୍ରରେ ନାରୀମାନ ନିଜକୁ ପ୍ରତିଷ୍ଠିତ କରି ନିଜ ନିଜର ଶ୍ରେଷ୍ଠତ୍ୱ ପ୍ରତିପ୍ରାଦନ କରିଛନ୍ତି। ଏହି ଅବସରରେ ସେ କସ୍ତୁରବା ଗାନ୍ଧୀ,ମା ସରଳା ଦେବୀଙ୍କ ଠାରୁ ଆରମ୍ଭ କରି ପ୍ରତିଭା ରାୟ, ୟାମିନୀ କୃଷ୍ଣମୂର୍ତ୍ତୀ, କଳ୍ପନା ଚାଓଲା, କଳ୍ପନା ଦାସ, ସୋନାଲ ମାନସିଂହ ପର୍ଯ୍ୟନ୍ତ ଉଲ୍ଲେଖୀନୀୟ ସଫଳତା ତଥା ଦେଶପାଇଁ ଯୋଗଦାନ ରହିଥିବା ବହୁ ପ୍ରେରଣାଦାୟୀ  ନାରୀମାନଙ୍କର ଉଦାହରଣ ଦେଇଥିଲେ।

ରାଷ୍ଟ୍ରପତି ଆହୁରି ମଧ୍ୟ କହିଲେ ଯେ,ଭାରତ ସରକାର ଓ ରାଜ୍ୟ ସରକାର ଦେଶ ତଥା ରାଜ୍ୟର ବିକାଶ ପାଇଁ ସବୁ ପ୍ରକାର  ପ୍ରକାଶ ଜାରି ରଖିଛନ୍ତି। ତେବେ ପ୍ରତ୍ୟେକ ନାଗରିକ କଠିନ ପରିଶ୍ରମ ଓ  ନିଜ  ଦାୟିତ୍ୱକୁ  ସଠିକ ରୁପେ ନିର୍ବାହ କରିବାକୁ ସେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ। ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ ପରେ ଜୀବନ ବିଶ୍ୱବିଦ୍ୟାଳୟରେ ସଫଳ ହେବା ପାଇଁ ନିଜ ଶକ୍ତି ଓ ସାମର୍ଥ୍ୟ ଉପରେ ଗଭୀର ଆତ୍ମବିଶ୍ୱାସ ରଖିବାକୁ ସେ ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।  ପ୍ରଥମେ ଦେଶ ଓ ଶେଷରେ ବ୍ୟକ୍ତି ବୋଲି କହିବା ସହିତ ନିଜ ଦେଶକୁ ଶ୍ରେଷ୍ଠ ରୂପେ ଦେଖିବା ପାଇଁ ବ୍ୟକ୍ତିକୁ ପ୍ରଥମେ ନିଷ୍ଠାର ସହିତ କାର୍ଯ୍ୟ କରିବାକୁ ପଡିବ ବୋଲି ସେ କହିଥିଲେ।

୨୦୪୭ ସୁଦ୍ଧା  ଭାରତକୁ ବୈଭବଶାଳୀ ରାଷ୍ଟ୍ରରୂପେ ଗଢିବା ପାଇଁ ସମସ୍ତଙ୍କର ମିଳିତ ପ୍ରୟାସର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ସଂପ୍ରତି  ବୈଷୟକ ଜ୍ଞାନ କୌଶଳ ଦ୍ରୁତ ପରିବର୍ତ୍ତନର ବାହକ ହୋଇଥିବା ବେଳେ ସଦ୍ୟତମ ଟେକ୍ନନୋଲୋଜିର ସହାୟତାରେ ବିକାଶ କ୍ଷେତ୍ରରେ ଅଗ୍ରସର ହେବା ସହ ଜ୍ଞାନ ବିଜ୍ଞାନରେ ସମସ୍ତଙ୍କୁ ଦକ୍ଷ ହେବାକୁ ପଡିବ ବୋଲି ମାନ୍ୟବର ରାଷ୍ଟ୍ରପତି ପ୍ରକାଶ କରିଥିଲେ। ଏଥି ସହିତ ପ୍ରକୃତ ପ୍ରଗତି ପାଇଁ  ମାନବୀୟ ମୂଲ୍ୟବୋଧକୁ ଜୀବନଧାରାର ଅଙ୍ଗ କରିବା ତଥା ପ୍ରତ୍ୟହ ଯୋଗାଭ୍ୟାସ ଉପରେ ସେ ଗୁରୁତ୍ୱ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ତଥା  ବିଶ୍ୱବିଦ୍ୟାଳୟର  କୁଳାଧିପତି ପ୍ରଫେସର ଗଣେଶୀ, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ, ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ କୌଶଳ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗ ଦେଇ ଥିଲେ।

 

ଦ୍ରୌପଦୀ ମୁର୍ମୁ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.