Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଲୋକେ କାହିଁକି ହେଲେ ଆଶ୍ଚର୍ଯ୍ୟ
ଜାତୀୟ ଖବର

ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଲୋକେ କାହିଁକି ହେଲେ ଆଶ୍ଚର୍ଯ୍ୟ

February 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଲୋକେ କାହିଁକି ହେଲେ ଆଶ୍ଚର୍ଯ୍ୟ

ଭୁବନେଶ୍ବର: ଆଜି ସକାଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପରିବାର ସହିତ ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ସେ ପ୍ରାୟ ୪୦ ମିନଟ ଧରି ମନ୍ଦିରରେ ରହି ପୂଜା ଅର୍ଚ୍ଚନା କରିଥିଲେ। ସେ ମନ୍ଦିରରେ ଉଭୟ ଜଳାଭିଷେକ ଏବଂ ଖିର ଅଭିଷେକ ମଧ୍ୟ କରିଥିଲେ। ସେତିକି ନୁହେଁ ସେ ମନ୍ଦିର ବେଢା ଭ୍ରମଣ କରି ସମସ୍ତ ମନ୍ଦିରରେ ମୁଣ୍ଡିଆ ମାରିଥିଲେ।

ରାଷ୍ଟ୍ରପତିଙ୍କ ପାଇଁ ମନ୍ଦିରର ଐତିହ୍ୟ ସଂପର୍କରେ ଅବଗତ କରାଇବା ପାଇଁ ମନ୍ଦିର ପ୍ରଶାସନ ତରଫରୁ ଜଣଙ୍କୁ ନିଯୁକ୍ତ କରାଯାଇଥିଲା। ଏହି ସମୟରେ ତାଙ୍କ ପାଖରେ ଖୋର୍ଦ୍ଧା ଜିଲ୍ଲାପାଳ, ମନ୍ଦିର ପ୍ରଶାସନ ମୁଖ୍ୟଙ୍କ ସହିତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମନ୍ଦିର ଚତୁପାର୍ଶରେ ସମସ୍ତେ ପରିଦର୍ଶନ କରିଥିଲେ।

ଏହାପରେ ରାଷ୍ଟ୍ରପତିଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ପ୍ରଭୃ ଲିଙ୍ଗରାଜଙ୍କ ଶୁଖୁଲା ପ୍ରସାଦ ପ୍ରଦାନ କରାଯାଇଥିଲା। ଅନ୍ୟପକ୍ଷରେ ରାଷ୍ଟ୍ରପତି ସେଠାରେ ଥିବା ସେବକମାନଙ୍କୁ ଉପଢୌକନ ଦେଇ ସମ୍ମାନିତ କରିଥିଲେ।

ରାଷ୍ଟ୍ରପତି ପ୍ରଥମେ ରଥ ରୋଡ ଦେଇ ମନ୍ଦିରକୁ ଯାଇଥିଲେ। ମନ୍ଦିର ସମ୍ମୁଖରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସେଠାରେ ଆଦିବାସୀ ନୃତ୍ୟ ଓ ବାଜା ବଜାଇ ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯାଇଥିଲା। ମନ୍ଦିର ପାଖରେ ରାଷ୍ଟ୍ରପତି ପହଞ୍ଚିବା ପରେ ସେ ପ୍ରଥମେ ପାଦହରା ପୁଷ୍କରଣୀକୁ ଯାଇ ପାଦ ଧୋଇ ମନ୍ଦିର ଭିତରେ ପ୍ରବେଶ କରିଥିଲେ।

ରାଷ୍ଟ୍ରପତିଙ୍କ କୌଣସି କାର୍ଯ୍ୟକ୍ରମରେ ସାମିଲ ନ ଥିଲା ବେଳେ ସେ ହଠାତ ଖାଲିପାଦରେ ଚାଲିଚାଲି ବିନ୍ଦୁ ସାଗରକୁ ଯାଇଥିଲେ। ଏହି ସମୟରେ ପ୍ରଶାସନ ତରଫରୁ ବ୍ୟବସ୍ଥା କରାଯାଇ ନ ଥିବାରେ ସମସ୍ତେ ହଡବଡେଇ ଯାଇଥିଲେ। ରାଷ୍ଟ୍ରପତି ଖାଲିପାଦରେ ମନ୍ଦିରରୁ ବିନ୍ଦୁ ସାଗରକୁ ଚାଲିଚାଲି ଯିବା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇପଡିଥିଲେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.