Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଟକରେ ଦ୍ବିତୀୟ ଭାରତୀୟ ରାଇସ୍ କଂଗ୍ରେସକୁ ଉଦଘାଟନ କଲେ ରାଷ୍ଟ୍ରପତି
ଜାତୀୟ ଖବର

କଟକରେ ଦ୍ବିତୀୟ ଭାରତୀୟ ରାଇସ୍ କଂଗ୍ରେସକୁ ଉଦଘାଟନ କଲେ ରାଷ୍ଟ୍ରପତି

February 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କଟକରେ ଦ୍ବିତୀୟ ଭାରତୀୟ ରାଇସ୍ କଂଗ୍ରେସକୁ ଉଦଘାଟନ କଲେ ରାଷ୍ଟ୍ରପତି

କଟକ: ଚାଉଳ ଭାରତୀୟ ଖାଦ୍ୟ ସୁରକ୍ଷାର ଏକ ମୁଖ୍ୟ ଆଧାର ଏବଂ ଆମ ଅର୍ଥବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ ବୋଲି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କହିଛନ୍ତି । କଟକ ସ୍ଥିତ ଆଇସିଏଆର – ଜାତୀୟ ଧାନ ଗବେଷଣା କେନ୍ଦ୍ର ଠାରେ ଆଜି (ଫେବୃଆରୀ ୧୧, ୨୦୨୩) ଦ୍ବିତୀୟ ଭାରତୀୟ ରାଇସ କଂଗ୍ରେସକୁ ଉଦଘାଟନ କରିବା ଅବସରରେ ରାଷ୍ଟ୍ରପତି ଏହା କହିଛନ୍ତି।

ରାଷ୍ଟ୍ରପତି କହିଥିଲେ ଯେ ଆଜି ଭାରତ ଚାଉଳର ଏକ ପ୍ରମୁଖ ଉପଭୋକ୍ତା ଏବଂ ବଡ଼ ରପ୍ତାନିକାରୀ, କିନ୍ତୁ ଦେଶ ସ୍ବାଧୀନ ହେବା ସମୟରେ ପରିସ୍ଥିତି ଭିନ୍ନ ଥିଲା। ସେତେବେଳେ ଆମେ ନିଜର ଖାଦ୍ୟ ଆବଶ୍ୟକତା ପୂରଣ କରିବା ଲାଗି ଅନ୍ୟମାନଙ୍କ ଉପରେ ନିର୍ଭର କରୁଥିଲୁ। ଅଧିକାଂଶ ସମୟରେ ଆମକୁ ପେଟପୂରା ଖାଇବାକୁ ମିଳୁନଥିଲା। ଦେଶ ଆଜି ଏପରି ନିର୍ଭରଶୀଳତାରୁ ମୁକ୍ତ ହୋଇପାରିଛି ଏବଂ ବିଶ୍ବର ସର୍ବବୃହତ ରପ୍ତାନିକାରୀ ରାଷ୍ଟ୍ରରେ ପରିଣତ ହୋଇଛି । ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନକୁ ଏହାର ଯଥେଷ୍ଟ ଶ୍ରେୟ ଦିଆଯିବା ଉଚିତ୍। ଏହି ଗବେଷଣା ପ୍ରତିଷ୍ଠାନ ଭାରତର ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ବ୍ୟାପକ ଯୋଗଦାନ ଦେଇଛି ଏବଂ ଚାଷୀଙ୍କ ଜୀବନରେ ସୁଧାର ଆଣିପାରିଛି।

ରାଷ୍ଟ୍ରପତି କହିଥିଲେ ଯେ ବିଗତ ଶତାବ୍ଦୀରେ ଜଳସେଚନ ସୁବିଧାର ସମ୍ପ୍ରସାରଣ ହୋଇଥିଲା। ନୂଆ ସ୍ଥାନରେ ଧାନ ଅମଳ ହେଲା ଏବଂ ଧାନକୁ ନୂଆ ଉପଭୋକ୍ତା ମିଳିଥିଲେ। ଧାନ ଫସଲ ପାଇଁ ପ୍ରଚୁର ମାତ୍ରାରେ ଜଳର ଆବଶ୍ୟକତା ରହିଛି, କିନ୍ତୁ ଆଜି ଜଳବାୟୁ ପରିବର୍ତ୍ତନ କାରଣରୁ ବିଶ୍ବର ବିଭିନ୍ନ ପ୍ରାନ୍ତରେ ଜଳାଭାବ ସମସ୍ୟା ଦେଖା ଦେଇଛି। ମରୁଡ଼ି, ମନ୍ୟା ଓ ବାତ୍ୟା ଭଳି ବିପର‌୍ୟ୍ୟୟ ଏବେ ବାରମ୍ବାର ଦେଖିବାକୁ ମିଳୁଛି ଯାହାକି ଧାନ ଚାଷକୁ ଅଧିକ ବିପଦରେ ପକାଉଛି । ସେ କହିଥିଲେ ଯେ, ଏବେ ଧାନ ଚାଷର ନୂତନ ପଦ୍ଧତି ଆବିଷ୍କାର ହୋଇଥିଲେ ମଧ୍ୟ ପାରମ୍ପରିକ କିସମର ଧାନ ଚାଷକୁ ନାନା ସମସ୍ୟାର ସମ୍ମୁଖିନ ହେବାକୁ ପଡ଼ୁଛି।

ଏଭଳି ପରିସ୍ଥିତିରେ ଆମେ ମଧ୍ୟମ ମାର୍ଗ ଆପଣାଇବା ଉଚିତ୍ । ଗୋଟିଏ ପଟେ ପାରମ୍ପରିକ କିସମର ସଂରକ୍ଷଣ ଏବଂ ସୁରକ୍ଷା ସହିତ ଅନ୍ୟପଟେ ପରିବେଶ ସନ୍ତୁଳନ ବଜାୟ ରଖିବାକୁ ହେବ । ଆଉ ଏକ ସମସ୍ୟା ହେଉଛି ଅତ୍ୟଧିକ ରାସାୟନିକ ସାର ଉପଯୋଗ କାରଣରୁ ହେଉଥିବା ମୃତ୍ତିକା କ୍ଷୟକୁ ରୋକିବା। ଆଧୁନିକ ଧାନ ଚାଷ ପାଇଁ ଏହାକୁ ଜରୁରି ବୋଲି ବିବେଚନା କରାଯାଇଥାଏ। ମୃତ୍ତିକାକୁ ସୁସ୍ଥ ରଖିବାକୁ ହେଲେ ଆମକୁ ଏଭଳି ସାର ଉପରେ ନିର୍ଭରଶୀଳତା କମାଇବାକୁ ପଡ଼ିବ । ଆମର ବୈଜ୍ଞାନିକମାନେ ପରିବେଶ ଅନୁକୂଳ ଧାନ ଚାଷ ପଦ୍ଧତି ଉଦ୍ଭାବନ କରିପାରିବେ ବୋଲି ରାଷ୍ଟ୍ରପତି ବିଶ୍ବାସ ପ୍ରକଟ କରିଥିଲେ।

ରାଷ୍ଟ୍ରପତି କହିଥିଲେ ଯେ, ଚାଉଳ ଆମ ଖାଦ୍ୟ ସୁରକ୍ଷାର ଆଧାର, ଆମେ ଏହାର ପୋଷକ ତତ୍ତ୍ବ ବିଷୟରେ ମଧ୍ୟ ଚିନ୍ତା କରିବା ଉଚିତ୍ । କମ ଆୟ ବର୍ଗର ବହୁ ସଂଖ୍ୟାରେ ଲୋକମାନେ ଖାଦ୍ୟ ପାଇଁ ଚାଉଳ ଉପରେ ନିର୍ଭର କରିଥାନ୍ତି, ଏହା ସେମାନଙ୍କ ପାଇଁ ଦୈନିକ ପୋଷଣର ଏକମାତ୍ର ଉତ୍ସ। ତେଣୁ ଚାଉଳ ମାଧ୍ୟମରେ ପ୍ରୋଟିନ, ଭିଟାମିନ ଓ ଅନ୍ୟ ଜରୁରି ପୋଷକ ତତ୍ତ୍ବ ଯୋଗାଇ ଦେବା ଦ୍ବାରା କୁପୋଷଣକୁ ଦୂର କରାଯାଇପାରିବ ।

ଆଇସିଏଆର-ଏନଆରଆରଆଇ ପକ୍ଷରୁ ଭାରତର ପ୍ରଥମ ଉଚ୍ଚ ପ୍ରୋଟିନଯୁକ୍ତ ଧାନ ‘ସିଆର ଧାନ ୩୧୦’ ବିକଶିତ କରାଯାଇଥିବାରୁ ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଥିଲେ । ସେ କହିଥିଲେ ଯେ ବିଜ୍ଞାନ କିଭଳି ସମାଜ ସେବା କରିପାରୁଛି ତାହା ଏଭଳି ଜୈବପୋଷଣ ଯୁକ୍ତ କିସମର ଧାନ ବିକଶିତ କରାଯିବା ଦ୍ବାରା ପ୍ରମାଣିତ ହୋଇଛି । ଜଳବାୟୁ ପରିବର୍ତ୍ତନର ପ୍ରଭାବ ବଢ଼ି ଚାଲିଥିବାରୁ ବର୍ଦ୍ଧିତ ଜନସଂଖ୍ୟାର ଆବଶ୍ୟକତାକୁ ପୂରଣ କରିବା ଲାଗି ଏଭଳି ଅଧିକରୁ ଅଧିକ ପ୍ରୟାସ କରାଯିବା ଉଚିତ୍ । ଭାରତର ବୈଜ୍ଞାନିକ ସମୁଦାୟ ଏହି ସମସ୍ୟାର ସମାଧାନ କରିବାରେ ସଫଳ ହେବେ ବୋଲି ସେ ବିଶ୍ବାସ ପ୍ରକଟ କରିଥିଲେ ।

president ଦ୍ରୌପଦୀ ମୁର୍ମୁ ଧାନ ଗବେଷଣା କେନ୍ଦ୍ର ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.