Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଲେଶ୍ବର ମେଡିକାଲ କଲେଜ କାର୍ଯ୍ୟ ଶିଘ୍ର ଶେଷ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ବିଶେଷ ଖବର

ବାଲେଶ୍ବର ମେଡିକାଲ କଲେଜ କାର୍ଯ୍ୟ ଶିଘ୍ର ଶେଷ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

February 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଲେଶ୍ବର ମେଡିକାଲ କଲେଜ କାର୍ଯ୍ୟ ଶିଘ୍ର ଶେଷ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ବାଲେଶ୍ବର ଜିଲ୍ଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ବାଲେଶ୍ବରସ୍ଥିତ ଫକିର ମୋହନ ମେଡିକାଲ କଲେଜ ଓ ହସପିଟାଲ ଗସ୍ତକରି ନିର୍ମାଣଧିନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଆସନ୍ତା ୬ ମାସ ମଧ୍ୟରେ ସମସ୍ତ କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଠାରେ ପଢୁଥିବା ଛାତ୍ରଛାତ୍ରୀ ମାନେ ବର୍ତ୍ତମାନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାକ୍ଟିକାଲ ଶ୍ରେଣୀରେ ଯୋଗ ଦେଉଛନ୍ତି । ଏଥିସହ ଉକ୍ତ ୬୫୦ ଶଯ୍ୟା ବିଶିଷ୍ଟ ହସପିଟାଲ ନିମନ୍ତେ ଆସୋସିଏଟ ଓ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ମିଶାଇ ପ୍ରାୟ ଶହେ ଜଣ ନିଯୁକ୍ତ ଅଛନ୍ତି । ଏଠାରେ କର୍କଟ ରୋଗର ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଥିବା ଶ୍ରୀ ମହାପାତ୍ର କହିଛନ୍ତି ।

ଜାତୀୟ ରାଜପଥରୁ ମେଡିକାଲକୁ ପ୍ରାୟ ଏକ କିଲୋମୋଟର ସଂଲଗ୍ନ ରାସ୍ତାର ଯାରି ମରାମତି କାର୍ଯ୍ୟକୁ ଖୁବଶୀଘ୍ର ଶେଷ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଚାନ୍ଦିପୁର ଗସ୍ତକରି ମେରାଇନ ଡ୍ରାଇଭ୍ ରୋଡ ନିର୍ମାଣକାର୍ଯ୍ୟ ସମୀକ୍ଷା କରିଥିଲର । ଏହି ସଡକ ସହ ପ୍ରାୟ ୨ କିଲୋମିଟର ବ୍ୟାପି ସୁରକ୍ଷା ପ୍ରାଚୀର ମଧ୍ୟ ନିର୍ମାଣ କରାଯାଉଛି ଯାହାଦ୍ବାରା ବାତ୍ୟା ସମୟରେ ୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିଲେ ମଧ୍ୟ କୌଣସି କ୍ଷତି ହେବ ନାହିଁ ବୋଲି ସେ କହିଛନ୍ତି ।

ଏହି ନିର୍ମାଣ କାର୍ଯ୍ୟକୁ ବୁଢାବଳଙ୍ଗ ମୁହାଣ ପର୍ଯ୍ୟନ୍ତ ସଂପ୍ରସାରଣ କରାଯିବ । ଏଠାରେ ମଧ୍ୟ ପର୍ଯ୍ୟଟକ ମାନଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି । ଆଲୋକୀକରଣ, ପାର୍କିଂ, ଶୌଚାଳୟ ଏବଂ ରହିବା ବ୍ୟବସ୍ଥା କରାଯିବା ସହ ଦୋକାନୀ ମାନଙ୍କୁ ଥଇଥାନ କରାଯିବା ନେଇ ସେ ସୂଚନା ଦେଇଥିଲେ । ଯାହାଦ୍ବାରା ପର୍ଯ୍ୟଟକ ମାନଙ୍କ ପାଇଁ ଏହା ଉପଭୋଗ୍ୟ ହୋଇପାରିବ ଏବଂ ଏହା ଓଡିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଗଣିତ ହେବ ବୋଲି ଶ୍ରୀ ମହାପାତ୍ର କହିଥିଲେ ।

ଏଥିସହ ମୁଖ୍ୟ ଶାସନ ସଚିବ ତାଳସେରୀ- ଉଦୟପୁର ବେଳାଭୂମି, ବିଚିତ୍ରପୁର ଜେଟି ଓ ଫରେଷ୍ଟ ରିସୋର୍ଟ,ନୁନିଆ ଯୋଡି ବ୍ରିଜ, ଶଙ୍ଗାରୀସ୍ଥିତ ମନ୍ମଥ- ମନୋଜ ସ୍ମୃତିସ୍ଥଳୀକୁ କ୍ଷେତ୍ର ପରିଦର୍ଶନ କରି ସେଠାରେ ଯାରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ତ୍ବରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଗସ୍ତ କାର୍ଯ୍ୟକ୍ରମ ସମୟରେ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ବାହୁସାହେବ ସିନ୍ଧେ, ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ଉୋ ଜିଲ୍ଲାପାଳ ଶ୍ରୀ କୁନାଲ ଚୌହାନ, ଜିଲ୍ଲା ପରିଷଦ ଉୋ ମୁଖ୍ୟ ଉନ୍ନୟନ ତଥା ଅତିରିକ୍ତ ନିର୍ବାହୀ ଅଧିକାରୀ ଶ୍ରୀ ଚାମୁନ୍ଦ୍ର କୁଜ୍ଜୁର ଏବଂ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ମୁଖ୍ୟ ଶାସନ ସଚିବ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୁରେଶ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Latest News

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.