Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

February 13, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଗସ୍ତ କରି ସେଠାରେ ନବନିର୍ମିତ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କରିଛନ୍ତି। ହଜାର ହଜାର ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ଆନନ୍ଦ ଉଲ୍ଲାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ଏହା ଉଦ୍‌ଘାଟନ କରି ଯେତେବେଳେ ପଚାରିଲେ ‘ଆପଣମାନେ ଖୁସି ତ ?’ ସେତେବେଳେ ବହୁଗୁଣିତ ଉତ୍ସାହର ସହ ପ୍ରତିଧ୍ବନିତ ହୋଇଥିଲା ‘ହଁ’। ତା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ମୁଁ ବି ବହୁତ ଖୁସି।

ଏହାପରେ ଧରଣୀଧର କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ବବିଦ୍ୟାଳୟ ମାନ୍ୟତା ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ସ୍ବୟଂ ଏହି ମାନ୍ୟତା ପତ୍ର ପିଲାମାନଙ୍କୁ ଦେବାକୁ ଚାହାନ୍ତି ବୋଲି ଶ୍ରୀ ପାଣ୍ଡିଆନ ପ୍ରକାଶ କରିଥିଲେ। ଆନନ୍ଦ, ଉଲ୍ଲାସ ମଧ୍ୟରେ ଛାତ୍ରଛ୍ରତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ବିଶ୍ବବିଦ୍ୟାଳୟ ମାନ୍ୟତାର ନିର୍ଦ୍ଦେଶନାମା ଦେଖାଇଥିଲେ।

କେନ୍ଦୁଝରରେ ମେଡିକାଲ କଲେଜ ସହ ଏକ କ୍ୟାନସର ଚିକିତ୍ସା କେନ୍ଦ୍ର ଓ ନର୍ସିଂ କଲେଜ ପାଇଁ ଭିତ୍ତିଭୂମି ଦିଆଯାଇଛି ଏବଂ ଏହା ଖୁବଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଦ୍ବାରା ଡାକ୍ତର ଅଭାବ ଦୂର ହେବା ସହିତ ଜିଲ୍ଲାରେ ଉନ୍ନତମାନର ଚିକିତ୍ସା ସୁବିଧା ମିଳିପାରିବ ଏବଂ ଜିଲ୍ଲାବାସୀ ଆଉ କଟକ-ଭୁବନେଶ୍ବର ଯାଇ ହଇରାଣ ହେବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ସବୁ ଜୀବନ ମୋ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନୀତିରେ ରାଜ୍ୟର ସ୍ବାସ୍ଥ୍ୟସେବାର ବିକାଶ କରାଯାଉଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାରା ରାଜ୍ୟରେ ୮ ଲକ୍ଷ ୩୦ ହଜାର ୭୭୩ ଲୋକ ଉପକୃତ ହୋଇଥିବା ବେଳେ ଏଥିପାଇଁ ୧୮୨୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। କେବଳ କେନ୍ଦୁଝରରେ ୨୪ ହଜାର ଲୋକ ଉପକାର ପାଇଛନ୍ତି ଏବଂ ୪୭ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ପାଇଁ ୪୭୦୩ କୋଟି ଟଙ୍କାର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୧୦୩ କୋଟି ଟଙ୍କାର ୧୩୮ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ଦିଆଯାଇଥିବା ବେଳେ, ୮୬୮ କୋଟି ଟଙ୍କାର ୯୮ଟି ପ୍ରକଳ୍ପ ଉଦ୍‌ଘାଟନ କରାଯାଇଥିଲା ଏବଂ ୨୭୩୧ କୋଟି ଟଙ୍କାର ୨୩ଟି ନୂଆ ପ୍ରକଳ୍ପ ପାଇଁ ଘୋଷଣା ରହିଛି ।

ଜିଲ୍ଲାରେ ୧୪,୩୭୨ ମିଶନ ଶକ୍ତି ଗୋଷ୍ଠୀ ଜରିଆରେ ୧.୬୦ ଲକ୍ଷ ମହିଳା ସ୍ବାବଲମ୍ବୀ ହୋଇପାରିଛନ୍ତି । ସେମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୩୭୮ କୋଟି ଟଙ୍କାର ସୁଧବିହୀନ ଋଣ ପ୍ରଦାନ ବ୍ୟବସ୍ଥା କରାଯାଇଛି । ବାଂଶପାଳର ବଣପୁଷ୍ପ ସ୍ବୟଂ ସହାୟକ ଗୋଷ୍ଠୀକୁ ମୁଖ୍ୟମନ୍ତ୍ରୀ ୨୦ ଲକ୍ଷ ଟଙ୍କାର ଋଣ ଚେକ୍‌ ଆକାରରେ ପ୍ରଦାନ କରିଥିଲେ ଏବଂ ଘଷିପୁରାର ବିଜୟା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୫,୭୫୭ ଟଙ୍କାର ସୁଧ ରିହାତି ପ୍ରଦାନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମା ମାନେ ରାଜ୍ୟର ସୁନାମ ବୃଦ୍ଧି କରିଛନ୍ତି। ସେମାନଙ୍କୁ ଉଦ୍ୟୋଗୀ କରିବା ମୋର ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ଯେ ଏହି ଅର୍ଥରେ ସେମାନେ ଭଲ ବିଜିନେସ୍‌ କରି ନିଜର, ନିଜ ପରିବାରର ଓ ନିଜ ଅଞ୍ଚଳର ଆର୍ଥିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ, ମହିଳା ଓ ଯୁବସମାଜ ଆମ ରାଜ୍ୟର ତ୍ରିଶକ୍ତି। ଏମାନେ ହିଁ ଆମ ରାଜ୍ୟର ପ୍ରଗତୀର ସାରଥୀ ଏବଂ ଏକ ବିକଶିତ ଓଡିଶାର ସ୍ବପ୍ନକୁ ପୂରଣ କରିବାରେ ଏହି ତ୍ରିଶକ୍ତି ହିଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନୂଆ ମେଡିକାଲ କଲେଜର ଅଡିଟୋରିଅମରେ ଛାତ୍ରଛାତ୍ରୀ ମାନଙ୍କ ସହ ଭାବ ଆଦାନପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅର୍ଥ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଚନ ପୂଜାରୀ, କେନ୍ଦୁଝର ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ବଦ୍ରୀ ନାରାୟଣ ପାତ୍ର, କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ, ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକ, ଚମ୍ପୁଆ ବିଧାୟକ ମିନାକ୍ଷୀ ମହନ୍ତ, କେନ୍ଦୁଝର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାୟକ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁ ପ୍ରମୁଖ ଯୋଗ ଦେଇ ନିଜ ନିଜର ଅଭିଭାଷଣ ରଖିଥିଲେ।

କେନ୍ଦୁଝର ଗସ୍ତ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.