Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବରିଷ୍ଠ ଅଧିକାରୀ ସମ୍ମିଳନୀରେ କଣ ଦିଗଦର୍ଶନ ଦେଲେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ
ବିଶେଷ ଖବର

ବରିଷ୍ଠ ଅଧିକାରୀ ସମ୍ମିଳନୀରେ କଣ ଦିଗଦର୍ଶନ ଦେଲେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ

February 14, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
Sujata
ବରିଷ୍ଠ ଅଧିକାରୀ ସମ୍ମିଳନୀ: ଦିଗଦର୍ଶନ ଦେଲେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ବର: ଆଜି ଲୋକସେବା ଭବନର କନଫ୍ରେନସ ହଲରେ ବରିଷ୍ଠ ଅଧିକାରୀଙ୍କ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଗୋଟିଏ ଅଧିବେଶନରେ ଅଫିସରଙ୍କୁ ଦିଗଦର୍ଶନ ଦେଲେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ।

ସେ କହିଛନ୍ତି ଯେ, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଥିବା ରାଜ୍ୟର ୬ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ ଅଧୀନରେ ୭୦ ଲକ୍ଷରୁ ଅଧିକ ମହିଳାଙ୍କୁ ସଶକ୍ତ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ଏବେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ (ଏସ୍‌ଏମ୍‌ଇ)ରେ ପରିଣତ କରିବା ନିମନ୍ତେ ଏକ ରୂପାନ୍ତରଣକାରୀ ଯାତ୍ରା ଆରମ୍ଭ କରିବାକୁ ଯାଉଛି।

ଏହି କାର୍ଯ୍ୟକ୍ରମକୁ ଆଗେଇ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମହିଳାମାନଙ୍କୁ ବୃହତ ବ୍ୟବସାୟ ପ୍ରତିଷ୍ଠା ଏବଂ ଏହାର ବ୍ୟାପକ ପରିଚାଳନାରେ ସାହାଯ୍ୟ କରିବା ପାଇଁ ଅନେକ ପଦକ୍ଷେପ ଘୋଷଣା କରିଛନ୍ତି।

ଜିରୋ ପ୍ରତିଶତ ସୁଧ ମିଶନ ଶକ୍ତି ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ –

୧.ଚଳିତ ବର୍ଷ ପ୍ରାୟ ୩ ଲକ୍ଷରୁ ଅଧିକ ଗୋଷ୍ଠୀକୁ ୧୦ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରାଯିବ। ୨୦୦ କୋଟି ସୁଧ ଛାଡ଼ ରାଶି ସିଧାସଳଖ ଏସ୍‌ଏଚ୍‌ଜି ଆକାଉଣ୍ଟକୁ ପ୍ରଦାନ କରାଯାଉଛ। ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏସ୍‌ଏଚ୍‌ଜିଗୁଡ଼ିକୁ ସୁଧ ଫେରସ୍ତ ବାବଦକୁ ୧୨୦୦ କୋଟି ଟଙ୍କା ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଇଛି।

୨. ଓଡ଼ିଶା ସରକାର ଆଗାମୀ ୫ ବର୍ଷ ମଧ୍ୟରେ ପ୍ରାୟ ୫ ହଜାର କୋଟି ଟଙ୍କାର ସରକାରୀ ସେବା ଏବଂ ସାମଗ୍ରୀ ଯୋଗାଣ ଆଦି ସେବାର ଏକ ନିଆରା ମଡେଲ୍‌ ସୃଷ୍ଟି କରିଛନ୍ତି। ଡାକ୍ତରଖାନା ଖାଦ୍ୟ ପରିଚାଳନା, ବିଦ୍ୟୁତ୍‌ ମିଟର ରିଡିଂ, ମତ୍ସ୍ୟଚାଷ, ସହରାଞ୍ଚଳ କାର୍ଯ୍ୟ, ଜଙ୍ଗଲରେ ନର୍ସରୀ ବୃଦ୍ଧି ଆଦି କ୍ଷେତ୍ରରେ ୧୫ଟି ସରକାରୀ ବିଭାଗ ମିଶନ ଶକ୍ତି ଏସ୍‌ଏଚ୍‌ଜିମାନଙ୍କ ସହ ସକ୍ରିୟ ଭାବେ ଅଂଶଗ୍ରହଣ କରୁଛନ୍ତି । ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି ରାଜ୍ୟର ସମସ୍ତ ୫‘ଟି’ ସ୍କୁଲକୁ ଏସ୍‌ଏଚ୍‌ଜି ମହାସଂଘକୁ ହସ୍ତାନ୍ତର କରିବା ଏବଂ ଏସ୍‌ଏଚ୍‌ଜିମାନଙ୍କୁ ତଦାରଖ ଦେୟ ପ୍ରଦାନ ସହିତ ରକ୍ଷଣାବେକ୍ଷଣ ଓ ପରିଚାଳନା କାର୍ଯ୍ୟ ପାଇଁ ନିୟୋଜନ କରିବା ।

୩. ପ୍ରଶିକ୍ଷଣ ହେଉଛି ଏସ୍‌ଏମ୍‌ଇ ର୍ନିମାଣର ଏକ ଗୁରୁିପୂର୍ଣ୍ଣ ଉପାଦାନ। ବିଶ୍ୱସନୀୟ ଅଂଶୀଦାରମାନଙ୍କ ସହିତ ଉଚ୍ଚ ଗୁଣବତ୍ତା ପ୍ରଶିକ୍ଷଣ ସହିତ ସମସ୍ତ ବ୍ଲକକୁ ଅନ୍ତର୍ଭୁକ୍ତ କରାଯିବ । ସୌନ୍ଦର୍ଯ୍ୟ କ୍ଷେତ୍ରର ଉଦ୍ୟୋଗ, ଫ୍ୟାଶନ ଡିଜାଇନ, କୃଷି ଔଦ୍ୟୋଗିକତା, କ୍ୟାଫେ ପରିଚାଳନା ଓ ଆତିଥ୍ୟ କ୍ଷେତ୍ର ସେବାଗୁଡ଼ିକ ଉପରେ ଗୁରୁିତ୍ୱ ପ୍ରଦାନ କରାଯିବ।

ମାର୍କେଟିଂ – ମିଶନ ଶକ୍ତି ବଜାର, ସ୍ୱୟଂ ସହାୟକ ଗୋଷ୍ଠୀ ଉତ୍ପାଦ ପାଇଁ ଖୁଚୁରା ଷ୍ଟୋରର ସ୍ୱତନ୍ତ୍ର ଶୃଙ୍ଖଳ, ରାଜ୍ୟର ୫୦୦ ଟି ସ୍ଥାନରେ ସ୍ଥାପନ କରାଯିବ ଏବଂ ଖୁବଶୀଘ୍ର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ବୁଟିକ୍‌ ଷ୍ଟୋର ଖୋଲିବ। ଫ୍ଲିପକାର୍ଟରେ ବିକ୍ରୟ ପାଇଁ ୩୦୦ ଟି ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀଙ୍କୁ ଚିହ୍ନଟ କରାଯାଇଛି।

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୨ରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହିଳାମାନଙ୍କ ମଧ୍ୟରେ ଔଦ୍ୟୋଗିକତାକୁ ପ୍ରୋତ୍ସାହିତ କରିବା ପାଇଁ ସମସ୍ତ ଜିଲ୍ଲାସ୍ତରୀୟ ସଂଘ ପାଇଁ ୧ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି, ସମସ୍ତ ବ୍ଲକସ୍ତରୀୟ ସଂଘ ପାଇଁ ୫୦ ଲକ୍ଷ ଟଙ୍କାର ଆବର୍ତ୍ତନ ପାଣ୍ଠି, ସମସ୍ତ ଗ୍ରାମ ପଞ୍ଚାୟତ ସ୍ତରର ମହାସଂଘମାନଙ୍କ ପାଇଁ ମାର୍କେଟ୍‌ କମ୍ପ୍ଲେକ୍ସ ସହ ଅଫିସ୍‌ କାର୍ଯ୍ୟାଳୟ ର୍ନିମାଣ ଏବଂ ସମସ୍ତ ୩୦ଟି ଜିଲ୍ଲାରେ ମାଇକ୍ରୋ ଓ ମିନି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ପାଇଁ ଘୋଷଣା କରିଛନ୍ତି।

ଜିଲ୍ଲା ସ୍ତରରେ ସଫଳ ମହିଳାଙ୍କ ନେତୃତ୍ୱାଧୀନ ବ୍ୟବସାୟର କିଛି ଉଦାହରଣ

କୋରାପୁଟ ଜିଲ୍ଲାର ବୋରିଗୁମ୍ମାର ୧୨ଟି ଗ୍ରାମ ପଞ୍ଚାୟତରେ ୩୧୦ ଏକର ଜମିରେ ମହିଳାଙ୍କ ପାଇଁ କ୍ଷୁଦ୍ର ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ କରାଯାଇଛି। ଗୋଟିଏ ସ୍ଥାନରେ ଥିବା ଏହି ୟୁନିଟ୍‌ଗୁଡ଼ିକ ପାଇଁ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରୁ ପାଣ୍ଠି ଯୋଗାଇ ଦିଆଯାଇଛି।

କେବଳ ଫ୍ଲାଇ ଆସ୍‌ ଇଟା କାରଖାନାରୁ ୫ କୋଟି ଟଙ୍କାରୁ ଅଧିକ ଆୟ ହୋଇପାରିଛି। ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଠାରୁ ଦୁU ସଂଗ୍ରହ ଓ ବିକ୍ରୟ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ମିଲ୍‌କ ଶକ୍ତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ସେମାନେ ମହିଳା ଉଦ୍ୟୋଗୀ ଏବଂ ଇଲେକେଫ୍ରାନିକ୍‌ ଅଟୋ ଚାଳକଙ୍କୁ ନେଇ ଏକ ନିଆରା ଇ-ଅଟୋ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଛନ୍ତି।

ଆଗାମୀ ୩ ବର୍ଷ ମଧ୍ୟରେ ଅତି କମରେ ୫୦ ହଜାର କ୍ଷୁଦ୍ର ଉଦ୍ୟୋଗୀ ସ୍ଥାପନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରୟାସ ମହିଳାଙ୍କ ନେତୃତ୍ୱାଧୀନ ଏବଂ ମହିଳାମାନେ ବୃହତ ଉଦ୍ୟୋଗର ମାଲିକାନାକୁ ଅଧିକ ପ୍ରୋତ୍ସାହିତ କରିବ ଏବଂ ମହିଳାମାନଙ୍କୁ ସବୁ ସ୍ତରରେ ନେତୃତ୍ୱ ଗ୍ରହଣ କରିବା ପାଇଁ ଏକ ଦୃଢ଼ ପ୍ଲାଟଫର୍ମ ପ୍ରଦାନ କରିବ।

ମିଶନ ଶକ୍ତି ସୁଜାତା କାର୍ତ୍ତିକେୟନ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.