Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ପଞ୍ଚାୟତିରାଜ ବିଭାଗର ସଫଳତା ସଂପର୍କରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୋଧହୁଏ ଅବଗତ ନାହାନ୍ତି: ବିଜେଡି
ବିଶେଷ ଖବର

ରାଜ୍ୟ ପଞ୍ଚାୟତିରାଜ ବିଭାଗର ସଫଳତା ସଂପର୍କରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୋଧହୁଏ ଅବଗତ ନାହାନ୍ତି: ବିଜେଡି

February 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଧର୍ମେନ୍ଦ୍ର ପ୍ରଧାନ ହେଉଛନ୍ତି ଭାରତ ସରକାରଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ମାନ୍ୟବର ମନ୍ତ୍ରୀ। ଓଡ଼ିଶାରେ ପଞ୍ଚାୟତିରାଜ ବିଭାଗ କିପରି କାମ କରୁଛି, ତାହା ବୋଧହୁଏ ସେ ଭଲ ଭାବେ ଅବଗତ ନାହାନ୍ତି। ଆଜି ଗଣମାଧ୍ୟମରେ ଏଭଳି ମତ ରଖିଛନ୍ତି ବିଜୁ ଜନତା ଦଳର ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ଡା. ସସ୍ମିତ ପାତ୍ର।

ଶ୍ରୀ ପାତ୍ର କହିଛନ୍ତି ଯେ, ସମ୍ଭବତଃ ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦ ହାରିବା ପରେ ଭାରତୀୟ ଜନତା ପାର୍ଟି ଓଡ଼ିଶା ଶାଖାର ନେତାମାନେ ହତାଶ ହୋଇ ମାନ୍ୟବର କେନ୍ଦ୍ରମନ୍ତ୍ରୀଙ୍କୁ ମିଥ୍ୟା ତଥ୍ୟ ଦେଇଛନ୍ତି। ଓଡ଼ିଶାର ପଞ୍ଚାୟତିରାଜ ବିଭାଗରେ ନିରନ୍ତର ଭାବେ ଯେଉଁସବୁ ଭଲ କାମ ଚାଲିଛି ଏବଂ ସେଥିପାଇଁ ଜାତୀୟସ୍ତରର ବିଭିନ୍ନ ସଂସ୍ଥା ପକ୍ଷରୁ ପୁରସ୍କୃତ ହୋଇଛି, ତାହା ସେ ଜାଣିନାହାନ୍ତି।

ତେଣୁ ମାନ୍ୟବର କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ, ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରୁ ଏ ସମ୍ପର୍କରେ ପ୍ରକୃତ ତଥ୍ୟ ସଂଗ୍ରହ କରି ତାହା ଅନୁଧ୍ୟାନ କରନ୍ତୁ । ତେବେ ତାଙ୍କର ଏହି ସଂଶୟ ଦୂର ହୋଇଯିବ। ଏହାଛଡ଼ା ସେ ଆଉ ତାଙ୍କ ଦଳର ସ୍ଥାନୀୟ ନେତାମାନଙ୍କ ମିଛକୁ ବିଶ୍ଵାସ ନ କରିବାକୁ ଏବଂ ଭ୍ରମାତ୍ମକ ତଥ୍ୟ  ଦ୍ଵାରା ପ୍ରଭାବିତ ନ ହେବାକୁ ଶ୍ରୀ ପାତ୍ର କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଅନୁରୋଧ କରିଛନ୍ତି।

ଡା. ସସ୍ମିତ ପାତ୍ର ଧର୍ମେନ୍ଦ୍ର ପ୍ରଧାନ ଭାରତ ସରକାର ରାଜ୍ୟ ପଞ୍ଚାୟତିରାଜ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026
Latest News

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.