Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ବିଧାନସଭା ବଜେଟ ଅଧିବେଶନ ନେଇ ସର୍ବଦଳୀୟ ବୈଠକ
ବିଶେଷ ଖବର

ଓଡ଼ିଶା ବିଧାନସଭା ବଜେଟ ଅଧିବେଶନ ନେଇ ସର୍ବଦଳୀୟ ବୈଠକ

February 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ବିଧାନସଭା ବଜେଟ ଅଧିବେଶନ ନେଇ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେଉଥିବା ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ପାଇଁ ଆଜି ପୂର୍ବାହ୍ନରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭା ନୂତନ ସମ୍ମିଳନୀ କକ୍ଷଠାରେ ସର୍ବଦଳୀୟ ନେତୃବୃନ୍ଦଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବାଚସ୍ପତି ଶ୍ରୀ ଆରୁଖ ଚଳିତ ବଜେଟ ଅଧିବେଶନରେ ଗୃହର ସୁପରିଚାଳନା ନେଇ ସମସ୍ତ ନେତୃବୃନ୍ଦଙ୍କର ସହଯୋଗ କାମନା କରିଥିଲେ। ଏହି ବୈଠକରେ ବିରୋଧି ଦଳନେତା ଶ୍ରୀ ଜୟନାରାୟଣ ମିଶ୍ର, ଅର୍ଥ, ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ ଯୋଗଦେଇଥିଲେ।

ସେହିପରି ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, କଂଗ୍ରେସ ବିଧାୟକ ଦଳର ନେତା ଶ୍ରୀ ନରସିଂହ ମିଶ୍ର, ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀ, ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ,  ବିଧାୟକ ଶ୍ରୀ ଲକ୍ଷ୍ମଣ ମୁଣ୍ଡା ଉପସ୍ଥିତ ରହି ବିଧାନସଭା ଅଧିବେଶନର ସୁପରିଚାଳନା ନେଇ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

ଏହି ଅଧିବେଶନରେ ରାଜ୍ୟର ୨୦୨୩-୨୪ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହୋଇ ପାରିତ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି। ଚଳିତ ଅଧିବେଶନରେ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରେସ୍‌ ଗ୍ୟାଲେରୀରେ ଉପସ୍ଥିତ ରହି ପାରିବେ ଏବଂ ସାଧାରଣ ଦର୍ଶକମାନେ ମଧ୍ୟ ଦର୍ଶକ ଗ୍ୟାଲେରୀକୁ ଆସିପାରିବେ।

ଦର୍ଶକମାନଙ୍କୁ ବିଧାୟକମାନଙ୍କ ଜରିଆରେ ଦର୍ଶକ ଗ୍ୟାଲେରୀ ପାଇଁ ପ୍ରବେଶ ପତ୍ର ପ୍ରଦାନ କରାଯିବ। ବୈଠକର ନିଷ୍ପତ୍ତି ଅନୁଯାୟୀ ଚଳିତ ଅଧିବେଶନରେ ସ୍ୱାସ୍ଥ୍ୟଗତ କାରଣରୁ ଗୃହରେ ଉପସ୍ଥିତ ହୋଇପାରୁନଥିବା ସଦସ୍ୟମାନେ ମଧ୍ୟ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗୃହ କାର୍ଯ୍ୟରେ ଭାଗ ନେଇପାରିବେ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି।

ବଜେଟ ଅଧିବେସନ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ଝଟକା: ବିସିବିକୁ ଚେତାବନୀ ଦେଲା ଆଇସିସି

January 19, 2026

ବିକଶିତ ଭାରତ ଜୀ ରାମ ଜୀକୁ ନେଇ କଂଗ୍ରେସ ମିଛ ପ୍ରଚାର କରୁଛି: କେନ୍ଦ୍ର କୃଷି ମନ୍ତ୍ରୀ

January 19, 2026

ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ

January 19, 2026

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

January 19, 2026
Latest News

ଛତିଶଗଡ଼ରେ ଆଜି ଆଉ ୯ ମାଓବାଦୀଙ୍କ ଆତ୍ମସମର୍ପଣ: ନକ୍ସଲମୁକ୍ତ ହେଲା ଗରିଆବନ୍ଦ ଜିଲ୍ଲା

January 19, 2026

ଆର୍ଥିକ ବର୍ଷ ୨୦୨୬ରେ ୭.୩% ଗତିରେ ବଢିବ ଭାରତ: ମୁଡିଜ୍ ର ଆକଳନ

January 19, 2026

ପଶ୍ଚିମବଙ୍ଗରେ SIR ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ, ପାରଦର୍ଶିତା ଉପରେ ଗୁରୁତ୍ୱ

January 19, 2026

ଟି-୨୦ ବିଶ୍ୱକପ୍ ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ଝଟକା: ବିସିବିକୁ ଚେତାବନୀ ଦେଲା ଆଇସିସି

January 19, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

January 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.