Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ବଜେଟ୍: ଏଥର କାଳିଆ ଯୋଜନା ପାଇଁ ୧୮୭୯ କୋଟି, କୃଷି ପାଇଁ ଖର୍ଚ୍ଚ ହେବ ୨୪,୮୨୯ କୋଟି
ଆଜିର ଖବର

ରାଜ୍ୟ ବଜେଟ୍: ଏଥର କାଳିଆ ଯୋଜନା ପାଇଁ ୧୮୭୯ କୋଟି, କୃଷି ପାଇଁ ଖର୍ଚ୍ଚ ହେବ ୨୪,୮୨୯ କୋଟି

February 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଓଡିଶା ବିଧାନସଭାରେ ରାଜ୍ୟର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ  ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ କୃଷି ଉତ୍ପାଦନ ବୃଦ୍ଧି, କୃଷକ ସହାୟତା ଓ ଜଳସେଚନ ଉପରେ ଗୁରୁତ୍ବ ଦିଆଯାଇଛି।

ଏହି ସମୟରେ କୃଷି କ୍ଷେତ୍ର ପାଇଁ ଏବର୍ଷ ମୋଟ ୨୪,୮୨୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ସେହିଭଳି କାଳିଆ ଯୋଜନା ପାଇଁ ୧୮୭୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟି ଟଙ୍କା, ଧାନ ସଂଗ୍ରହ ପାଇଁ ୨ ହଜାର କୋଟିର ଆବର୍ତ୍ତି ପାଣ୍ଠି ବ୍ୟବସ୍ଥା କରାଯାଇଛି। ଏହାସହିତ ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ଛତୁ ମିସନ ଓ ଫୁଲ ଚାଷ ପାଇଁ ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରୀ ହେବ। ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

ପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟିର ବ୍ୟୟବରାଦ କରାଯାଇଛି। ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟିର ବ୍ୟୟବରାଦ କରାଯାଇଛି। ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି ଓ ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟିର ବ୍ୟୟବରାଦ କରାଯାଇଛି।

କାଳିଆ ଯୋଜନା ରାଜ୍ୟ ବଜେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026
Latest News

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.