Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦେଓମାଳୀ ଓ କୋଟିଆର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ମୁଖ୍ୟ ଶାସନ ସଚିବ
ବିଶେଷ ଖବର

ଦେଓମାଳୀ ଓ କୋଟିଆର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ମୁଖ୍ୟ ଶାସନ ସଚିବ

February 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ChiefSec
ଦେଓମାଳୀ ଓ କୋଟିଆର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ମୁଖ୍ୟ ଶାସନ ସଚିବ

କୋରାପୁଟ: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲ୍ଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ ଚାରା ରୋପଣ କରିଥିଲେ।

ସେହିଭଳି କୋଟିଆରେ ସରକାରଙ୍କ ପକ୍ଷରୁ ଯାରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ମଧ୍ୟ ଶ୍ରୀ ମହାପାତ୍ର ଅନୁଧ୍ୟାନ କରିଥିଲେ। ସେଠାରେ ଜନୈକ ଶ୍ରୀ ବାସନା ଗେମେଲଙ୍କ ଦ୍ବାରା ଷ୍ଟ୍ରବେରୀ ଚାଷ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ମହୁ ମାଛି ଚାଷ ବୁଲି ଦେଖିବା ସହ ଆବଶ୍ୟକୀୟ ପ୍ରୋତ୍ସାହନ ଦେବା ପାଇଁ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ଏକ ଫରେଷ୍ଟ ଗେଷ୍ଟ ହାଉସ ଓ ଶୀତଳ ଭଣ୍ତାରର ଉଦଘାଟନ କରିଥିଲେ।

ରଣାସିଂ ଅଞ୍ଚଳରେ ଅଙ୍ଗନୱାଡି କେନ୍ଦ୍ର ଶୁଭ ଉଦଘାଟନ କରିବା ସହ ପିଲା ମାନଙ୍କୁ ପୋଷାକ ଓ ପାଠ୍ୟ ଉପକରଣ ବଣ୍ଟନ କରିଥିଲେ। ସେହିଭଳି ସେମିଲିଗୁଡା ବ୍ଲକର ରାଜପୁଟ ଠାରେ ମିଶନ ଶକ୍ତି ଦ୍ବାରା ପରିଚାଳିତ ଏକ ମିଲେଟ ପ୍ରୋସେଙ୍ଗି ୟୁନିଟର ଶ୍ରୀ ମହାପାତ୍ର ମଧ୍ୟ ଉଦଘାଟନ କରିଥିଲେ। ଗାଲିଗାବଦର ଠାରେ ୱାଟରପୁଲ ବୁଲି ଦେଖିଥିଲେ।

ଏହାକୁ ସଠିକ ଭାବେ ପରିଚାଳନା କରିବାକୁ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟ ମାନଙ୍କୁ ଶ୍ରୀ ମହାପାତ୍ର ପରାମର୍ଶ ଦେଇଥିଲେ। ସେଠାରେ ଏକ ଇକୋ ରିସୋର୍ଟ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏତଦବ୍ୟତୀତ ସରକାରଙ୍କ ପକ୍ଷରୁ ଜିଲ୍ଲାରେ ଯାରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ଅଧିକାରୀ ମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟ ଶାସନ ସଚିବଙ୍କ ଏହି ଗସ୍ତ ସମୟରେ ଜିଲ୍ଲାପାଳ ଅବଦ୍ଦଲ ଏମ୍ ଅକତାର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଗୌରବ ଶିବାଜୀ ଇସଲୱାର, ଆଇ.ଟି.ଡି.ଏର ଶ୍ରୀ କାରୁ ସୋରେନ, ଉପ ଜିଲ୍ଲାପାଳ ଶ୍ରୀ ବେଣୁ ଧର ଶବର, ଡିଏଫଓ ଶ୍ରୀମତୀ ଅମିତାରାଣୀ ରୟ, ପଟ୍ଟାଙ୍ଗି ବିଡଓ ଶ୍ରୀ ସୌମ୍ୟ ସାର୍ଥକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଇକୋ ଟୁରିଜିମ କୋଟିଆ କୋରାପୁଟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.