Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇନ ଶୃଙ୍ଖଳା ନେଇ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ, ପୋଲିସ ସହ ଧସ୍ତାଧସ୍ତି
ବିଶେଷ ଖବର

ଆଇନ ଶୃଙ୍ଖଳା ନେଇ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ, ପୋଲିସ ସହ ଧସ୍ତାଧସ୍ତି

February 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
BJPYoba
ରାଜ୍ୟରେ ଆଇନ ଶୃଙ୍ଖଳା ନେଇ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ, ପୋଲିସ ସହ ଧସ୍ତାଧସ୍ତି

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ବିରୁଦ୍ଧରେ ଆଜି ଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ ବିଧାନସଭା ଘେରାଓ କରାଯାଇଛି। ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଇରାସିସ୍ ଆଚାର୍ଯ୍ୟ ନେତୃତ୍ବରେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରୁ ଆଜି ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତାମାନେ ଭୂବନେଶ୍ୱର ରାମମନ୍ଦିର ଛକରୁ ବିଶାଳ ଶୋଭାଯାତ୍ରାରେ ବାହାରି ବିଧାନସଭା ଅଭିମୁଖେ ଯାଇଥିଲେ।

ଶୋଭାଯାତ୍ରା ପୂର୍ବରୁ ଉପସ୍ଥିତ କାର୍ଯ୍ୟକର୍ତାଙ୍କୁ ସମ୍ବୋଧନ କରି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ଯେ, ଶାନ୍ତିପ୍ରିୟ ଓଡିଶା ରାଜ୍ୟରେ ପ୍ରଥମ ଥର ପାଇଁ ଜଣେ ମନ୍ତ୍ରୀଙ୍କୁ ତାଙ୍କ ସୁରକ୍ଷା ଦାୟୀତ୍ୱରେ ଥିବା ପୋଲିସ ଅଧିକାରୀ ଗୁଳି କରି ହତ୍ୟା କଲେ। ଘଟଣାର ସଠିକ ତଦନ୍ତ କରାଯାଇ ସତ୍ୟାସତ୍ୟ ଉନ୍ମୋଚନ କରିବା ପରିବର୍ତେ ଷଡଯନ୍ତ୍ର ରଚି ଘଟଣାକୁ ଚପାଇ ଦେବା ପାଇଁ ରାଜ୍ୟ ସରକାର ଅପଚେଷ୍ଟା କରୁଛନ୍ତି। ଘଟଣାର ତଦନ୍ତ ଭାର ସିବିଆଇକୁ ଦେବା ପାଇଁ ଶ୍ରୀ ମହାନ୍ତି ଦାବୀ କରିଛନ୍ତି।

ଆଇନଶୃଙ୍ଖଳା ନେଇ ପୂର୍ବରୁ ପଂଚାୟତ, ବ୍ଲକ ସ୍ତରରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ଆଜି ଭାରତୀୟ ଜନତା ଯୁବମୋର୍ଚ୍ଚା ସଭାପତି ଇରାସିସ୍ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଶହ ଶହ ଯୁବକ ରାଜ୍ୟ କାର୍ଯ୍ୟାଳୟରୁ ବାହାରି ବିଧାନସଭା ଘେରାଉ କରିବା ସହ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ଦାବି ହୋଇଛି। ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଏଆନ୍ଦୋଳନ ଜାରି ରହିବ ବୋଲି ଆଚାର୍ଯ୍ୟ କହିଛନ୍ତି।

ଏହି ଆନ୍ଦୋଳନରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ରାଜ୍ୟ ଯୁବମୋର୍ଚ୍ଚା ପ୍ରଭାରୀ ଶଂଶାଙ୍କ ରାଜ୍‌, ରାଷ୍ଟ୍ରୀୟ ଯୁବମୋର୍ଚ୍ଚା ଉପସଭାନେତ୍ରୀ ଅର୍ପିତା ଅପରାଜିତା ବଡଜେନା, ଯୁବମୋର୍ଚ୍ଚା ଉପସଭାପତି ବିଶ୍ୱଜିତ୍ ଷଡଙ୍ଗୀ, ଯୁବମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦକ ଦୀପକ ଗୋଚ୍ଛାୟତ ପ୍ରମୁଖ ଉପସ୍ଥିତ ରହି ବିଶାଳ ସମାବେଶକୁ ସମ୍ବୋଧନ କରିଥିଲେ।

ହଜାର ହଜାର ଯୁବମୋର୍ଚ୍ଚା କାର୍ଯ୍ୟକର୍ତା ବିଶାଳ ଶୋଭାଯାତ୍ରାରେ ବିଧାନସଭା ଅଭିମୁଖେ ଯାଇଥିଲେ। ପୂର୍ବରୁ ପ୍ରସ୍ତୁତ ଥିବା ପୋଲିସ ଶୋଭଯାତ୍ରାକୁ ଅଟକାଇ ଥିଲେ। ପୋଲିସ ସହ ଧସ୍ତାଧସ୍ତା କାରଣରୁ ୫୦ରୁ ଅଧିକ ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତା ଆହତ ହୋଇଥିବାର ଜଣାପଡିଛି।

ବିଜେପି ଯୁବମୋର୍ଚ୍ଚା ବିଧାନସଭା ଘେରାଉ ଯୁବମୋର୍ଚ୍ଚା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026

ଚାଲ ଗାଁକୁ ଫେରିଯିବା

June 24, 2026

ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

June 24, 2026
Latest News

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.