Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାର ଦୁଇଟି ଏନଏସି ରେ ହେବ ନିର୍ବାଚନ, ଘୋଷଣା ହେଲା ତାରିଖ
ବିଶେଷ ଖବର

ଓଡିଶାର ଦୁଇଟି ଏନଏସି ରେ ହେବ ନିର୍ବାଚନ, ଘୋଷଣା ହେଲା ତାରିଖ

March 1, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
OdishaCEC
ଓଡିଶାର ଦୁଇଟି ଏନଏସି ରେ ହେବ ନିର୍ବାଚନ, ଘୋଷଣା ହେଲା ତାରିଖ

ଭୁବନେଶ୍ୱର: ଓଡିଶାର ଦୁଇଟି ଏନଏସି ପାଇଁ ନିର୍ବାଚନ ହେବ। ସେଥିପାଇଁ ଓଡିଶା ରାଜ୍ୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ଏହି ଦୁଇଟି ଏନଏସି ହେଲା ବରଗଡ ଜିଲ୍ଲାର ଅତାବିରା ଓ ଢେଙ୍କାନାଳର ହିନ୍ଦୋଳ ଏନଏସି। ଆସନ୍ତା ଏପ୍ରିଲ ୩ ତାରିଖରେ ଏହି ଦୁଇଟିରେ ନିର୍ବାଚନ ହେବ। ଏପ୍ରିଲ ୫ ତାରିଖରେ ଭୋଟ ଗଣତି ହେବ।

ଏହି ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରାଇଛନ୍ତି । ଅତାବିରା ଓ ହିନ୍ଦୋଳ ଅଧିସୂଚିତ କ୍ଷେତ୍ର ପରିଷଦର କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୧୨ ତାରିଖରେ ଶେଷ ହେବ। ତା’ପୂର୍ବରୁ ନିର୍ବାଚନ ପକ୍ରିୟା ଶେଷ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ପ୍ରକାର ବ୍ୟବସ୍ଥା କରିଛନ୍ତି ।

ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଉପସ୍ଥିତ ଥିବା ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ଶ୍ରୀ ପାଢ଼ୀ ହେବାକୁ ଥିବା ନିର୍ବାଚନ ସଂପର୍କରେ ବିସ୍ତୃତ ଭାବେ ଅବଗତ କରାଇଛନ୍ତି । ଅତାବିରା ଅଧିସୂଚିତ କ୍ଷେତ୍ର ପରିଷଦର ସମୁଦାୟ ୧୨ ଗୋଟି ୱାର୍ଡର ୧୬ଗୋଟି ବୁଥ୍‌ ଥିବାବେଳେ ଭୋଟରଙ୍କ ସଂଖ୍ୟା ହେଉଛି ୧୩୫୨୦ ଜଣ । ସେହିପରି ହିନ୍ଦୋଳ ଅଧିସୂଚିତ କ୍ଷେତ୍ର ପରିଷଦର ସମୁଦାୟ ୧୬ ଗୋଟି ୱାର୍ଡର ୧୬ ଗୋଟି ବୁଥ୍‌ ରହିଥିବାବେଳେ ସମୁଦାୟ ଭୋଟରଙ୍କ ସଂଖ୍ୟା ହେଉଛି ୯୮୭୭ ଜଣ ।

ଉଭୟ ଅଧିସୂଚିତ କ୍ଷେତ୍ର ପରିଷଦର ସଂରକ୍ଷଣ କାର୍ଯ୍ୟ ଶେଷ ହୋଇଛି ଓ ଉଭୟ କ୍ଷେତ୍ର ପରିଷଦର ଅଧ୍ୟକ୍ଷ ପଦ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ହୋଇରହିଛି । ଉଭୟ ଅଧିସୂଚିତ କ୍ଷେତ୍ର ପରିଷଦରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ କାଉନ୍‌ସିଲର ଏବଂ ଅଧ୍ୟକ୍ଷ ପଦ ନିମନ୍ତେ ପ୍ରାର୍ଥୀ ପତ୍ର ଦାଖଲ କରିବେ ସେମାନେ ପ୍ରାର୍ଥୀଙ୍କ ଅପରାଧିକ ପୃଷ୍ଠଭୂମି, ସଂପତ୍ତି ଓ ଶିକ୍ଷାଗତ ଯୋଗ୍ୟତା ସଂପର୍କରେ ସତ୍ୟପାଠ ଦାଖଲ କରିବେ ।

ଅସଂପୂର୍ଣ୍ଣ ସତ୍ୟପାଠ କିମ୍ବା ସତ୍ୟପାଠ ଦାଖଲ ନକରିବା ଦ୍ୱାରା ସଂପୃକ୍ତ ପ୍ରାର୍ଥୀଙ୍କର ପ୍ରାର୍ଥିପତ୍ର ନାକଚ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି । ଯଦି କେହି ମିଥ୍ୟା ସତ୍ୟପାଠ ଦାଖଲ କରିବା ଜଣାଯାଏ, ସେମାନଙ୍କ ବିରୁଦ୍ଧରେ ଅପରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ରାଜ୍ୟ ନିର୍ବାଚନ ଆୟୋଗ ପ୍ରାର୍ଥୀପତ୍ର ମନୋନୟନ ପ୍ରମାଣପତ୍ର ସହିତ ଜାତିଗତ ପ୍ରମାଣପତ୍ର ଦାଖଲ ବାଧ୍ୟତାମୂଳକ କରିଛନ୍ତି ।

ଯେଉଁ ପ୍ରାର୍ଥୀମାନେ ସଂରକ୍ଷିତ ସ୍ଥାନରୁ ନିର୍ବାଚନ ଲଢ଼ିବାକୁ ଚାହୁଁଛନ୍ତି, ସେମାନେ ସେମାନଙ୍କର ଜାତିଗତ ପ୍ରମାଣପତ୍ର ମନୋନୟନ ପତ୍ର ସହ ଦାଖଲ କରିବେ, ନଚେତ ସେମାନଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଯିବ ଓ ନିର୍ବାଚନ ଫିସ୍‌ରେ ଛାଡ଼ ପାଇଁ ସେମାନେ ବିବେଚିତ ହେବେ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ପାଢ଼ୀ ବୈଠକରେ ସୂଚନା ଦେଇଛନ୍ତି । କାଉନ୍‌ସିଲର ପଦ ପାଇଁ ପ୍ରାର୍ଥୀଙ୍କ ସର୍ବାଧିକ ନିର୍ବାଚନୀ ଖର୍ଚ୍ଚ ୫୦ ହଜାର ଟଙ୍କା ଓ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀଙ୍କ ସର୍ବାଧିକ ନିର୍ବାଚନୀ ଖର୍ଚ୍ଚ ୨ ଲକ୍ଷ ଟଙ୍କା ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଛି ।

ନିର୍ବାଚନ ସମୟରେ କାଉନ୍‌ସିଲର ପଦ ନିମନ୍ତେ ଜଣେ ପ୍ରାର୍ଥୀ (ତିନି ଚକିଆ ଓ ଚାରିଚକିଆ ଯାନ) ମୋଟରେ ୨ ଗୋଟି ଯାନ ବ୍ୟବହାର କରିପାରିବେ ଓ ଅଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନ ଲଢ଼ୁଥିଲେ ଜଣେ ପ୍ରାର୍ଥୀ (ଦୁଇ ଚକିଆ ଓ ଚାରିଚକିଆ ଯାନ) ମୋଟରେ ୪ ଗୋଟି ଯାନ ବ୍ୟବହାର କରିପାରିବେ ବୋଲି ରାଜ୍ୟ ନିର୍ବାଚନ କମିଶନର ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ଏହି ସର୍ବଦଳୀୟ ବୈଠକରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ବିଜୟ କୁମାର ଦାଶ, ଆୟୋଗର ଯୁଗ୍ମ ସଚିବ ଆଜାଦ୍‌ ହିନ୍ଦ୍‌ ପାଣିଗ୍ରାହୀ, ଅଇନ୍‌ ଅଧିକାରୀ ମାଧୁରୀ ମିଶ୍ର, ଭାରତୀୟ ଜନତା ପାର୍ଟିର ଡ. ଜତୀନ୍‌ ମହାନ୍ତି ଓ ଜୟନ୍ତ କୁମାର ଜେନା, ଭାରତୀୟ ଜାତୀୟ କଂଗ୍ରେସର ଶିବାନନ୍ଦରାୟ, ବିଜୁ ଜନତା ଦଳର ବିଧାୟକ ଅନନ୍ତ ନାରାୟଣ ଜେନା, ବହୁଜନ ସମାଜ ପାର୍ଟିର ରାଜ୍ୟ ସାଧାରଣ ସଂପାଦକ ମଧୁସୂଦନ ଯାଦବ, ସମାଜବାଦୀ ପାର୍ଟି, ଓଡ଼ିଶାର ସୁଦର୍ଶନ ପ୍ରଧାନ ଉପସ୍ଥିତ ଥିଲେ।

ସେହିପରି ଆମ୍‌ ଆଦ୍‌ମି ପାର୍ଟିର ରାଜ୍ୟ ସାଧାରଣ ସଂପାଦକ ସୌମ୍ୟରଞ୍ଜନ ସ୍ୱାଇଁ, କଳିଙ୍ଗ ସେନାର ରାଜ୍ୟ ସାଧାରଣ ସଂପାଦକ ମନୋଜ କୁମାର ନାୟକ, କମୁ୍ୟନିଷ୍ଟ ପାର୍ଟି ଅଫ୍‌ ଇଣ୍ଡିଆର ରାଜ୍ୟ ସଂପାଦକ ଜୟନ୍ତ ଦାଶ, ସମତାକ୍ରାନ୍ତି ଦଳର ପ୍ରଭାସ ସାମନ୍ତରାୟ, କୃପା ପାର୍ଟିର ବିଶ୍ୱନାଥ ରାଉତ ଓ ମୋ ଦଳର ଅଶୋକ କୁମାର ମହନ୍ତି ପ୍ରମୁଖ ସର୍ବଦଳୀୟ ବୈଠକରେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଅତାବିରା ଆଦିତ୍ୟ ପ୍ରସାଦ ପାଢ଼ୀ ରାଜ୍ୟ ନିର୍ବାଚନ ଆୟୋଗ ହିନ୍ଦୋଳ
Share. Facebook Twitter LinkedIn Email WhatsApp Copy Link

Related Posts

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026

ଠାକୁରମୁଣ୍ଡା ମେଡିକାଲରେ ଅମାନବୀୟ ଚିତ୍ର: ୩୬ ଘଣ୍ଟା ଧରି ପଡ଼ିରହିଲା ମୃତଦେହ

October 6, 2026

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପିଏମଏୱାଇ(ସହରୀ) ୨.୦ରେ ଓଡ଼ିଶାକୁ ମିଳିଲା ଜାତୀୟ ପୁରସ୍କାର

October 6, 2026
Latest News

କେରଳ ଯିବାକୁ ପ୍ଲାନ୍ କରୁଛନ୍ତି କି? IRCTCର ୮ ଦିନିଆ ପ୍ୟାକେଜ୍‌ରେ ମିଳିବ ହାଉସବୋଟ୍‌ର ମଜା

October 6, 2026

ପାର୍ବଣ ପୂର୍ବରୁ ବିମାନ ଯାତ୍ରୀଙ୍କୁ ଝଟକା: ଆଜିଠାରୁ ନୂଆ ଦର ଲାଗୁ କଲା ଇଣ୍ଡିଗୋ

October 6, 2026

ଟିମ୍ ଇଣ୍ଡିଆର କ୍ୟାପ୍ଟେନ୍ସି ଛାଡ଼ିଲେ ହରମନପ୍ରୀତ କୌର

October 6, 2026

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.