Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଶନ ଶକ୍ତି କମ୍ୟୁନିଟି ପାର୍ଟନରଙ୍କୁ ୮ ହଜାର ସାଇକେଲ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ମିଶନ ଶକ୍ତି କମ୍ୟୁନିଟି ପାର୍ଟନରଙ୍କୁ ୮ ହଜାର ସାଇକେଲ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

March 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ୱୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି। ସେ କହିଥିଲେ ଯେ ସେ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଉଛନ୍ତି ଏବଂ ମିଶନଶକ୍ତି ମା ମାନଙ୍କୁ ଭେଟୁଛନ୍ତି। ସେମାନେ ମଧ୍ୟ ନବୀନ ନିବାସ ଆସି ତାଙ୍କୁ ଭେଟୁଛନ୍ତି। ମା ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି ବୋଲି ସେ କହିଥିଲେ। ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ବିଭିନ୍ନ ସହରରେ ମିଶନ ଶକ୍ତିର ମା ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି। ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି। ଆପଣମାନଙ୍କ କାମରେ ସମସ୍ତେ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଯେପରି ସୁବିଧାରେ ନିଜ ନିଜର ଦାୟିତ୍ବ ପାଳନ କରିପାରିବେ, ସେଥିପାଇଁ ରାଜ୍ୟ ସରକାର ଆପଣମାନଙ୍କୁ ସାଇକେଲ ଦେଉଛନ୍ତି।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ଓଡିଶାର ମିଶନ ଶକ୍ତି କମ୍ୟୁନିଟି ପାର୍ଟିସିପେସନ କ୍ଷେତ୍ରରେ ସାରା ବିଶ୍ବରେ ସୁନାମ କରିଛି ଓ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି। ସମସ୍ତେ ମିଳିମିଶି ଭଲ କାମ କରି ଓଡିଶା ମା ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଥିଲେ ଯେ ମିଶନ ଶକ୍ତି ମା ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଓଡିଶା ଗଠନକୁ ସାକାର କରିବା ପାଇଁ ବହୁତ ଭଲ କାମ କରୁଛନ୍ତି। ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧୀନତା ମିଳିପାରିବ। ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି। ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି।

କାର୍ଯ୍ୟକ୍ରମରେ ଦୁଇ ଜଣ ମିଶନ ଶକ୍ତି ମା ପଦ୍ମାବତୀ ଦାସ (ଆହାର କର୍ମୀ) ଓ ସୀତା ମୁର୍ମୁ (ସ୍ବଚ୍ଛକର୍ମୀ) ନିଜ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁ ସେମାନେ ଆଜି ସ୍ବାବଲମ୍ବୀ ହେବା ସହିତ ନିଜ ନିଜ ପରିବାରର ଛୋଟ ଛୋଟ ଅସୁବିଧା ମଧ୍ୟ ଦୂର କରିପାରୁଛନ୍ତି। ସାଇକେଲ ଦ୍ବାରା ସେମାନଙ୍କ ସମୟ ବଞ୍ଚିବା ସହିତ କାର୍ଯ୍ୟଦକ୍ଷତା ବଢିବ ବୋଲି ସେମାନେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଏମସି କମିଶନର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ। ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧକ୍ଷେତ୍ର ପରେ କ୍ରିକେଟ ପିଚ୍‌ରେ ହାରିଲା ପାକିସ୍ତାନ, ଦୁବାଇରେ ଧୁଳି ଚଟାଇଲା ଭାରତ

September 15, 2025

କଂଗ୍ରେସ କଲା ବଡ ଘୋଷଣା, ସେପ୍ଟେମ୍ୱର ୩୦ ସୁଦ୍ଧା ନୂଆ ଜିଲ୍ଲା ସଭାପତି, ଅକ୍ଟୋବର ୨ରୁ…

September 14, 2025

କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

September 14, 2025

ରାଜ୍ୟ ମନ୍ତ୍ରୀମଣ୍ଡଳ ଅବଦଳବଦଳ ନେଇ ଆସିଲା ବଡ ଖବର, ପ୍ରଭାରୀଙ୍କ ମନ୍ତବ୍ୟ ପରେ ବଢିଲା ଚର୍ଚ୍ଚା

September 14, 2025
Latest News

ବିଜେବି କଲେଜଠାରେ ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା ଓ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ

September 15, 2025

ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ପ୍ରୟାସ ଆରମ୍ଭ

September 15, 2025

ବୀର ସାବରକର କ୍ରୀଡ଼ା କମ୍ପ୍ଲେକ୍ସକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

September 15, 2025

ଆସାମରେ ପ୍ରାୟ ୬୫୦୦ କୋଟିର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

September 15, 2025

ଶ୍ରୀକ୍ଷେତ୍ରର ବିଭିନ୍ନ ଶକ୍ତିପୀଠରେ ଷୋଳପୂଜା ଆରମ୍ଭ

September 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.