Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅପରାଜିତାଙ୍କୁ କଡ଼ା ଜବାବ ଦେଲେ ସୁଲତା: ଆମ ମୁଖ୍ୟମନ୍ତ୍ରୀଙ୍କ କାମ କଥା କହେ, ବ୍ରାଣ୍ଡିଂ ଲୋଡ଼ା ନାହିଁ
ବିଶେଷ ଖବର

ଅପରାଜିତାଙ୍କୁ କଡ଼ା ଜବାବ ଦେଲେ ସୁଲତା: ଆମ ମୁଖ୍ୟମନ୍ତ୍ରୀଙ୍କ କାମ କଥା କହେ, ବ୍ରାଣ୍ଡିଂ ଲୋଡ଼ା ନାହିଁ

March 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶା ସରକାର ନିଜର ବ୍ରାଣ୍ଡିଂ କରୁଛନ୍ତି ବୋଲି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯେଉଁ ଅଭିଯୋଗ ଆଣିଛନ୍ତି, ତାହା ଅମୂଳକ ଓ ଭିତ୍ତିହୀନ। ଜନମାନସରେ ତିଷ୍ଠି ରହିବା ପାଇଁ ସେ ମଝିରେ ମଝିରେ ଏଭଳି ଅବାନ୍ତର କଥା କହନ୍ତି। ଆଜି ଅପରାଜିତାଙ୍କ ମନ୍ତବ୍ୟ ଉପରେ ଏପରି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଜେଡିର ରାଜ୍ୟସଭା ସାଂସଦ ସୁଲତା ଦେଓ।

ଏକ ପ୍ରେସ ବିବୃତିରେ ଶ୍ରୀମତୀ ଦେଓ କହିଛନ୍ତି ଯେ, ଅପରାଜିତା ମାଡାମ୍ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇ ଓଡ଼ିଶାରେ ଦୀର୍ଘ ବର୍ଷ କାମ କରିଛନ୍ତି। ତେଣୁ ସେ ନିଶ୍ଚୟ ଭଲ ଭାବରେ ଅନୁଭବ କରିଥିବେ ଯେ, ୨୩ ବର୍ଷ ତଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଶାସନଭାର ଗ୍ରହଣ କଲାବେଳେ ଓଡ଼ିଶା କେଉଁଠି ଥିଲା ଏବଂ ଆଜି ଓଡ଼ିଶା କେଉଁଠି ପହଞ୍ଚିଛି। କିନ୍ତୁ ସମ୍ଭବତଃ ବିରୋଧୀ ଦଳରେ ଥିବାରୁ ବାଧ୍ୟବାଧକତାରେ ସେ ଏପରି କହୁଛନ୍ତି।

ଆମ ମାନ୍ୟବର ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ଵାସ କରନ୍ତି। ତେଣୁ ସେ କଥା କମ୍ କାମ ବେଶି କରନ୍ତି। ଯାହାର ଫଳ ସ୍ୱରୂପ ଓଡ଼ିଶାର ସର୍ବାଙ୍ଗୀନ ବିକାଶ ପାଇଁ ସେ କରିଥିବା କାମ ହିଁ ଆଜି କଥା କହୁଛି। ପ୍ରତ୍ୟେକ କ୍ଷେତ୍ରରେ କାମ ଏମିତି ହୋଇଛି ଯେ, ଆମର ବ୍ରାଣ୍ଡିଂ ଲୋଡ଼ା ନାହିଁ।

ଓଡ଼ିଶା ଦେଶର ଚତୁର୍ଥ ସର୍ବାଧିକ ଧାନ ଉତ୍ପାଦନକାରୀ ରାଜ୍ୟ ହେବା ସହିତ ଚାଉଳରେ ବଳକା ରାଜ୍ୟ ହୋଇପାରିଛି। ସରକାର କୃଷି ଓ ଜଳସେଚନ ଉପରେ ଅଧିକ ଗୁରୁତ୍ଵ ଦେବା ସହ କୃଷକଙ୍କ ଆୟ ବୃଦ୍ଧି କରିଛନ୍ତି। ସେହିପରି ଶିଳ୍ପ କ୍ଷେତ୍ରରେ ବିପୁଳ ପୁଞ୍ଜିନିବେଶ ଯୋଗୁଁ ଓଡ଼ିଶା ଦେଶର ଅନ୍ୟତମ ଶିଳ୍ପ ସମୃଦ୍ଧ ରାଜ୍ୟରେ ପରିଣତ ହୋଇଛି। ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ଜରିଆରେ ଓଡ଼ିଶାରେ ୧୦ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ଲାଗି ଦେଶବିଦେଶର ଶିଳ୍ପସଂସ୍ଥାମାନେ ପ୍ରତିଶ୍ରୁତି ଦେଇଛନ୍ତି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)ରେ ରାଜ୍ୟର ସାଢ଼େ ୯୬ ଲକ୍ଷ ପରିବାରର ୩ କୋଟି ୩୦ ଲକ୍ଷ ଲୋକ ମାଗଣା ଚିକିତ୍ସା ସୁବିଧା ପାଉଛନ୍ତି। ମିଶନ ଶକ୍ତି ଜରିଆରେ ଓଡ଼ିଶାରେ ମହିଳାମାନଙ୍କ ସଶକ୍ତିକରଣ ଆଜି ସମଗ୍ର ଦେଶରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଅନୁକରଣୀୟ ହୋଇପାରିଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶିକ୍ଷା ଭିତ୍ତିଭୂମିର ବିକାଶ ଓ ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାକୁ ଏକ ନୂତନ ଉଚ୍ଚତାକୁ ନେଇଛନ୍ତି।

ଅପରାଜିତା ଷଡଙ୍ଗୀ ଡ଼ିଶା ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ଭାରତୀୟ ପ୍ରଶାସନିକ ସେବା ଭୁବନେଶ୍ଵର ସାଂସଦ ରାଜ୍ୟସଭା ସାଂସଦ ସୁଲତା ଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026
Latest News

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.