Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତା ୧୦ ରୁ ମ୍ୟାଟ୍ରିକ ପରୀକ୍ଷା: ତ୍ରୁଟିଶୂନ୍ୟ ପରିଚାଳନା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ
ବିଶେଷ ଖବର

ଆସନ୍ତା ୧୦ ରୁ ମ୍ୟାଟ୍ରିକ ପରୀକ୍ଷା: ତ୍ରୁଟିଶୂନ୍ୟ ପରିଚାଳନା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ

March 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ମାସ ୧୦ ତାରିଖରୁ ମ୍ୟାଟ୍ରିକ ପରୀକ୍ଷାର ଦ୍ୱିତୀୟ ସମେଟିଭ ଆସେସମେଣ୍ଟ ଆରମ୍ଭ ହେବ। ଏହା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମାରେ ୫ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ  ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ।

ଏଥି ନିମନ୍ତେ ଏକ ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଭରଚ୍ୟୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ଏଥିରେ ସମସ୍ତ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ସଫଳତାର ସହ ତ୍ରୁଟିଶୂନ୍ୟ ଭାବେ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାକୁ ପରିଚାଳନା କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଥିଲେ। ପରୀକ୍ଷା ହଲକୁ  ଯାଉଥିବା ଛାତ୍ରଛାତ୍ରୀ ଏବଂ ପରୀକ୍ଷା ପରିଚାଳନା ସହ ସଂପୃକ୍ତ ବ୍ୟକ୍ତିଙ୍କୁ ଭଲଭାବେ ଯାଞ୍ଚ କରି କେନ୍ଦ୍ର ମଧ୍ୟକୁ ଛାଡିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପରୀକ୍ଷା କେନ୍ଦ୍ର ନିମନ୍ତେ ଆବଶ୍ୟକୀୟ ପର୍ଯ୍ୟବେକ୍ଷକ ଓ ଫ୍ଲାଇଙ୍ଗ୍‌ ସ୍କ୍ୱାର୍ଡ ମୁତୟନ ଉପରେ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି। ପ୍ରଶ୍ନପତ୍ର ଓ ଉତ୍ତର ଖାତା ରହୁଥିବା ଷ୍ଟ୍ରଙ୍ଗ ରୁମରେ ୨୪ ଘଣ୍ଟିଆ କଡା ନିରାପତ୍ତା, ପରୀକ୍ଷା କେନ୍ଦ୍ରରେ ସୁରକ୍ଷା କର୍ମୀ ମୁତୟନ, ବିଦ୍ୟୁତ ଏବଂ ପିଇବା ପାଣି ବ୍ୟବସ୍ଥା ସହ ପରୀକ୍ଷା ପରିଚାଳନାରେ ବାଧା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ଶାସନ ସଚିବ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ପରୀକ୍ଷା ନିମନ୍ତେ କେନ୍ଦ୍ରଗୁଡିକୁ ପ୍ରଶ୍ନପତ୍ର ଆଜିଠାରୁ ପଠେଇବା ଆରମ୍ଭ ହୋଇଥିବା ନେଇ ମାଧ୍ୟମିକ  ଶିକ୍ଷା ପରିଷଦ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା। ପରୀକ୍ଷା ନିମନ୍ତେ ୨୨ଟି ପୁଲିସ ଷ୍ଟେସନକୁ ମିଶାଇ ମୋଟ ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ଏଥି ମଧ୍ୟରେ କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଏବଂ ମାଲକାନଗିରିରେ ୧୦ଟି ପୁଲିସ ଷ୍ଟେସନରେ ନୋଡାଲ ସେଣ୍ଟର କରାଯାଇଛି। ପରୀକ୍ଷା ଶେଷ ହେବା ପରେ ୫୬ଟି କେନ୍ଦ୍ରରେ ଖାତା ଦେଖା ଆରମ୍ଭ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ଅନୁ ଗର୍ଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି.ଏସ୍‌, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମଶିଷ ହାଜରା, ଉପସଭାପତି ଡ଼ଃ ନିହାର ରଞ୍ଜନ ମହାନ୍ତି, ନିର୍ଦ୍ଦେଶକ ସୁଶାନ୍ତ ଦାଶ, ଅତିରିକ୍ତ ସଚିବ ଅଶ୍ୱିନୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026
Latest News

ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କର ବ୍ୟାଙ୍କିଂ ଲାଇସେନ୍ସ ବାତିଲ୍, ଏହା ଆପଣଙ୍କୁ କିପରି ପ୍ରଭାବିତ କରିବ?

April 25, 2026

ରାଶିଫଳ: ଆଜି ଏପ୍ରିଲ ୨୬ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 25, 2026

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.