Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ

March 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। Dakota DC-3 (VT-AUI)। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଏହି ବିମାନ କଲିକତା ବିମାନ ବନ୍ଦର ରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି।

ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ଵ ଓ ପରାକାଷ୍ଠା ର କାହାଣୀ। ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ ଇଣ୍ଡୋନେସିଆ ଯାଇ ସେଠାକାର ସ୍ଵାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି। କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀ କୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶବାସୀ।

ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆ ମାନଙ୍କୁ ସାହସ, ବିରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ। ବିଶ୍ଵ ବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା non scheduled flightର ଶୁଭାରମ୍ଭ ମଧ୍ୟ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ଆଜି ବିଧାନସଭା ଯାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଡାକୋଟା ବିମାନ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026
Latest News

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.