Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଆରମ୍ଭ
ବିଶେଷ ଖବର

ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଆରମ୍ଭ

March 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ। ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି। ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମହିଳା ସଶକ୍ତିକରଣର କର୍ଣ୍ଣଧାର ବିଜୁବାବୁ ଙ୍କ ଜୟନ୍ତୀ ଅବସରରେ ବରଗଡ ନୁଆପଡା ଓ କଳାହାଣ୍ଡି ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ୪୨ କୋଟି ଟଙ୍କାର ଋଣ ସହାୟତା ତଥା ସୁଧ ରିହାତି ମଧ୍ୟ ପ୍ରଦାନ କରିଛନ୍ତି।

ଏହି ଅବସରରେ ଆୟୋଜିତ ସମାବେଶ ମାନଙ୍କରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଏକ୍ସପ୍ରେସ ଓ୍ଵେ କେବଳ ଏକ ରାସ୍ତା ନୁହେଁ ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା। ଏହି ଏକ୍ସପ୍ରେସ ୱେ କେବଳ ଏ ଅଞ୍ଚଳ ନୂହେଁ ସାରା ଓଡ଼ିଶା ପାଇଁ ବିକାଶ ର ନୂଆ ଇତିହାସ ଲେଖିବ। ବିଜୁ ଏକ୍ସପ୍ରେସ ଓ୍ଵେ ଏ ଅଞ୍ଚଳ ପାଇଁ ଅନେକ ସୁଯୋଗ ଆଣିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଚାଷୀ ପାଇଁ ବଜାର ସୁବିଧା ମିଳିବ।  ଛାତ୍ରଛାତ୍ରୀମାନଙ୍କ ପାଠପଢା ପାଇଁ ସୁବିଧା, ବ୍ୟବସାୟୀ ମାନଙ୍କୁ ସୁବିଧା, ସ୍ୱାସ୍ଥ୍ୟ ସେବାରେ ଆହୁରି ଉନ୍ନତି ଆସିବ ,ସାଧାରଣ ଲୋକ ମଧ୍ୟ ସୁବିଧାରେ ଯାତାୟତ ରୂପାନ୍ତର କାମକୁ ମଜଭୁତ କରିବ।

ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସର ଦୁଇପାଖେ ବିଜୁ ଅର୍ଥନୈତିକ କରିଡର ହେବାଦ୍ଵାରା ପୁଞ୍ଜି ବିନିଯୋଗ ବଢିବ ଏବଂ ନୂଆ ନୂଆ ଶିଳ୍ପ ଗଢି ଉଠିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ସେ କଥା ନୂହେଁ କାମ ରେ ବିଶ୍ବାସ କରନ୍ତି ବୋଲି ତାଙ୍କ ଉକ୍ତି କୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ଅର୍ଥନୈତିକ କରିଡରକୁ ପୁଞ୍ଜିପତିମାନଙ୍କୁ ଆକର୍ଷଣ କରିବା ପାଇଁ ପ୍ରୋତ୍ସାହନ ଭାବରେ ଅତିରିକ୍ତ ୩୦ ପ୍ରତିଶତ ରିହାତି ନିବିଶେକମାନଙ୍କୁ ମିଳିବ।

ଶିଳ୍ପ ବିକାଶ କାର୍ଯ୍ୟ ତ୍ଵରାନିତ କରିବା ପାଇଁ ଆଗୁଆ ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ବିଜୁ ଅର୍ଥନୈତିକ କରିଡର ଦ୍ଵାରା ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ନୁଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାବାସୀ ବିଶେଷ ଭାବରେ ଉପକୃତ ହେବେ। ପଶ୍ଚିମ ଓ ଦକ୍ଷିଣ ଓଡିଶା ମଧ୍ୟରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ଘଟିବ।  ପର୍ଯ୍ୟଟନର ମଧ୍ୟ ବିକାଶ ଘଟିବ।

ଘଟିପଡାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ଓ୍ଵେର ଚାରିଥାକିଆ ରାସ୍ତା କାମ ରେକର୍ଡ ଏକ ବର୍ଷ ମଧ୍ୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ. ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଅଗ୍ରଣୀ ଭୁମିକା ନେଇଥିବା ମହାନ ଜନନାୟକ ବିଜୁ ବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ଏକ ସଶକ୍ତ ଓଡିଶା ଗଠନ ପାଇଁ ସେ କାମ କରି ଚାଲିଛନ୍ତି।

ସମ୍ବଲପୁର- ରାଉଲକେଲା ରାସ୍ତା ବିଜୁବାବୁଙ୍କ ପରିକଳ୍ପନା ଥିଲା। L&T ରାସ୍ତାଭାବେ ପରିଚିତ ଏହି ରାସ୍ତାର ଆରମ୍ଭ ସ୍ଵର୍ଗତ ବିଜୁବାବୁ ୧୯୯୩ ମସିହାରେ ଆରମ୍ଭ କରିଥିଲେ।  ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଶା ମାଟି ଓ ଏ ମାଟିର ମଣିଷର ସ୍ଵପ୍ନ ସହ ବିଜୁବାବୁ ସବୁବେଳେ ଯୋଡିହୋଇ ରହିଥିଲେ ବୋଲି ମତ ଦେଇ ତାଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲ।

ଏହି ସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ ମଣ୍ଡଳର ସଦସ୍ୟ, ତଥା ବିଧାୟକ ମାନେ ଉପସ୍ଥିତ ଥିଲେ।

କଳାହାଣ୍ଡି ଜିଲ୍ଲା ନୂଆପଡା ବରଗଡ ବିଜୁ ପଟ୍ଟନାୟକ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026
Latest News

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.