Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଟୁଇଟ୍ କରି ଧର୍ମେନ୍ଦ୍ରଙ୍କ ବକ୍ତବ୍ୟର ଜବାବ ରଖିଲେ ପ୍ରଣବ ପ୍ରକାଶ
ବିଶେଷ ଖବର

ଟୁଇଟ୍ କରି ଧର୍ମେନ୍ଦ୍ରଙ୍କ ବକ୍ତବ୍ୟର ଜବାବ ରଖିଲେ ପ୍ରଣବ ପ୍ରକାଶ

March 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀରେ ହୋଇଥିବା ବିଜେପିର ବିକ୍ଷୋଭ ବେଳେ ପୁଲିସ କାର୍ଯ୍ୟାନୁଷ୍ଠାନକୁ ସମାଲୋଚନା କରିବାରୁ ଏହାର ଜବାବ ରଖିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।

କେନ୍ଦ୍ରମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଟୁଇଟ୍ କରି ଶ୍ରୀ ଦାସ କହିଛନ୍ତି ଯେ ଭାଇ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଈରାଣିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ। ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ଵରେ ପୁଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା। ଦେଖନ୍ତୁ ଏହି ଭିଡିଓ। ମୁଁ ଆଗରୁ ମଧ୍ୟ ଏହା ଆପଣଙ୍କୁ ଦେଇଥିଲି। ଆପଣ ନିଶ୍ଚୟ ଦେଖିଥିବେ। ଏଭଳି ନେତାଙ୍କୁ ସମର୍ଥନ କରି ଆପଣ ଓଡ଼ିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?

କେନ୍ଦ୍ରମନ୍ତ୍ରୀଙ୍କୁ ଶ୍ରୀ ଦାସ ଆହୁରି କହିଛନ୍ତି, ଆପଣ ଯାହାଙ୍କୁ ବିରୋଧୀ ଦଳର ନେତା କରିଛନ୍ତି, ସେ ମଧ୍ୟ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ଜଘନ୍ୟ ହତ୍ୟା ମାମଲାରେ ସଂପୃକ୍ତ। ସ୍ଵାସ୍ଥ୍ୟ ଆଳରେ ଜାମିନରେ ଆସିଲା ପରେ ମଧ୍ୟ ସେ ଅପରାଧ ଘଟାଇ ଚାଲିଛନ୍ତି। ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ। ଓଡ଼ିଶାବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ପ୍ରତ୍ୟାଖ୍ୟାନ କଲେ।

ଆମେ ଭାବିଥିଲୁ, ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ। ମାତ୍ର ଆଜି ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ମୋର ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଭଳି ଅପରାଧିକ ତତ୍ତ୍ଵକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନହେଲେ ଭବିଷ୍ୟତରେ ଏ ଦୁଇ ନେତା ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ।

ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.