Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଟୁଇଟ୍ କରି ଧର୍ମେନ୍ଦ୍ରଙ୍କ ବକ୍ତବ୍ୟର ଜବାବ ରଖିଲେ ପ୍ରଣବ ପ୍ରକାଶ
ବିଶେଷ ଖବର

ଟୁଇଟ୍ କରି ଧର୍ମେନ୍ଦ୍ରଙ୍କ ବକ୍ତବ୍ୟର ଜବାବ ରଖିଲେ ପ୍ରଣବ ପ୍ରକାଶ

March 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀରେ ହୋଇଥିବା ବିଜେପିର ବିକ୍ଷୋଭ ବେଳେ ପୁଲିସ କାର୍ଯ୍ୟାନୁଷ୍ଠାନକୁ ସମାଲୋଚନା କରିବାରୁ ଏହାର ଜବାବ ରଖିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।

କେନ୍ଦ୍ରମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଟୁଇଟ୍ କରି ଶ୍ରୀ ଦାସ କହିଛନ୍ତି ଯେ ଭାଇ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଈରାଣିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ। ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ଵରେ ପୁଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା। ଦେଖନ୍ତୁ ଏହି ଭିଡିଓ। ମୁଁ ଆଗରୁ ମଧ୍ୟ ଏହା ଆପଣଙ୍କୁ ଦେଇଥିଲି। ଆପଣ ନିଶ୍ଚୟ ଦେଖିଥିବେ। ଏଭଳି ନେତାଙ୍କୁ ସମର୍ଥନ କରି ଆପଣ ଓଡ଼ିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?

କେନ୍ଦ୍ରମନ୍ତ୍ରୀଙ୍କୁ ଶ୍ରୀ ଦାସ ଆହୁରି କହିଛନ୍ତି, ଆପଣ ଯାହାଙ୍କୁ ବିରୋଧୀ ଦଳର ନେତା କରିଛନ୍ତି, ସେ ମଧ୍ୟ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ଜଘନ୍ୟ ହତ୍ୟା ମାମଲାରେ ସଂପୃକ୍ତ। ସ୍ଵାସ୍ଥ୍ୟ ଆଳରେ ଜାମିନରେ ଆସିଲା ପରେ ମଧ୍ୟ ସେ ଅପରାଧ ଘଟାଇ ଚାଲିଛନ୍ତି। ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ। ଓଡ଼ିଶାବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ପ୍ରତ୍ୟାଖ୍ୟାନ କଲେ।

ଆମେ ଭାବିଥିଲୁ, ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ। ମାତ୍ର ଆଜି ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ମୋର ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଭଳି ଅପରାଧିକ ତତ୍ତ୍ଵକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନହେଲେ ଭବିଷ୍ୟତରେ ଏ ଦୁଇ ନେତା ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ।

ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ନେପାଳ ନୁହଁ, ଏହିସବୁ ଦେଶ ମଧ୍ୟ ସାମାଜିକ ଗଣମାଧ୍ୟମ କୁ କରିଛନ୍ତି ବ୍ୟାନ୍

September 12, 2025

ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା

September 11, 2025

ଦୁବାଇର ଯୁବରାଜଙ୍କ ଦ୍ୱାରା ଆଇଆଇଏମ, ଅହମ୍ମଦବାଦ ଦୁବାଇ କ୍ୟାମ୍ପସ ଉଦଘାଟିତ

September 11, 2025

ସାର ଅଭାବ ନେଇ କଡା ଆଭିମୁଖ୍ୟ ନେଲେ ମୁଖ୍ୟମନ୍ତ୍ରୀ, ମନିଟରିଂ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

September 11, 2025
Latest News

ମୁମ୍ବାଇ ବିମାନବନ୍ଦରରେ ଆତଙ୍କ: ଉଡ଼ାଣ ଭରିବା ମାତ୍ରେ ବିମାନରୁ ଖସିଲା ଚକ

September 12, 2025

ସୁନା ଦୋକାନରୁ ଲୁଟ ଘଟଣା: ଆଉ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଖୋର୍ଦ୍ଧା ପୋଲିସ

September 12, 2025

ଓମାନରେ ଓଡିଆ ଯୁବକ ମୃତ: ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

September 12, 2025

ବୈଷ୍ଣୋ ମାତା ଭକ୍ତଙ୍କ ପାଇଁ ବଡ଼ ଖବର, ଏହି ଦିନଠାରୁ ଆରମ୍ଭ ହେବ ଦର୍ଶନ

September 12, 2025

‘ବିପଦପୂର୍ଣ୍ଣ ଦେଶ ସହ ନିକଟତର ହେଉଛି ଆମେରିକା’: ପାକିସ୍ତାନ ଉପରେ ଭାଗବତଙ୍କ ବଡ଼ ବୟାନ

September 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.