Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଟୁଇଟ୍ କରି ଅନୁରୋଧ କଲେ ବର୍ଷା ସିଂ ବରିହା: ଜାଣନ୍ତୁ କ’ଣ କହିଲେ?
ବିଶେଷ ଖବର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଟୁଇଟ୍ କରି ଅନୁରୋଧ କଲେ ବର୍ଷା ସିଂ ବରିହା: ଜାଣନ୍ତୁ କ’ଣ କହିଲେ?

March 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଓଡ଼ିଶା ବିଜେପିର କିଛି ନେତା ତାଙ୍କୁ ନିନ୍ଦିତ କରିବାକୁ ଉଦ୍ୟମ କରୁଛନ୍ତି। ଏହା ଆମ ହିନ୍ଦୁ ପରମ୍ପରା ଓ ଓଡ଼ିଆ ସଂସ୍କୃତିରେ ଆଦୌ ଗ୍ରହଣୀୟ ନୁହେଁ। ତେଣୁ ରାଜନୈତିକ ଉଦ୍ଦେଶ୍ୟ ରଖି ଜଣେ ଦିବଂଗତ ନେତାଙ୍କ ଉପରେ କଟୁ ମନ୍ତବ୍ୟ ଦେବାରୁ ଆପଣଙ୍କ ଦଳର ନେତାଙ୍କୁ କ୍ଷାନ୍ତ ରଖନ୍ତୁ। ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟୁଇଟ୍ କରି ଏପରି ଅନୁରୋଧ କରିଛନ୍ତି ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା।

ଶ୍ରୀମତୀ ବରିହା ନିଜ ଟୁଇଟ୍ରେ ଆହୁରି ଉଲ୍ଲେଖ କରିଛନ୍ତି ଯେ ଯେତେବେଳେ ମୋ ବାପାଙ୍କର ଦେହାନ୍ତ ହୋଇଥିଲା, ସେତେବେଳେ ମଧ୍ୟ ରାଜ୍ୟ ବିଜେପିର କିଛି ନେତା ତାଙ୍କୁ ଠିକ୍ ଏମିତି ଆକ୍ଷେପ କରୁଥିଲେ। ମୋ ଚରିତ୍ର ଓ ବାହାଘରକୁ ନେଇ କୁତ୍ସାରଟନା କରୁଥିଲେ। ମୁଁ ସମସ୍ତଙ୍କୁ ହାତ ଯୋଡ଼ି ଯେତେ ଅନୁରୋଧ କଲେ ବି ସେମାନେ ଆକ୍ରୋଶମୂଳକ ଭାବେ ବ୍ୟକ୍ତିଗତ ଆକ୍ରମଣ ଜାରି ରଖିଥିଲେ। ଏହା ମୋତେ ଏବଂ ମୋ ପରିବାରକୁ ଗଭୀର ମାନସିକ ଆଘାତ ଦେଇଥିଲା। ସେତେବେଳେ ମୁଁ ଆପଣଙ୍କୁ ମଧ୍ୟ ଅନୁରୋଧ କରିଥିଲି, ଦୟାକରି ମୋତେ ଏପରି ଆକ୍ଷେପ କରିବାକୁ ଆପଣଙ୍କ ଦଳର ଏହି ନେତାମାନଙ୍କୁ ବାରଣ କରନ୍ତୁ। ତଥାପି ଆପଣ କିଛି କଲେନି, ବୋଧେ ଜାଣିଶୁଣି ନିରବ ରହିଲେ। ଏହା ମୋତେ ଖୁବ୍ ଦୁଃଖ ଦେଇଥିଲା।

ଏବେ ସମାନ ଢଙ୍ଗରେ ସ୍ୱର୍ଗତ ନବକିଶୋର ଦାସଙ୍କ ଚରିତ୍ର ସଂଘାର ପାଇଁ ଯେଉଁ ଉଦ୍ୟମ ହେଉଛି, ତାହା ତାଙ୍କ ଝିଅ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ କେତେ ମାନସିକ ଯନ୍ତ୍ରଣା ହେଉଥିବ, ତାହା ମୁଁ ଅନୁଭବ କରିପାରୁଛି। ତେଣୁ ଆପଣଙ୍କୁ ମୋର ଅନୁରୋଧ, ଅନ୍ତତଃ ପକ୍ଷେ ନିରବ ରୁହନ୍ତୁ ନାହିଁ କି ଏହାକୁ ପରୋକ୍ଷ ଭାବେ ସମର୍ଥନ କରନ୍ତୁ ନାହିଁ। ଦୟା କରି ଆପଣଙ୍କ ଦଳର ନେତାମାନଙ୍କୁ କୁହନ୍ତୁ, ଜଣେ ମୃତ ବ୍ୟକ୍ତିଙ୍କ ସଂପର୍କରେ ସେମାନେ ଏପରି ହୀନ ମନ୍ତବ୍ୟ ଦେବାରୁ ନିଜକୁ କ୍ଷାନ୍ତ ରଖନ୍ତୁ।

ଓଡିଶା ବିଜେପି ଧର୍ମେନ୍ଦ୍ର ପ୍ରଧାନ ନବକିଶୋର ଦାସ ବର୍ଷା ସିଂ ବରିହା
Share. Facebook Twitter LinkedIn Email WhatsApp Copy Link

Related Posts

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଓଡ଼ିଶାର କୃଷି ବିକାଶକୁ କେନ୍ଦ୍ରର ପ୍ରଶଂସା

May 19, 2026

ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ

May 19, 2026

ଅସୁସ୍ଥ ଏବଂ ବିପଦଜନକ କୁକୁରମାନଙ୍କ ପାଇଁ ବଡ଼ ଖବର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

May 19, 2026
Latest News

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.