Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ: ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କୁ ୯୬୪ କୋଟିର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଭେଟି
ବିଶେଷ ଖବର

ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ: ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କୁ ୯୬୪ କୋଟିର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଭେଟି

March 10, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଉରକେଲା ସହରର ବିର୍ସା ଛକ ଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ୍‌ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଏବଂ ବହୁତଳ କାର ପାର୍କିଂ ସୁବିଧାର ଉଦ‌ଘାଟନ କରିଛନ୍ତି। ୧୫୭. ୨୧ କୋଟି ଟଙ୍କା ମୂଲ୍ୟରେ ୧୦ ଏକର ଜମିରେ ଏହି ଷ୍ଟାଡିୟମ୍‌ ସମେତ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ନିର୍ମିତ ହୋଇଛି। ପ୍ରାୟ ୧୦ହଜାର ଦର୍ଶକ ଏକକାଳୀନ ଏଠାରେ ବସି ଖେଳ ଉପଭୋଗ କରିପାରିବେ। ଏଠାରେ ଫୁଟବଲ ସମେତ ଡ୍ରାଗ୍‌ ଆଣ୍ଡ ଫିଲ୍ଡ ବିଭାଗର ସମସ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିବ। ଏଥିସହିତ ଏଠାରେ ନିର୍ମିତ ସୁଇମିଂ ପୁଲରେ ସନ୍ତରଣ ନେଇ ପ୍ରଶିକ୍ଷଣ ଦିଆଯିବା ସହ ରାଜ୍ୟ ତଥା ଜାତୀୟସ୍ତରୀୟ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହେବ। ଏହା ସହିତ ୨ମହଲା ବିଶିଷ୍ଟ ମଲ୍ଟି ଲେବଲ୍‌ କାର‌ ପାର୍କିଂ ବ୍ୟବସ୍ଥା ମଧ୍ୟ ରହିଛି।

ଆଜିର ଏହି ଷ୍ଟାଡିୟମ୍‌ର ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାବାସୀଙ୍କ ପାଇଁ ଏହି ଷ୍ଟାଡିୟମ‌ ଉତ୍ସର୍ଗୀକୃତ କରିବା ସହ ଉପସ୍ଥିତ ହଜାର ହଜାର ଜନସଧାରଣଙ୍କୁ ଷ୍ଟାଡିୟମ‌ର ଉଦ୍‌ଘାଟନ ନେଇ ଆପଣମାନେ ଖୁସି ତ? ପଚାରିଥିଲେ।

ପ୍ରତିତ୍ତ୍ୟୁରରେ ଲୋକମାନେ ବହୁତ ଖୁସି ଥିବା ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଲୋକଙ୍କ ଖୁସିରେ ସେ ଖୁସି ଥିବା କହିଥିଲେ।

ଅନ୍ୟପକ୍ଷରେ ସୁନ୍ଦରଗଡ଼ ଜିଲ୍ଲାର ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତା ଘାଟ, ପରିମଳ, କୃଷି ଏବଂ ପର୍ଯ୍ୟଟନ ଇତ୍ୟାଦିର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଉଦ‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ସେଗୁଡିକ ହେଲା ୫୩.୫୩ କୋଟି ଟଙ୍କାର ପାନପୋଷଠାରେ ବଜାର ଗୃହ ନିର୍ମାଣ, ୧୧.୭୭ କୋଟି ଟଙ୍କାର ଆସ୍ଥା ଗୃହ (ମାନସିକ ରୋଗ ରେ ପୀଡିତ ମହିଳାଙ୍କ ପାଇଁ), ୨୩୨ କୋଟି ଟଙ୍କାର ୫ଗୋଟି ଉଚ୍ଚ କ୍ଷମତା ସମ୍ପନ୍ନ ଉଠା ଜଳ ସେଚନ ପ୍ରକଳ୍ପ, ଟାଙ୍ଗରପାଲ୍ଲୀ ବ୍ଳକ୍‌ର ଉଜ୍ଜଳପୁର ଠାରେ ୨.୫୫ କୋଟି ଟଙ୍କା ମୂଲ୍ୟର ମାର୍କେଟ ୟାର୍ଡ ଓ ଗୋଦାମ ଗୃହ, ୩୩.୯୦ କୋଟି ଟଙ୍କାର ୧୪ ଗୋଟି ଅନୁସୂଚିତ ଜାତି ଓ ଜନଜାତି/ପଛୁଆ ବର୍ଗଙ୍କ ନିମନ୍ତେ ଛାତ୍ରାବାସ, ୨୩୭.୨୦ କୋଟି ଟଙ୍କାର ୬୬ ଗୋଟି ରାସ୍ତା ପ୍ରକଳ୍ପ, ୧୧.୫୦ କୋଟି ଟଙ୍କାର ୨୭୩ ଗୋଟି ପଞ୍ଚାୟତସ୍ତରୀୟ ବର୍ଜ୍ୟବସ୍ତୁ ପୃଥକୀକରଣ ଓ ଗୋଟିଏ କଠିନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର, ସରଫଗଡ଼ ଠାରେ ୭୫ ଲକ୍ଷ ଟଙ୍କାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ, ୬.୪୭ କୋଟି ଟଙ୍କାରେ ନିର୍ମିତ ୨୩ ଗୋଟି ଅଙ୍ଗନଓ୍ବାଡି କେନ୍ଦ୍ର, ୬୩.୨୯ କୋଟି ଟଙ୍କାରେ ନିର୍ମିତ ୪୭ ଗୋଟି ଗୋଷ୍ଠୀ ସଭା ଗୃହ, ୨୫.୩୭ କୋଟି ଟଙ୍କାରେ ନିର୍ମିତ ୮୫ ଗୋଟି ବିଦ୍ୟାଳୟ ଗୃହ, ୧.୩୪ କୋଟି ଟଙ୍କାରେ ନିର୍ମିତ ୩ଟି ଗୋଷ୍ଠୀ ଉପ ସ୍ବାସ୍ଥ୍ୟ କେନ୍ଦ୍ରର ଉଦ୍‌ଘାଟନ କରିଥିଲେ। ଏହା ସହିତ ୬୬.୯୩ କୋଟି ଟଙ୍କାର ବ୍ୟାୟରେ ନିର୍ମିତ ହେବାକୁ ଥିବା ୨୩ ଗୋଟି ରାସ୍ତା, କଲଭର୍ଟ ଏବଂ ଗୃହ ନିର୍ମାଣ କାର୍ଯ୍ୟ , ୮.୭୯ କୋଟି ଟଙ୍କାରେ ହେବାକୁ ଥିବା ୨୯ ଗୋଟି ଗୋଷ୍ଠୀ ସଭା ଗୃହ, ୩୫.୨୬ କୋଟି ଟଙ୍କା ମୂଲ୍ୟରେ ହେବାକୁ ଥିବା ୭୩ ଗୋଟି ସ୍ବାସ୍ଥ୍ୟ ସମ୍ପର୍କିତ ପ୍ରକଳ୍ପ, ୧୬.୧୦ କୋଟି ଟଙ୍କାରେ ଲାଇଙ୍ଗ‌ ଠାରେ ହେବାକୁ ଥିବା ପ୍ରକୃତି ପର୍ଯ୍ୟଟନସ୍ଥଳର ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନ ବୋର୍ଡ ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ‌, କ୍ରୀଡ଼ା ଏବଂ ଯୁବ ସେବା ସଚିବ ଆର. ଭିନିଲ୍‌ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡ. ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ କର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ ମହାଜନ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଉନ୍ନୟନ ପ୍ରକଳ୍ପ ରାଉରକେଲା ଗସ୍ତ ସୁନ୍ଦରଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026
Latest News

କେତେ ସମୟ ଚାଲିବା ଭଲ, ଜାଣନ୍ତୁ ଶରୀର ଉପରେ ଚାଲିବା ସମୟ କିପରି ପ୍ରଭାବ ପକାଏ ?

April 22, 2026

ସକାଳୁ ସକାଳୁ ଗୋଇଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି କି ? ଅଣଦେଖା କରନ୍ତୁ ନାହିଁ , ହୋଇପାରେ ବଡ ସମସ୍ୟା

April 22, 2026

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.