Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁଣି ଥରେ ଆରମ୍ଭ ହେଲା ନବୀନଙ୍କ ପଞ୍ଚମ ଇନିଂସ୍‌, ନବୀନଙ୍କ ସହ ଶପଥ ନେଲେ ୨୦ ଜଣିଆ ଟିମ୍‌
ବିଶେଷ ଖବର

ପୁଣି ଥରେ ଆରମ୍ଭ ହେଲା ନବୀନଙ୍କ ପଞ୍ଚମ ଇନିଂସ୍‌, ନବୀନଙ୍କ ସହ ଶପଥ ନେଲେ ୨୦ ଜଣିଆ ଟିମ୍‌

May 29, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
navin pattanaik and his ministera take sworn
navin pattanaik and his ministera take sworn

ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ଇନିଂସ୍‌। ନବୀନଙ୍କ ସହ ତାଙ୍କ ପୂରା ଟିମ୍‌ ଅର୍ଥାତ୍‌ ନବୀନଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନବୀନଙ୍କ ସମେତ ସମସ୍ତ କ୍ୟାବିନେଟ୍‌ ଓ ରାଷ୍ଟ୍ର ପାହ୍ୟା ମନ୍ତ୍ରୀଙ୍କ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ପାଠ ସମାରୋହରେ ମନ୍ତ୍ରୀମାନେ ଶପଥ ଗ୍ରହଣ କରିଛନ୍ତି। ପ୍ରଥମେ କ୍ୟାବିନେଟ୍‌ ମନ୍ତ୍ରୀଗଣ ଶପଥ ନେଇଥିଲେ ପ୍ରଫୁଲ ମଲ୍ଲିକ। ଏହାପରେ ବିକ୍ରମ କେଶରୀ ଆରୁଖ, ନିରଞ୍ଜନ ପୂଜାରୀ, ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଡାକ୍ତର ଅରୁଣ କୁମାର ସାହୁ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ପଦ୍ମନାଭ ବେହେରା, ନବ କିଶୋର ଦାସ ଓ ସୁଶାନ୍ତ ସାହୁ ସିଂହ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ସୁଦାମା ମାରାଣ୍ଡି ସାନ୍ତାଳୀ ଭାଷାରେ ଶପଥ ଗ୍ରହଣ କରିଛନ୍ତି। ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବରେ ଅଶୋକ ପଣ୍ଡା, ସମୀର ଦାଶ, ପଦ୍ମିନୀ ଦିଆନ୍‌, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଦିବ୍ୟଶଙ୍କର ମିଶ୍ର, ପ୍ରେମାନନ୍ଦ ନାୟକ, ରଘୁନନ୍ଦନ ଦାସ, ତୁଷାରକାନ୍ତି ବେହେରା, ଜଗନ୍ନାଥ ସାରକା ପ୍ରମୁଖ ଶପଥ ଗ୍ରହଣ କରିଛନ୍ତି।

ଏହି ଉତ୍ସବରେ ପ୍ରାୟ 6 ହଜାର ଦର୍ଶକ ଉପସ୍ଥିତ ଥିଲେ। ପ୍ରଥମ ଥର ପାଇଁ ଏହି ଉତ୍ସବରେ ଦେଶର ଅନେକ ଶିଳ୍ପପତି ଯୋଗଦେଇଥିଲେ। ସେହିପରି ପ୍ରଥମ ଥର ପାଇଁ ନବୀନଙ୍କ ଶପଥ ଉତ୍ସବରେ ଯୋଗଦେଇଥିଲେ ତାଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ ଏବଂ ଭଉଣୀ ଗୀତା ମେହେଟ୍ଟା। ଶପଥ ଗ୍ରହଣ ଶେଷ ହେବା ପରେ ନବୀନ ସଚିବାଳୟ ଯାଇ ନିଜ ଚ୍ୟାମ୍ବରରେ କାମ ଆରମ୍ଭ କରିଥିଲେ। ସଚିବାଳୟରେ ବିଭିନ୍ନ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡା ଦେଇ ସ୍ବାଗତ କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ ତାଙ୍କ କର୍ମଚାରୀଗଣ। ଏହାପରେ ଡିଜିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ନବୀନଙ୍କୁ ସ୍ବାଗତ କରିଥିଲେ। ବାହାରୁ ଆସିଥିବା ଶିଳ୍ପପତିମାନେ ମଧ୍ୟ ସଚିବାଳୟ ଯାଇ ନବୀନଙ୍କୁ ସ୍ବାଗତ କରି ଓଡିଶାର ପ୍ରଗତି ସହିତ ସାମିଲ ହେବେ ବୋଲି ଜଣାଇଥିଲେ।

ଲକି ଚ୍ୟାୟାର

ନିର୍ବାଚନ ଘୋଷଣା ପରେ ନବୀନ ସଚିବାଳୟ ଯାଇ ନ ଥିଲେ। ଏପରିକି ନିର୍ବାଚନ ସରିବା ପରେ ମଧ୍ୟ ଯାଇ ନ ଥିଲେ। ହେଲେ ଫନୀ ବାତ୍ୟା ସମୀକ୍ଷା ବୈଠକ କରିବାକୁ ଦୀର୍ଘ ଏକ ମାସ ପରେ ସଚିବାଳୟ ଯାଇ ବାତ୍ୟା ମୁକାବିଲା ବୈଠକ କରିଥିଲେ। ଏହାପରେ ଆଉ ନବୀନ ସଚିବାଳୟ ଯାଇ ନ ଥିଲେ। ହେଲେ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ତାଙ୍କର ଚିରାଚରିତ ତୃତୀୟ ମହଲାକୁ ଯାଇ କାର୍ଯ୍ୟ ଆରମ୍ଭ କରିଥିଲେ। ତାଙ୍କ ସାଥୀରେ ସମସ୍ତ କର୍ମଚାରୀ ମଧ୍ୟ ଥାଆନ୍ତି। ସେ ମୁଖ୍ୟମନ୍ତ୍ରୀ ବସିବା ପାଇଁ ଉଦ୍ଧିଷ୍ଠ କାଠ ଚ୍ୟାୟରେ ବସିବା ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଥିଲେ ‘ଲକି ଚ୍ୟାୟାର’। ଏହାପରେ ସେ ସେହି ଚ୍ୟାୟରରେ ବସି କାମ ଆରମ୍ଭ କରିଥିଲେ

ministers naveenpattanaik sworn thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.