Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗାଁ ଗାଁ କୁ ସବୁଦିନିଆ ରାସ୍ତା ଦ୍ୱାରା ସଂଯୋଗୀକରଣକୁ ବଜେଟରେ ଗୁରୁତ୍ୱ
ବିଶେଷ ଖବର

ଗାଁ ଗାଁ କୁ ସବୁଦିନିଆ ରାସ୍ତା ଦ୍ୱାରା ସଂଯୋଗୀକରଣକୁ ବଜେଟରେ ଗୁରୁତ୍ୱ

March 17, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ, ବିଶେଷ କରି ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ସାମାଜିକ-ଆର୍ଥିକ ପ୍ରଗତି ପାଇଁ ପ୍ରତିଶ୍ରୁତିବଦ୍ଧ। ସବୁଦିନିଆ ରାସ୍ତା ଓ ସେତୁ ନିର୍ମାଣ ଦ୍ୱାରା ଗ୍ରାମାଞ୍ଚଳର ଲୋକଙ୍କ ଗମନାଗମନ ଓ ଦ୍ରବ୍ୟ ପରିବହନ ସୁଗମ ହେବା ସହ ସେମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି, ଦାରିଦ୍ର୍ୟ ଦୂରୀକରଣ ଏବଂ ସାମଗ୍ରିକ ବିକାଶ ସାଧିତ ହୋଇଥାଏ। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (MMSY) ଓ ବିଜୁ ସେତୁ ଯୋଜନା (BSY) ଭଳି ରାଜ୍ୟ ପ୍ରାୟୋଜିତ ପ୍ରମୁଖ ଯୋଜନା ଜରିଆରେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଓ ସେତୁ ନିର୍ମାଣ କରି ଗ୍ରାମାଞ୍ଚଳର ସଂଯୋଗବିହୀନ ଗ୍ରାମଗୁଡିକୁ ଉନ୍ନତମାନର ଯୋଗାଯୋଗ ସୁବିଧା ଉପଲବ୍ଧ କରାଯାଉଛି ବୋଲି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ  ପ୍ରୀତିରଞ୍ଜନ ଘଡେଇ କହିଛନ୍ତି।

ଆଜି ଗୀତ ଗୋବିନ୍ଦ ସଦନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ଶ୍ରୀ ଘଡ଼େଇ ବଜେଟର ମୁଖ୍ୟାଂଶ ଦର୍ଶାଇବାକୁ ଯାଇ କହିଲେ ଯେ ଗ୍ରାମ୍ୟ ଉନ୍ନୟନ ବିଭାଗ ଆଜି ସଫଳତାର ଶୀର୍ଷରେ ପହଞ୍ଚିଛି । ରାଜ୍ୟର ଅଭିବୃଦ୍ଧି ପଛରେ ରହିଛି ଗମନାଗମନର ସୁବ୍ୟବସ୍ଥା। ଗ୍ରାମାଞ୍ଚଳରେ ରହୁଥିବା ସମାଜର ଶେଷ ବ୍ୟକ୍ତି ପାଖରେ କିପରି ଗମନାଗମନ ସୁବିଧା ପହଞ୍ଚି ପାରିବ ସେଥିପାଇଁ ବିଭାଗ ସମସ୍ତ କାର୍ଯ୍ୟକ୍ରମ ହାତକୁ ନେଇଛି।
ଚଳିତ ୨୦୨୩-୨୪ ଆର୍ଥିକ ବର୍ଷ ବଜେଟକୁ ୭୫୦୦.୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି, ଯାହା କି ୨୦୧୯-୨୦ ବଜେଟ୍‌ ତୁଳନାରେ ୩୫.୫୭% ଅଧିକ।

୨୦୨୩-୨୪ ବର୍ଷରେ ୧୯୦୦.୦୦ କୋଟି ଟଙ୍କା ବ୍ୟୟଅଟକଳରେ ୫୨୬ଟି ନୂତନ ବିଜୁ ସେତୁ ନିର୍ମାଣ ପାଇଁ ବିଭାଗର ବ୍ୟବସ୍ଥା ରହିଛି। ବର୍ତ୍ତମାନ ସୁଦ୍ଧା ବିଭାଗ ଦ୍ୱାରା ୧୨୫୪ଟି ସେତୁ ନିର୍ମାଣ ସରିଛି ଏବଂ ଆଉ ୯୦୦ଟି ସେତୁ ନିର୍ମାଣର ବିଭିନ୍ନ ପର୍ଯ୍ୟାୟରେ ରହିଛି।

ଭୂତଳ ଜଳର ପୁନରୁଦ୍ଧାର ଏବଂ ପ୍ରବାହିତ ଜଳର ଆଭ୍ୟନ୍ତରୀଣ ସଂରକ୍ଷଣ ପାଇଁ ବିଭାଗ ୫୦.୦୦ କୋଟି ଟଙ୍କା ବ୍ୟୟଅଟକଳରେ ୧୦୦ଟି ଆଡ଼ିବନ୍ଧ ପ୍ରକଳ୍ପ ନିର୍ମାଣ କରିବାକୁ ଲକ୍ଷ୍ୟ ରଖିଛି । ବର୍ତ୍ତମାନ ସୁଦ୍ଧା ୩୨ ଟି ଆଡ଼ିବନ୍ଧ କାମ ଶେଷ ହୋଇଛି। ସେହିଭଳି, ସଡ଼କ ଅଧୀନରେ ମୁଖ୍ୟମନ୍ତ୍ରୀ ସଡକ ଯୋଜନା(MMSY), MMSY-ରହିଥିବା ଗ୍ରାମ୍ୟ ଉନ୍ନୟନ ରାସ୍ତାର ଉନ୍ନତିକରଣ, MMSY-ସ୍ଥାନାନ୍ତରିତ ରାସ୍ତାର ଉନ୍ନତିକରଣ (TRIP), MMSY-ଦୁର୍ଗମ ଅଂଚଳର ଯୋଗାଯୋଗବିହୀନ ଗ୍ରାମଗୁଡିକର ସଂଯୋଗୀକରଣ (CUVDA), MMSY-ରାସ୍ତା ନଥିବା ଗ୍ରାମଗୁଡିକର ସଂଯୋଗୀକରଣ (CMRL) ଆଦି ପ୍ରମୁଖ ଯୋଜନାରେ ୬୦୦୦ କିଲୋମିଟର ରାସ୍ତା ନିର୍ମାଣ ନିମନ୍ତେ ୨୦୬୧.୦୦ କୋଟି ଟଙ୍କାର ବଜେଟ୍‌ ବ୍ୟବସ୍ଥା କରାଯାଇଛି, ଯାହା ନିଶ୍ଚିତ ଭାବରେ ଗ୍ରାମୀଣ ସଡ଼କ ନେଟୱାର୍କରେ ଉନ୍ନତି ଆଣିବ। ବର୍ତ୍ତମାନ ସୁଦ୍ଧା ଏହି ବିଭାଗ MMSY ଯୋଜନା ଅଧୀନରେ ୧୦୬୨୧ କିଲୋମିଟର ରାସ୍ତା ନିର୍ମାଣ କରିସାରିଛି।

ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳ, ଦୁର୍ଗମ ମାଓ ପ୍ରବଣ ଅଞ୍ଚଳ ଏବଂ ଅନ୍ୟାନ୍ୟ ରାସ୍ତା ସଂଯୋଗ ନଥିବା ଅଞ୍ଚଳର ସଂଯୋଗୀକରଣ ନିମନ୍ତେ ୨୦୦ କିଲୋମିଟର ରାସ୍ତା ନିର୍ମାଣ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ମନ୍ତ୍ରୀ ଶ୍ରୀ ଘଡେଇ କହିଛନ୍ତି।

ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତରରେ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କହିଲେ ଯେ ସରକାର ଗ୍ରାମୀଣ ରାସ୍ତାର ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱ ଦେଉଛନ୍ତି। ୫୦,୦୦୦ କିଲୋମିଟର ରାସ୍ତାକୁ ଖାଲଖମା ମୁକ୍ତ କରିବା ଏବଂ ଯାନବାହାନ ଚଳାଚଳର ଗୁଣବତ୍ତାରେ ଉନ୍ନତି ଆଣିବା ପାଇଁ ୨୦୨୩-୨୪ ରେ ୧୧୫୮.୭୯ କୋଟି ଟଙ୍କାର ବଜେଟ୍‌ ବ୍ୟବସ୍ଥା କରାଯାଇଛି। ଏହା ପୂର୍ବ ବର୍ଷ ତୁଳନାରେ ପ୍ରାୟ ୨୫୦୦୦ କିଲୋମିଟର ଅଧିକ।

ମୁଖ୍ୟମନ୍ତ୍ରୀ ଗ୍ରାମାଞ୍ଚଳର ସର୍ବାଙ୍ଗୀନ ଉନ୍ନତି ପାଇଁ ବଦ୍ଧପରିକର। ସେଥିପାଇଁ ଆଗାମୀ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ଆନୁମାନିକ ୧୨,୦୦୦ କୋଟି ଟଙ୍କା ବିନିଯୋଗରେ ୧୫,୦୦୦ କିଲୋମିଟର ଗ୍ରାମୀଣ ରାସ୍ତା ଏବଂ ବିଜୁ ସେତୁ ଯୋଜନାରେ ଆନୁମାନିକ ୬,୦୦୦ କୋଟି ଟଙ୍କା ବିନିଯୋଗରେ ୧୫୦୦ ନୂତନ ସେତୁ ନିର୍ମାଣ କରି ସବୁଦିନିଆ ରାସ୍ତା ଯୋଗାଇଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ କହିଛନ୍ତି।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତି୍ରପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବଳେ ଗ୍ରାମ୍ୟ ଉନ୍ନୟନ ବିିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ।

ଗ୍ରାମ୍ୟ ଉନ୍ନୟନ ବିଭାଗ ବିଜୁ ସେତୁ ଯୋଜନା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.