Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅପ୍ରେଲ ୨୦ ତାରିଖରୁ କଳିଙ୍ଗ ଷ୍ଟାଡିୟମ ହେବ ଜାତୀୟ ‘ସ୍କିଲ୍ଡ ଇନ୍‌ ଓଡିଶା କନକ୍ଲେଭ’
ଜାତୀୟ ଖବର

ଅପ୍ରେଲ ୨୦ ତାରିଖରୁ କଳିଙ୍ଗ ଷ୍ଟାଡିୟମ ହେବ ଜାତୀୟ ‘ସ୍କିଲ୍ଡ ଇନ୍‌ ଓଡିଶା କନକ୍ଲେଭ’

March 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Skilled
ଅପ୍ରେଲ ୨୦ ତାରିଖରୁ କଳିଙ୍ଗ ଷ୍ଟାଡିୟମ ହେବ ଜାତୀୟ 'ସ୍କିଲ୍ଡ ଇନ୍‌ ଓଡିଶା କନକ୍ଲେଭ'

ଭୁବନେଶ୍ବର: ପ୍ରଥମ ଥର ପାଇଁ ‘ସ୍କିଲ୍ଡ ଇନ୍‌ ଓଡିଶା କନକ୍ଲେଭ-୨୦୨୩’ ଆୟୋଜନ ହେବ। ସେଥିପାଇଁ ଚାଲିଛି ଏକ ବଡ ପ୍ରସ୍ତୁତି। ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ରାଜ୍ୟର ସମସ୍ତ ପ୍ରମୁଖ ସଚିବ ଏବଂ ସଚିବମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।  ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଶ୍ରୀମତୀ ଅଳକା ମିଶ୍ର ସମସ୍ତ ଅତିଥିଙ୍କୁ ସ୍ୱାଗତ କରିବା ସହ ବିଶ୍ୱ ଦକ୍ଷତା କେନ୍ଦ୍ରର ଉଦ୍ଦେଶ୍ୟ ଏବଂ ପରିକଳ୍ପନା ସଂପର୍କରେ ଅତିଥିମାନଙ୍କୁ ଅବଗତ କରାଇଥିଲେ ।

ପରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ପିପିଟି ମାଧ୍ୟମରେ ଆସନ୍ତା ଅପ୍ରେଲ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହେବାକୁ ଥିବା ସ୍କିଲ୍ଡ ଇନ୍‌ ଓଡିଶା କନକ୍ଲେଭ ଉପରେ ଏକ ପ୍ରାକ୍‌-ଉପସ୍ଥାପନା ପ୍ରଦାନ କରିଥିଲେ। ଏହା ପରେ ସେ ସମସ୍ତ ବିଭାଗର ପ୍ରମୁଖ ସଚିବ / ସଚିବମାନଙ୍କୁ ଜାତୀୟସ୍ତରର ଅନନ୍ୟ ଏହି ସ୍କିଲ୍‌ କନକ୍ଲେଭ୍‌ର ଅଂଶବିଶେଷ ହେବା ପାଇଁ ଅନୁରୋଧ କରିଥିଲେ।

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଶ୍ରୀ ସୁବ୍ରତୋ ବାଗ୍‌ଚି ସ୍କିଲ୍ଡ ଇନ୍‌ ଓଡିଶାର ମିଶନ୍‌, ଭିଜନ୍‌ ଏବଂ ଉଦ୍ଦେଶ୍ୟ ଉପରେ ନିଜର ବକ୍ତବ୍ୟ ରଖି ସ୍କିଲ ଇକୋସିଷ୍ଟମର ପ୍ରତ୍ୟେକଟି ମୁଖ୍ୟ ଦିଗ ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟ ସ୍ତରରେ ଛାତ୍ରମାନଙ୍କ ପାଇଁ କ୍ୟାରିୟର ପରାମର୍ଶ, ସରକାରୀ ତଥା ପଲିଟେକ୍ନିକରେ ଶିକ୍ଷାର ଗୁଣବତ୍ତା ପରିବର୍ତ୍ତନ, ବିଶ୍ୱସ୍ତରରେ ଉତ୍କର୍ଷ ହାସଲ କରିଥିବା ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରମାନଙ୍କ ସଫଳତାର କାହାଣୀ ଉପରେ ଆଲୋକପାତ କରି ସେମାନଙ୍କୁ ରୋଲ୍‌ ମଡେଲ୍‌ ରୂପେ ପ୍ରସ୍ତୁତ କରିବା, କୃଷି କ୍ଷେତ୍ରରେ ଦକ୍ଷତା ବିକାଶ (ୱାର୍ଲ୍ଡ ଏଗ୍ରି-ଟେକ୍‌ ସେଣ୍ଟର), ମିଶନ୍‌ ଶକ୍ତିର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ଦକ୍ଷ କରିବା ଏବଂ ସେମାନଙ୍କୁ ଉଦ୍ୟୋଗୀ ଦକ୍ଷତାରେ ସଶକ୍ତ କରିବା, ଓଡିଶା ସ୍କିଲ କନ୍‌କ୍ଲେଭ୍‌କୁ ବିଶ୍ୱସ୍ତରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଭାବେ ଗଢ଼ିତୋଳିବାକୁୁ ଶ୍ରୀ ବାଗ୍‌ଚୀ ଆହ୍ୱାନ ଦେଇଥିଲେ।

ରାଜ୍ୟର ୬ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଙ୍କୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ସାମିଲ କରିବା ସରକାରଙ୍କ ଉଦ୍ଦେଶ୍ୟ। ସେମାନଙ୍କୁ ବିଶ୍ୱସ୍ତରୀୟ ଦକ୍ଷତା ପ୍ରଦାନ କରି ପ୍ରତିଯୋଗିତାରେ ଭାଗନେବା ପାଇଁ ସକ୍ଷମ କରିବା, ସମସ୍ତ କ୍ଷେତ୍ର ଏବଂ ସ୍ରୋତ ମଧ୍ୟରେ ସ୍ୱଳ୍ପମିଆଦି ପାଠ୍ୟକ୍ରମର ପ୍ରଚଳନ, ଉଚ୍ଚମାନର ନିଯୁକ୍ତିଦାତାଙ୍କ ସହ ସହଯୋଗ କରିବା ଏବଂ ପାରମ୍ପରିକ ଦକ୍ଷତାକୁ ଅତିକ୍ରମ କରିବା ଆଦି କାର୍ଯ୍ୟକ୍ରମଗୁଡ଼ିକୁ ସଫଳ କରିବା ଦିଗରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଦୃଢ଼ ଆଶାବାଦୀ।

ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଏହି ବୈଠକରେ ଅଧ୍ୟକ୍ଷତା କରିବା ସହ କହିଲେ ଯେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ପାଇଁ ସମ୍ବଳର ଅଭାବ ନାହିଁ। ସ୍କିଲ୍‌ ଇନ୍‌ ଓଡ଼ିଶା ମିଶନକୁ ଦେଶର ଅନ୍ୟତମ ଶ୍ରେଷ୍ଠ ମିଶନ ଭାବେ ବିକଶିତ କରିବା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ଓ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଉଦ୍ୟମ ବେଶ୍‌ ପ୍ରଶଂସନୀୟ। ଏକ ବିଶାଳ ଓଡିଶା ସ୍କିଲ୍ଡ କନ୍‌କ୍ଲେଭ ଇଭେଣ୍ଟ ଆୟୋଜନରେ ସମସ୍ତ ବିଭାଗକୁ ସହଯୋଗ କରିବା ପାଇଁ ଶ୍ରୀ ଜେନା ଅନୁରୋଧ କରିଥିଲେ।

Skilled in Odisha ବିଶ୍ୱ ଦକ୍ଷତା କେନ୍ଦ୍ର ସ୍କିଲ୍ଡ ଇନ୍‌ ଓଡିଶା କନକ୍ଲେଭ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.