Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପିର ରାଜ୍ୟ ସଭାପତି ଭାବେ ଦାୟୀତ୍ୱ ନେଲେ ମନମୋହନ ସାମଲ, କରାଗଲା ସ୍ବାଗତ
ବିଶେଷ ଖବର

ବିଜେପିର ରାଜ୍ୟ ସଭାପତି ଭାବେ ଦାୟୀତ୍ୱ ନେଲେ ମନମୋହନ ସାମଲ, କରାଗଲା ସ୍ବାଗତ

March 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେପିର ରାଜ୍ୟ ସଭାପତି ଭାବେ ଦାୟୀତ୍ୱ ନେଲେ ମନମୋହନ ସାମଲ, କରାଗଲା ସ୍ବାଗତ

ଭୁବନେଶ୍ୱର : ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନୂଆ ସଭାପତି ଭାବେ ମନମୋହନ ସାମଲ ଦାୟିତ୍ବ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ଏକ ସ୍ବାଗତ ସମ୍ବର୍ଦ୍ଧନାର ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ତାଙ୍କର ଅଭିଭାଷଣ ରଖି ଉଭୟ ବିଜେଡି ଓ କଂଗ୍ରେସକୁ କରିଛନ୍ତି ସମାଲୋଚନା।

ଶ୍ରୀ ସାମଲ କହିଛନ୍ତି ଯେ, କଂଗ୍ରେସ ଦଳର ଅନ୍ୟାୟ, ଅତ୍ୟାଚାର, ଦୁର୍ନୀତି ବିରୁଦ୍ଧରେ ଲଢିବାକୁ ଯାଇ ବିଜୁ ଜନତା ଦଳର ପ୍ରତିଷ୍ଠା ହୋଇଥିଲା। ଆଜି ତାଠୁ ବହୁ ଅଧିକ ଗୁଣା ଭୟାନକ ଓ ବିସ୍ପୋରକ ସ୍ଥିତି ବିଜେଡି ଶାସନରେ ଦେଖାଯାଇଛି। ବିଜେଡି କଂଗ୍ରେସ ଦଳକୁ ବଳିଗଲାଣି। ଓଡିଶାରେ ସବୁକିଛି ଥାଇ ସୁଦ୍ଧା ଓଡିଆ ଆଜି ଗରୀବ। ଶାସନ ବ୍ୟବସ୍ଥା ସ୍ଥାଣୁ ପାଲଟିଯାଇଛି। ଗଣତନ୍ତ୍ର ବିପଦରେ। ବର୍ତମାନ ବିଜେଡି ସରକାରକୁ ତଡିବାର ସମୟ ଆସିଯାଇଛି। ଜନବିରୋଧୀ, ବିକାଶବିରୋଧୀ ବିଜେଡି ସରକାରକୁ ହଟାଇବା ହେଉଛି ଆମର ଏକ ମାତ୍ର ଲକ୍ଷ୍ୟ।

ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେଇ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ନବନିଯୁକ୍ତ ରାଜ୍ୟ ସଭାପତିଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ଗତ ୨୦୨୦ ମସିହା ଜାନୁଆରୀ ୧୭ ତାରିଖ ଦିନ ଦାୟୀତ୍ୱ ଗ୍ରହଣ କରିବା ପରେ କାର୍ଯ୍ୟକର୍ତାଙ୍କ ସହଯୋଗରେ ଦଳର ସଂଗଠନକୁ ସଶକ୍ତ କରିବା ପାଇଁ କାର୍ଯ୍ୟ କରିଛନ୍ତି।

ନବନିଯୁକ୍ତ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଆମେ ସମସ୍ତେ ଏକାଠି ହୋଇ ବିଜେଡି ସରକାରକୁ ଓପାଡି ଫୋପାଡିବା ବୋଲି ଶ୍ରୀ ମହାନ୍ତି କହିଛନ୍ତି। ରାଜ୍ୟବାସୀଙ୍କ ପାଖରେ କୈାଣସି ଉତର ରଖିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ଦକ୍ଷତା କି ସାହସ ନାହିଁ। ଯେତେ ଶୀଘ୍ର ବିଜେଡି ସରକାରର ପତନ ହେବ, ଓଡିଶାବାସୀଙ୍କ ମଙ୍ଗଳ ହେବ ବୋଲି ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର କହିଛନ୍ତି।

ଏହି ଅବସରରେ ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦିକା ତଥା ଓଡିଶା ପ୍ରଭାରୀ ଡି.ପୁରନେ୍ଦଶ୍ୱରୀ, ରାଜ୍ୟ ସହ ପ୍ରଭାରୀ ବିଜୟପାଲ ସିଂ ତୋମାର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ ଓରାମ, ବସନ୍ତ ପଣ୍ଡା, କେ.ଭି.ସିଂହଦେଓ, ସାଂସଦ ପ୍ରତାପ ଷଡଙ୍ଗୀ, ସଂଗୀତା ସିଂହଦେଓ, ଅପରାଜିତା ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର ପ୍ରମୁଖ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଆଜି ରାଜ୍ୟ କାର୍ଯ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କୁ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ରବି ନାଏକ, ଡ.ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ସମସ୍ତ ସାଂସଦ, ବିଧାୟକ, ବରିଷ୍ଠ ନେତା ଓ କାର୍ଯ୍ୟକର୍ତା, ରାଜ୍ୟ ପଦାଧିକାରୀ, ସମସ୍ତ ୩୬ଟି ସାଂଗଠନିକ ଜିଲ୍ଲାର ସଭାପତି ଓ କାର୍ଯ୍ୟକର୍ତା ଏବଂ ବିଭିନ୍ନ ମୋର୍ଚ୍ଚାର କାର୍ଯ୍ୟକର୍ତାମାନେ ପୁଷ୍ପଗୁଚ୍ଛ ଓ ଉତରୀୟ ପ୍ରଦାନ କରି ଅଭିନନ୍ଦନ ଜଣାଇଥିଲେ।

Odisha BJP ଓଡିଶା ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Latest News

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.