Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାହୁଲ ଗାନ୍ଧୀଙ୍କ ସଂସଦ ସଦସ୍ୟତା ରଦ୍ଦ ହେବା ପରେ ପ୍ରତିକ୍ରିୟା ରଖିଲା ଜର୍ମାନୀ: ଜାଣନ୍ତୁ କ’ଣ କହିଲେ କେନ୍ଦ୍ରମନ୍ତ୍ରୀ
ବିଶେଷ ଖବର

ରାହୁଲ ଗାନ୍ଧୀଙ୍କ ସଂସଦ ସଦସ୍ୟତା ରଦ୍ଦ ହେବା ପରେ ପ୍ରତିକ୍ରିୟା ରଖିଲା ଜର୍ମାନୀ: ଜାଣନ୍ତୁ କ’ଣ କହିଲେ କେନ୍ଦ୍ରମନ୍ତ୍ରୀ

March 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ରଦ୍ଦ ହେବା ଉପରେ ଜର୍ମାନୀ ପ୍ରତିକ୍ରିୟା ପ୍ରକାଶ କରିଛି। ଏକ ପ୍ରଶ୍ନର ଉତ୍ତରରେ ଜର୍ମାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ରାହୁଲଙ୍କ ବିରୋଧରେ ନିଆଯାଇଥିବା କୌଣସି କାର୍ଯ୍ୟ ନ୍ୟାୟିକ ସ୍ଵାଧୀନତା ମଧ୍ୟରେ ଏବଂ ତାଙ୍କର ମୌଳିକ ଅଧିକାରକୁ ଦୃଷ୍ଟିରେ ରଖି କରାଯାଇଥିବ।

ଜର୍ମାନୀ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଆମର ଜ୍ଞାନ ଅନୁଯାୟୀ ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହେବା ପରେ ମଧ୍ୟ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିବାର ବିକଳ୍ପ ରହିଛି। ମୁଖପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଆମେ ନିଶ୍ଚିତ ଯେ ରାହୁଲ ଗାନ୍ଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାବେଳେ କିମ୍ବା ତାଙ୍କ ପକ୍ଷ ଶୁଣିବା ସମୟରେ ନ୍ୟାୟିକ ସ୍ଵାଧୀନତା ଏବଂ ତାଙ୍କର (ରାହୁଲଙ୍କ) ମୌଳିକ ଅଧିକାରର ଯତ୍ନ ନିଆଯିବ।

ଜର୍ମାନୀର ବୈଦେଶିକ ମନ୍ତ୍ରଣାଳୟର ବିବୃତ୍ତି ପରେ ଏପର୍ଯ୍ୟନ୍ତ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ।

ତେବେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ହେବା ନେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ, ତାଙ୍କ ସଂସଦ ସଦସ୍ୟତା ରଦ୍ଦ କିମ୍ବା ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଭାରତର ଏକ ଆଭ୍ୟନ୍ତରୀଣ ପ୍ରସଙ୍ଗ। ଏହି ଦେଶରେ କେହି ସୁପ୍ରିମକୋର୍ଟଙ୍କ ଉପରେ ନାହାଁନ୍ତି ଏବଂ ଏଥିପାଇଁ ନ୍ୟାୟିକ ଏବଂ ସାମ୍ବିଧାନିକ ଅନୁଷ୍ଠାନ ଅଛି।

ଅନୁରାଗ ଠାକୁର କେନ୍ଦ୍ରମନ୍ତ୍ରୀ ଜର୍ମାନୀ ରାହୁଲ ଗାନ୍ଧୀ ସଂସଦ ସଦସ୍ୟତା
Share. Facebook Twitter LinkedIn Email WhatsApp Copy Link

Related Posts

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Latest News

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.