Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରମନ୍ତ୍ରୀଙ୍କୁ ଆଇନଶୃଙ୍ଖଳା ଓ ଅପରାଧ ମଧ୍ୟରେ ପାର୍ଥକ୍ୟ ବୁଝାଇଲେ ଡ.ସସ୍ମିତ ପାତ୍ର
ବିଶେଷ ଖବର

କେନ୍ଦ୍ରମନ୍ତ୍ରୀଙ୍କୁ ଆଇନଶୃଙ୍ଖଳା ଓ ଅପରାଧ ମଧ୍ୟରେ ପାର୍ଥକ୍ୟ ବୁଝାଇଲେ ଡ.ସସ୍ମିତ ପାତ୍ର

March 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଠାରେ କାଁଭାଁ ଅପରାଧ ହୁଏ ସତ, ମାତ୍ର ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୁଏ ନାହିଁ। ଦେଶର ଅନେକ ବିଜେପି ଶାସିତ ରାଜ୍ୟଠାରୁ ଓଡ଼ିଶାର ଆଇନଶୃଙ୍ଖଳା ସ୍ଥିତି ଯଥେଷ୍ଟ ଭଲ ଅଛି। ତେଣୁ ହୀନ ରାଜନୈତିକ ଉଦ୍ଦେଶ୍ୟକୁ ଚରିତାର୍ଥ କରିବା ପାଇଁ ଏଭଳି ଅପପ୍ରଚାର ଜରିଆରେ ଶାନ୍ତିପ୍ରିୟ ଓଡ଼ିଶା ବାସୀ ଏବଂ ଓଡ଼ିଶାକୁ ନିନ୍ଦିତ କରନ୍ତୁ ନାହିଁ। ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏକ ଟୁଇଟ୍ର ଜବାବ ଦେବାକୁ ଯାଇ ଏଭଳି ଟୁଇଟ୍ କରିଛନ୍ତି ସାଂସଦ ଡ.ସସ୍ମିତ ପାତ୍ର।

ଶ୍ରୀ ପ୍ରଧାନଙ୍କ ଉଦ୍ଦେଶ୍ୟରେ କରିଥିବା ଏକାଧିକ ଟୁଇଟ୍ରେ ଡ.ପାତ୍ର ଉଲ୍ଲେଖ କରିଛନ୍ତି ଯେ ଭାଇ, ଆପଣ ଏତେ ଲମ୍ବା ସମୟ ଧରି କେନ୍ଦ୍ରମନ୍ତ୍ରୀ ରହିଲା ସତ୍ତ୍ବେ ଆପଣ କିପରି ଆଇନଶୃଙ୍ଖଳା ବା ଅରାଜକତା ଏବଂ ଅପରାଧ ମଧ୍ୟରେ ପାର୍ଥକ୍ୟ ବୁଝି ପାରିଲେ ନାହିଁ, ତାହା ମୋତେ ବିସ୍ମିତ କରୁଛି। ଆଇନଶୃଙ୍ଖଳା ସେତେବେଳେ ସୃଷ୍ଟି ହୋଇଥିଲା, ଯେତେବେଳେ ପଦ୍ମପୁରରେ ଏକ ଜିଏସ୍ଟି ଚଢ଼ଉ ଚାଲିଥିବାବେଳେ ଶତାଧିକ ବିଜେପି କର୍ମୀ ସେଠାରେ ବଳପୂର୍ବକ ପ୍ରବେଶ କରି ହଙ୍ଗାମା ସୃଷ୍ଟି କରିଥିଲେ ଏବଂ ଜିଏସ୍ଟି ଅଧିକାରୀଙ୍କ ହାତରୁ କାଗଜପତ୍ର ଛଡ଼ାଇ ନେଇଥିଲେ। କାରଣ ଜିଏସ୍ଟି ଫାଙ୍କିଥିବା ଜଣେ ଅସାଧୁ ବ୍ୟବସାୟୀଙ୍କୁ ସେମାନେ ବଞ୍ଚାଇବାକୁ ଚେଷ୍ଟା କରୁଥିଲେ।

ସେହିପରି ଯେତେବେଳେ କେନ୍ଦ୍ରୀୟ ଅବହେଳା ଯୋଗୁଁ ସମ୍ବଲପୁର-କଟକକୁ ଯୋଡ଼ୁଥିବା ଏନ୍ଏଚ୍-୫୫ର ପ୍ରଶସ୍ତିକରଣ କାର‌୍ୟ୍ୟ ବର୍ଷ ବର୍ଷ ବିଳମ୍ବିତ ହେଉଥିଲା ଏବଂ ଏହାର ପ୍ରତିବାଦରେ ୫୦୦ରୁ ଅଧିକ ଲୋକ ଜାତୀୟ ରାଜପଥ ଅବରୋଧ କରିଥିଲେ, ସେତେବେଳେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖାଲି ସେତିକି ନୁହେଁ, ଯେତେବେଳେ କେନ୍ଦ୍ର ସରକାରଙ୍କ ଅବହେଳା ଯୋଗୁଁ ଓଡ଼ିଶାରୁ ଲୋକଙ୍କ ବଳକା ଧାନ କିଣା ହୋଇ ପାରୁନଥିଲା ଏବଂ ହଜାର ହଜାର ଚାଷୀ ଏହାର ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ, ସେତେବେଳେ ମଧ୍ୟ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଅନ୍ୟପକ୍ଷରେ ଜଣେ ବ୍ୟକ୍ତି କିମ୍ବା ଗୋଟିଏ ଗୋଷ୍ଠୀ ଏକ ଅପରାଧ ଘଟାଇଲେ, ପୁଲିସ ଏହାର ତଦନ୍ତ କରି ଅପରାଧୀକୁ କାଠଗଡ଼ା ନେଇଥାଏ। ତେଣୁ ଦୟାକରି ଆପଣ ଅପରାଧ ଭଳି ସ୍ପର୍ଶକାତର ମାମଲାରେ ହୀନ ରାଜନୀତି କରିବା ପାଇଁ ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ ବୋଲି ଡ.ପାତ୍ର କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଆହ୍ବାନ ଦେଇଛନ୍ତି। ୨୦୨୧ ମସିହା ଏନ୍ସିଆର୍ବି ରିପୋର୍ଟ ଅନୁଯାୟୀ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଆସାମ ଓ ହରିଆନା ଭଳି ବିଜେପି ଶାସିତ ରାଜ୍ୟରେ ମହିଳାଙ୍କୁ ବଳାତ୍କାର ମାମଲା, ଓଡ଼ିଶା ତୁଳନାରେ କେତେ ଅଧିକ ଅଛି ତାହା ଆପଣ ଜାଣନ୍ତି ତ? ସେହିପରି ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ଭଳି ବିଜେପି ଶାସିତ ରାଜ୍ୟରେ ହତ୍ୟା ମାମଲା ମଧ୍ୟ ଓଡ଼ିଶା ତୁଳନାରେ ଯଥେଷ୍ଟ ଅଧିକ ରହିଛି ବୋଲି ଡ.ପାତ୍ର କେନ୍ଦ୍ରମନ୍ତ୍ରୀଙ୍କୁ ଚେତାଇ ଦେଇଛନ୍ତି।

ଓଡିଶା ଡ ସସ୍ମିତ ପାତ୍ର ଧର୍ମେନ୍ଦ୍ର ପ୍ରଧାନ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଧୂଆଁ ଧୂଆଁ ହେଲା ମଧ୍ୟପ୍ରାଚ୍ୟ: କୁୱେତ, ବହରିନ ଏବଂ ଜୋର୍ଡାନ ଉପରେ କ୍ଷେପଣାସ୍ତ୍ର କଲା ଇରାନ

July 13, 2026

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026
Latest News

ଧୂଆଁ ଧୂଆଁ ହେଲା ମଧ୍ୟପ୍ରାଚ୍ୟ: କୁୱେତ, ବହରିନ ଏବଂ ଜୋର୍ଡାନ ଉପରେ କ୍ଷେପଣାସ୍ତ୍ର କଲା ଇରାନ

July 13, 2026

ବ୍ରହ୍ମପୁରରେ ଜାହାଜ ନିର୍ମାଣ କାରଖାନା ପ୍ରତିଷ୍ଠା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି ଜଣାଇଲେ ପ୍ରଦୀପ ପାଣିଗ୍ରାହୀ

July 13, 2026

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ଶେଷ ପର୍ଯ୍ୟାୟରେ ଶ୍ରୀବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ କାର୍ଯ୍ୟ

July 13, 2026

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.