Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଉପରେ ବର୍ଷିଲେ ବିଧାୟିକା ବର୍ଷା ସିଂ ବରିହା
ବିଶେଷ ଖବର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଉପରେ ବର୍ଷିଲେ ବିଧାୟିକା ବର୍ଷା ସିଂ ବରିହା

March 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟର କଡ଼ା ଜବାବ ଦେଇଛନ୍ତି ପଦ୍ମପୁରର ବିଜେଡି ବିଧାୟିକା ବର୍ଷା ସିଂ ବରିହା। ଓଡ଼ିଶା ସଂପର୍କରେ ମିଥ୍ୟା ଅଭିଯୋଗ ତଥା ଅପପ୍ରଚାର କରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଓଡ଼ିଶାବାସୀଙ୍କୁ ଅପମାନିତ କରିଥିବାରୁ ତାଙ୍କୁ ଲଜ୍ଜା ଲାଗିବା ଉଚିତ ବୋଲି କହିଛନ୍ତି।

ଆଜି ଶ୍ରୀ ପ୍ରଧାନଙ୍କ ଉଦ୍ଦେଶ୍ୟରେ ଟୁଇଟ୍ କରି ଏବଂ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ବର୍ଷା କହିଛନ୍ତି ଯେ ପଦ୍ମପୁର ଉପନିର୍ବାଚନ ସମୟରେ ଯେତେବେଳେ ଓଡ଼ିଶା ବିଜେପି ନେତାମାନେ ମୋତେ ବ୍ୟକ୍ତିଗତ ଆକ୍ଷେପ କରୁଥିଲେ ଏବଂ ଜଣେ ମହିଳା ବୋଲି ଅପମାନିତ କରୁଥିଲେ ଆପଣ ସେତେବେଳେ ଚୁପ୍ ରହିଥିଲେ। ପଦ୍ମପୁରବାସୀ ଏହାକୁ ନାପସନ୍ଦ କଲେ ଏବଂ ଉପନିର୍ବାଚନରେ ଆପଣଙ୍କ ଦଳକୁ ଏହାର ଉଚିତ ଜବାବ ଦେଲେ। ମାତ୍ର ଏଥିରୁ ଆପଣ ବୋଧହୁଏ କିଛି ଶିକ୍ଷା ଲାଭ କଲେ ନାହିଁ। ଏବେ ଆପଣ ନିଜେ ଓଡ଼ିଶାବାସୀ ଅରାଜକତା କରୁଥିବା କହି କୋଟି କୋଟି ଓଡ଼ିଆଙ୍କୁ ଅପମାନିତ କରୁଛନ୍ତି। ବୋଧହୁଏ ଅରାଜକତା ଏବଂ ବିପର‌୍ୟ୍ୟସ୍ତ ଆଇନଶୃଙ୍ଖଳା କ’ଣ ତାହା ଆପଣ ଜାଣି ନାହାନ୍ତି। ତାହେଲେ ବିଜେପି ଶାସିତ ଉତ୍ତରପ୍ରଦେଶ, ମହାରାଷ୍ଟ୍ର ଓ ଗୁଜରାଟର ଆଇନଶୃଙ୍ଖଳା ସ୍ଥିତି କ’ଣ ତାହା ଦେଖନ୍ତୁ କହି ବର୍ଷା ତାଙ୍କ ଟୁଇଟ୍ରେ ଏଭଳି ଅରାଜକତାର କିଛି ଭିଡିଓ ମଧ୍ୟ ସେୟାର କରିଥିଲେ।

ଏହି ଅବସରରେ ବର୍ଷା କେନ୍ଦ୍ରମନ୍ତ୍ରୀଙ୍କୁ ସମାଲୋଚନା କରି ଆହୁରି କହିଥିଲେ ଯେ ପ୍ରଥମେ ଆପଣମାନେ ମୋ ଭଳି ଓଡ଼ିଶାର ମହିଳାମାନଙ୍କୁ ଅପମାନିତ କଲେ, ଆଉ ଏବେ ତୁଛା ମିଛ ପ୍ରଚାର କରି ଓଡ଼ିଶାବାସୀଙ୍କୁ ବଦନାମ ଓ ଅପମାନିତ କରିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ଆପଣଙ୍କୁ ଲଜ୍ଜା ଲାଗିବା ଦରକାର। ସ୍ବାଭିମାନୀ ଏବଂ ଶାନ୍ତିପ୍ରିୟ ଓଡ଼ିଶାବାସୀ ସେମାନଙ୍କ ବିରୋଧରେ ଆପଣଙ୍କର ଏଭଳି ଟିପ୍ପଣିକୁ କେବେହେଲେ ବରଦାସ୍ତ କରିବେ ନାହିଁ।

ଆଇନଶୃଙ୍ଖଳା ପରିସ୍ଥିତି ଓଡିଶା ଧର୍ମେନ୍ଦ୍ର ପ୍ରଧାନ ବର୍ଷା ସିଂ ବରିହା
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.