Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଆ ଚଳଚିତ୍ର ‘ଡେଲିଭରୀ ବୟ’ ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର
ବିଶେଷ ଖବର

ଓଡିଆ ଚଳଚିତ୍ର ‘ଡେଲିଭରୀ ବୟ’ ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

April 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
DeliveryBoy
ଓଡିଆ ଚଳଚିତ୍ର ‘ଡେଲିଭରୀ ବୟ’ ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ ସହରାଞ୍ଚଳର ଦୈନନ୍ଦିନ ଜୀବନରେ Delivery Boy ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି। ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ। ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ।

ଓଡିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷକରି ବିଜୟୀ ହୋଇଛନ୍ତି ତାହା ଖୁବ ନିଖୁଣଭାବରେ ପ୍ରଦର୍ଶିତ ହୋଇଛି।

ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି। ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କଉପରେ ସକାରାତ୍ମକ ପ୍ରଭାବ ପଡିବାର ଆଶା ରହିଛି।

ଏହି ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା କଳାକାରମାନେ ହେଲେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତାରାୟ, ସୁଶାନ୍ତ ଦାସମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ। ସୁଚନା ଯୋଗ୍ୟ ଯେ, ନିକଟରେ ରାଜ୍ୟ ସରକାର ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରେ ମଧ୍ୟ ପ୍ରମୋଦକର ଛାଡ କରିଥିଲେ।

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି। ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଡେଲିଭରୀ ବଏ
Share. Facebook Twitter LinkedIn Email WhatsApp Copy Link

Related Posts

‘ବିଏସ୍ଏଫ୍’ର ହୀରକ ଜୟନ୍ତୀ ସମାରୋହକୁ ସମ୍ବୋଧିତ କଲେ ଅମିତ ଶାହ

November 21, 2025

ରଣପୁର ଶ୍ରୀଜଗନ୍ନାଥ ମନ୍ଦିରରେ ତିନି ଦିନ ଧରି ଦେବ ଦୀପାବଳି ଆରମ୍ଭ ନୀତି ପାଳିତ

November 21, 2025

ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

November 21, 2025

ଯାତ୍ରୀ ଭିଡ଼କୁ ଦୂର କରିବା ପାଇଁ ଅତିରିକ୍ତ କୋଚ୍‌ ସଂଯୋଗ

November 21, 2025
Latest News

‘ବିଏସ୍ଏଫ୍’ର ହୀରକ ଜୟନ୍ତୀ ସମାରୋହକୁ ସମ୍ବୋଧିତ କଲେ ଅମିତ ଶାହ

November 21, 2025

୪ଟି ଶ୍ରମ ସଂହିତାର କାର୍ଯ୍ୟକାରିତାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 21, 2025

ଆଇଏଫଏଫଆଇରେ ଆରମ୍ଭ ହେଲା କ୍ରିଏଟିଭ୍‌ ମାଇଣ୍ଡସ୍‌ ଅଫ୍‌ ଟୁମୋରୋର ପଞ୍ଚମ ସଂସ୍କରଣ

November 21, 2025

ରଣପୁର ଶ୍ରୀଜଗନ୍ନାଥ ମନ୍ଦିରରେ ତିନି ଦିନ ଧରି ଦେବ ଦୀପାବଳି ଆରମ୍ଭ ନୀତି ପାଳିତ

November 21, 2025

ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

November 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.