Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଣିକି ଗୋ-ମହିଷାଦିଙ୍କ କିଣାବିକା ନେଇ ରାଜ୍ୟ ସରକାର କରିବେ କଟକଣା
ବିଶେଷ ଖବର

ଏଣିକି ଗୋ-ମହିଷାଦିଙ୍କ କିଣାବିକା ନେଇ ରାଜ୍ୟ ସରକାର କରିବେ କଟକଣା

April 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Animal
ଏଣିକି ଗୋ-ମହିଷାଦିଙ୍କ କିଣାବିକା ନେଇ ରାଜ୍ୟ ସରକାର କରିବେ କଟକଣା

ଭୁବନେଶ୍ୱର: ଗତବର୍ଷ ସେପ୍ଟେମ୍ବର ମାସରେ ରାଜ୍ୟର କିଛି ଅଞ୍ଚଳରେ ଗୋମହିଷାଦିଙ୍କ ମଧ୍ୟରେ ଦେଖାଦେଇଥିବା ଚର୍ମବିଣ୍ଡି ରୋଗର ବର୍ତ୍ତମାନ ସ୍ଥିତି ଓ ଏ ପରିପ୍ରେକ୍ଷୀରେ ଗୋମହିଷାଦିଙ୍କ କିଣାବିକା ଓ ରାଜ୍ୟ ଭିତରେ ରାଜ୍ୟ ବାହାରେ ଗୋମହିଷାଦିଙ୍କ ପରିବହନ ଉପରେ ଲଗାଯାଇଥିବା କଟକଣା ଉଠାଇବା ସଂପର୍କରେ ଏକ ସମୀକ୍ଷା ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

କୃଷିଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ସମସ୍ତ ଜିଲ୍ଲାର ମୁଖ୍ୟ ଜିଲ୍ଲା ପ୍ରାଣୀଚିକିତ୍ସା ଅଧିକାରୀଙ୍କଠାରୁ ଜିଲ୍ଲାର ଚର୍ମବିଣ୍ଡି ରୋଗର ସଦ୍ୟତମ ସ୍ଥିତି ସଂପର୍କରେ ବୁଝିଥିଲେ ଏବଂ କଟକଣା ଉଠାଇବା ଓ ଗୋମହିଷାଦି ହାଟର ଆୟୋଜନ ସଂପର୍କରେ ମତାମତ ଲୋଡ଼ିଥିଲେ।

ବୈଠକରେ ସୀମାନ୍ତବର୍ତ୍ତୀ ଜିଲ୍ଲାର ସିଡିଭିଓମାନଙ୍କୁ ପଡ଼ୋଶୀ ଜିଲ୍ଲାରେ ଚର୍ମବିଣ୍ଡି ରୋଗର ସ୍ଥିତି ସଂପର୍କରେ ମଧ୍ୟ ପଚାରି ବୁଝିଥିଲେ। ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଏବଂ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ବିଭାଗୀୟ ଅଧିକାରୀ ସେମାନଙ୍କର ମତାମତ ପ୍ରଦାନ କରିଥିଲେ। ସିଡିଭିଓ ଏବଂ ବରିଷ୍ଠ ଅଧିକାରୀଙ୍କ ମତାମତକୁ ତର୍ଜମା କରି ଖୁବ୍‌ଶୀଘ୍ର ଏ ଦିଗରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ।

ଚର୍ମବିଣ୍ଡି ରୋଗ ନ ବ୍ୟାପିବା ଦିଗରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପକ୍ଷରୁ ଗୋମହିଷାଦିଙ୍କ କିଣାବିକା ଓ ଆନ୍ତରାଜ୍ୟ ଓ ରାଜ୍ୟ ବାହାରେ ପରିବହନ ଉପରେ ଜାରି କରାଯାଇଥିବା କଟକଣା ଉଠାଇବା ସଂପର୍କରେ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଚର୍ମବିଣ୍ଡି ପଶୁ ସଂପଦ ମତ୍ସ୍ୟ ଓ ପ୍ରାଣୀସଂପଦ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.