Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରକାଶ ପାଇଲା ଏଡିଆର ରିପୋର୍ଟ: ଜାଣନ୍ତୁ ଧନୀ ତାଲିକାର କେତେ ନମ୍ବରରେ ଓଡିଶାର ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ପ୍ରକାଶ ପାଇଲା ଏଡିଆର ରିପୋର୍ଟ: ଜାଣନ୍ତୁ ଧନୀ ତାଲିକାର କେତେ ନମ୍ବରରେ ଓଡିଶାର ମୁଖ୍ୟମନ୍ତ୍ରୀ

April 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଏଡିଆର ରିପୋର୍ଟ ଜାରି ହୋଇଛି। ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କର ଅପରାଧିକ ମାମଲା ଏବଂ ସମ୍ପତ୍ତି ବିଷୟରେ ଏଡିଆର ରିପୋର୍ଟ ଜାରି କରିଛି।

ରିପୋର୍ଟ ଅନୁଯାୟୀ, ଦେଶର ୧୩ ଜଣ ମୁଖ୍ୟମନ୍ତ୍ରୀଙ୍କ ନାମରେ ଅପରାଧିକ ମାମଲା ରହିଛି।ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ନାମରେ ସର୍ବାଧିକ ମାମଲା ରହିଛି। କେସିଆରଙ୍କ ନାମରେ ସର୍ବମୋଟ ମୋଟ ୬୪ଟି ଅପରାଧିକ ମାମଲା ଥିବାବେଳେ ତନ୍ମଧ୍ୟରୁ ୩୭ଟି ସଙ୍ଗୀନ ମାମଲା ରହିଛି। ତାପରେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ନାମରେ ୪୭ଟି ମାମଲା ଏବଂ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ନାମରେ ୩୮ ମୋଟ ମାମଲା ରହିଛି। କିନ୍ତୁ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ନାମ ଏହି ତାଲିକାରେ ଅନ୍ତର୍ଭୁକ୍ତ ନାହିଁ।

ସେହିଭଳି ଏଡିଆର ରିପୋର୍ଟ ଅନୁଯାୟୀ, ୨୯ ଜଣ ମୁଖ୍ୟମନ୍ତ୍ରୀ କୋଟି ପତି ଅଟନ୍ତି। ଏମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଦେଶର ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ତାଙ୍କର ସମ୍ପତ୍ତିର ମୂଲ୍ୟ ୫୧୦ କୋଟି ଟଙ୍କା ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ଦ୍ଵିତୀୟ ସ୍ଥାନରେ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁଙ୍କ ନାମ ରହିଛି। ତାଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ୨୬୩ କୋଟି ଟଙ୍କା ବୋଲି ଜଣାପଡିଛି। ତେବେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାର ତୃତୀୟ ସ୍ଥାନରେ ଅଛନ୍ତି। ନବୀନଙ୍କ ନିକଟରେ ୬୩ କୋଟି ଟଙ୍କାର ସମ୍ପତ୍ତି ରହିଛି।

ଏଡିଆର ରିପୋର୍ଟ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026

ଜାନୁଆରୀ ୧୨ରୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

October 13, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.