Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରୋଜଗାର ମେଳା: ଆଜି ୭୧,୦୦୦ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ରୋଜଗାର ମେଳା: ଆଜି ୭୧,୦୦୦ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

April 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ପୂର୍ବାହ୍ନ ୧୦.୩୦ ରେ ନୂତନ ଭାବରେ ନିଯୁକ୍ତ କର୍ମଚାରୀଙ୍କୁ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।

ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ, ଭାରତ ସରକାର, ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୩୬ ନବନିଯୁକ୍ତଙ୍କୁ, ବିଶ୍ୱେଶ୍ୱର ଟୁଡୁ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି, ଭାରତ ସରକାର, କଟକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୦୪ ନବନିଯୁକ୍ତଙ୍କୁ ଏବଂ ଫଗନ ସିଂ କୁଲାଷ୍ଟେ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଇସ୍ପାତ ଏବଂ ଗ୍ରାମୀଣ ବିକାଶ, ଭାରତ ସରକାର, ବିଶାଖାପାଟନମ୍ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୯୦ ନବନିଯୁକ୍ତଙ୍କୁ ଯଥାକ୍ରମେ ନିଯୁକ୍ତି ପତ୍ର ବଣ୍ଟନ କରିବେ।

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ/ପଦବୀରେ ଯୋଗଦେବେ। ଏହା ସହି ତରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ/ ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।

ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ନିଯୁକ୍ତି ପତ୍ର ବଣ୍ଟନ ବିଶ୍ୱେଶ୍ୱର ଟୁଡୁ ଭିଡିଓ କନଫରେନ୍ସିଂ ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରୁ ବିଦାୟ ନେଲେ ବିଦାୟୀ ରାଜ୍ୟପାଳ

October 16, 2026

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଏସ୍‌ଆଇଆର୍ ନେଇ ଆମେରିକା ସାଂସଦ ପ୍ରମିଳା ଜୟପାଳଙ୍କ ବୟାନକୁ ଭାରତର କଡା ନିନ୍ଦା

October 16, 2026

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026
Latest News

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.