Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସଚିବଙ୍କ ପୁରୀ ଗସ୍ତ: ଶ୍ରୀ ସେତୁ ଓ ବାଶେଳୀ ସାହି ଧର୍ମଶାଳା ଓ ସମଙ୍ଗ ପାର୍କିଂ କାମର ଅଗ୍ରଗତି ସମୀକ୍ଷା
ବିଶେଷ ଖବର

୫-ଟି ସଚିବଙ୍କ ପୁରୀ ଗସ୍ତ: ଶ୍ରୀ ସେତୁ ଓ ବାଶେଳୀ ସାହି ଧର୍ମଶାଳା ଓ ସମଙ୍ଗ ପାର୍କିଂ କାମର ଅଗ୍ରଗତି ସମୀକ୍ଷା

April 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି।

ପ୍ରଥମେ ଶ୍ରୀ ପାଣ୍ଡିଆନ ଶ୍ରୀ ସେତୁ ପ୍ରକଳ୍ପ ଅଗ୍ରଗତି ବୁଲି ଦେଖିଥିଲେ। କାର୍ଯ୍ୟର ଅଗ୍ରଗତିରେ ସେ ସନ୍ତୋଷ ପ୍ରକାଶ କରିବା ସହିତ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ପରାମର୍ଶ ଦେଇଥିଲେ।

ପରେ ସେ ବାଶେଳୀ ସାହିକୁ ଯାଇ ୧୦ ଏକର ଜମିରେ ନିର୍ମିତ ହେଉଥିବା ଧର୍ମଶାଳା କାମ ବୁଲି ଦେଖିଥିଲେ। ଏହି ଧର୍ମଶାଳାରେ ଚାରିହଜାର ଲୋକ ରହିବାର ବ୍ୟବସ୍ଥା ଏ କରାଯାଉଛି।

ଏହାସହ ସମଙ୍ଗ ଠାରେ ୪୩ ଏକର ଜମିରେ ନିର୍ମିତ ହେଉଥିବା କାର ଓ ବସ ପାର୍କିଂ କାର୍ଯ୍ୟ ମଧ୍ୟ ଶ୍ରୀ ପାଣ୍ଡିଆନ ବୁଲି ଦେଖିଥିଲେ। ଏ ସମସ୍ତ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ରଥଯାତ୍ରା ପୂର୍ବରୁ ଶେଷ କରିବା ପାଇଁ ଶ୍ରୀ ପାଣ୍ଡିଆନ ପ୍ରଶାସନକୁ ପରାମର୍ଶ ଦେଉଥିଲେ।

ସୂଚନାଯୋଗ୍ୟ ଯେ, ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରୀ ପାଣ୍ଡିଆନ ଗତ ଶନିବାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ।

ନବୀନ ପଟ୍ଟନାୟକ ପୁରୀ ଗସ୍ତ ଭି.କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026
Latest News

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.