Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୧୭ରେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ
ବିଶେଷ ଖବର

୧୭ରେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

April 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଝାରସୁଗୁଡା ଉପନିର୍ବାଚନ ପାଇଁ ଆସନ୍ତା ୧୭ ତାରିଖ ଦିନ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାର୍ଥୀପତ୍ର ଦାଖଲ କରିବେ। ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ, ସ୍ଥାନୀୟ ସାଂସଦ ସୁରେଶ ପୁଜାରୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ସଙ୍ଗୀତା ସିଂହଦେଓ, ନିତେଶ ଗଙ୍ଗଦେବ, ବିଧାୟକ ଶଂକର ଓରାମ, ଭବାନୀ ଭୋଇ, କୁସୁମ ଟେଟେ, ସୁବାଷ ପାଣିଗ୍ରାହୀ, ନାଉରୀ ନାୟକ, ଡ.ମୁକେଶ ମହାଲିଙ୍ଗ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, କେ.ଭି.ସିଂହଦେଓ ପ୍ରମୁଖଙ୍କ ସମେତ ବହୁ ପଦାଧିକାରୀ ସାମିଲ ହେବେ ବୋଲି ଶ୍ରୀ ମହାପାତ୍ର ସୁଚନା ଦେଇଛନ୍ତି।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାପାତ୍ର କହିଛନ୍ତି ଯେ, ଆର୍ଥିକ ଦୃଷ୍ଟିକୋଣରୁ ଝାରସୁଗୁଡା ଜିଲ୍ଲା ଗୋଟିଏ ସମୃଦ୍ଧଶୀଳ ଜିଲ୍ଲା। ତଥାପି ବିକାଶ ପହଂଚିପାରିନାହିଁ। ଜିଲ୍ଲାରେ ଆଇନଶୃଙ୍ଖଳା, ସ୍ୱାସ୍ଥ୍ୟବସ୍ଥା, ରାସ୍ତାଘାଟ, ପାନୀୟ ଜଳ, ଭଳି ବିଭିନ୍ନ ସମସ୍ୟା ଘେରରେ ରହିଥିବାବେଳେ ପ୍ରଦୁଷଣ ବର୍ତମାନ ଚିନ୍ତାର କାରଣ ସାଜିଛି। ଏହି କାରଣରୁ ଝାରସୁଗୁଡା ଜିଲ୍ଲା ବର୍ତମାନ ରାଜ୍ୟ ତଥା ଦେଶର ଉତପ୍ତ ଜିଲ୍ଲା ଭାବେ ରେକର୍ଡ ସୃଷ୍ଟି କରିଛି । ଜିଲ୍ଲାର ଜଣେ ଛୋଟ ପିଲାକୁ ଦିନଦ୍ୱିପହରରେ ଅପହରଣ କରାଯାଇ ନିର୍ମମ ଭାବେ ହତ୍ୟା କରାଯିବା ହେଉଛି ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ଆଉ ଏକ ନଗ୍ନ ଉଦାହରଣ। ସେହିପରି ଓଡ଼ିଶାର ଅନ୍ୟତମ ପ୍ରଦୂଷିତ ଜିଲ୍ଲା ହେଉଛି ଝାରସୁଗୁଡା। ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଲ୍ୟାଣ ପାଣ୍ଠୀରୁ ଅର୍ଥ ଯୋଗାଯାଉଛି, କିନ୍ତୁ ତାକୁ ରାଜ୍ୟ ସରକାର ବାଟମାରଣା କରୁଛନ୍ତି। ଫଳରେ ରାଜ୍ୟ ସରକାର ପ୍ରଦୂର୍ଷଣ ନିୟନ୍ତ୍ରଣ କରିବାରେ ଫେଲ ମାରିଛନ୍ତି । ସେହିପରି ଝାରସୁଗୁଡାରେ ଜଳସେଚନ ବଡ ସମସ୍ୟା ହୋଇଛି। ଜିଲ୍ଲାର ଗ୍ରାମାଂଚଳରେ ଆଜି ବି ଶୁଦ୍ଧ ପାନୀୟ ଜଳ ପାଇଁ ସ୍ଥାନୀୟବାସିନ୍ଦା ହନ୍ତସନ୍ତ ହେଉଛନ୍ତି। ଏଭଳି ଅନେକ ସମସ୍ୟା ଘେରରେ ଝାରସୁଗୁଡା ଜିଲ୍ଲା ରହିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ ଭାର ସମ୍ଭାଳିବା ଶିଳ୍ପ ଜିଲ୍ଲା ଭାବେ ପରିଚିତ ଝାରସୁଗୁଡା ଜିଲ୍ଲାରେ ବିମାନ ସେବା ଆରମ୍ଭ ହୋଇଛି। ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସ୍ଥାନୀୟ ସାଂସଦ ସୁରେଶ ପୂଜାରୀ ଏବଂ ବିଜେପି କାର୍ଯ୍ୟକର୍ତ୍ତାମାନେ ଜିଲ୍ଲାର ବିକାଶ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ମାତ୍ର ରାଜ୍ୟ ଓ ସ୍ଥାନୀୟ ଜିଲ୍ଲା ପ୍ରଶାସନର ସ୍ଥାଣୁତା ପାଇଁ ଜିଲ୍ଲାର ବିକାଶମୁଳକ କାର୍ଯ୍ୟ ଅତ୍ୟନ୍ତ ମନ୍ଥର ଗତିରେ ଚାଲିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ପ୍ରଧାନମନ୍ତ୍ରୀ କ୍ଷେତ୍ରୀୟ ଖଣିଜ କଲ୍ୟାଣ ପାଣ୍ଠି ଜରିଆରେ ଜିଲ୍ଲାକୁ ୯୦୦ଶହ କୋଟି ଟଙ୍କା ମୋଦି ସରକାର ଦେଇଛନ୍ତି। ଜିଲ୍ଲାବାସୀଙ୍କ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ୨୦୨୦ ଭିତରେ ସମସ୍ତ ପ୍ରକଳ୍ପ କାମ ଶେଷ ହେବାର ଧାର୍ଯ୍ୟ ଲକ୍ଷ୍ୟ ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ଆଜି ବିଫଳ ହୋଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯେଉଁ ଘର ଆସିଛି ବିଜେଡିର ଧନୀ ନେତାମାନେ ବାପା, ମା ଓ ସ୍ତ୍ରୀ ନାଁ ବଦଳାଇ ପାଂଚ ପାଂଚଟି ଘର ହାତେଇବାର ଚକ୍ରାନ୍ତ କରିଛନ୍ତି। ପ୍ରକୃତ ହିତାଧିକାରୀଙ୍କ ପାଖରେ ଆବାସ ପଂହଚି ପାରୁନାହିଁ। ବିସ୍ଥାପିତଙ୍କୁ ଥଇଥାନ କରିବାରେ ରାଜ୍ୟ ସରକାରଙ୍କ କୈାଣସି ଆନ୍ତରିକତା ନାହିଁ। ସେହିପରି ଜିଲ୍ଲାରେ ପ୍ରତିଷ୍ଠା ହୋଇଥିବା ବିଭିନ୍ନ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ମିଳୁନାହିଁ। ଏଥି ପାଇଁ ବିଜେଡି ସରକାର ଦାୟୀ। ଝାରସୁଗୁଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ବିଜେପି ପ୍ରତିଶୃତିବଦ୍ଧ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି ମଙ୍ଗଳ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁନୀଲ ପଣ୍ଡା, ଜିଲ୍ଲା ସାଧାରଣ ସଂପାଦକ ପ୍ରେମସେନ୍ ରାୟ, ଅନୁସୁଚିତ ଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲଲିତ୍ ମଗର୍ ପ୍ରମୁଖ ଉପସ୍ଥିତ ଥିଲେ।

ଝାରସୁଗୁଡା ଉପନିର୍ବାଚନ ଟଙ୍କଧର ତ୍ରିପାଠୀ ନାମାଙ୍କନ ପତ୍ର ବିଜେପି ପ୍ରାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଜୁଲାଇ ପହିଲାରୁ ଭିବି – ଜି ରାମ ଜି ଆଇନ୍

May 12, 2026

ସୁନା ମୂଲ୍ୟରେ ସବୁଠାରୁ ବଡ଼ ହ୍ରାସ କେବେ ଘଟିଥିଲା ? ଜାଣନ୍ତୁ ସୁନାର ମୂଲ୍ୟ ହ୍ରାସର ଇତିହାସ ବିଷୟରେ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.