Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରଚାରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରଚାରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

April 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରଚାରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନରେ ନିଜ ଦଳର ପ୍ରାର୍ଥୀଙ୍କ ପ୍ରଚାରର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଗତକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ଦଳୀୟ ଟିକେଟ ପ୍ରଦାନ କରି ଏହି ପ୍ରଚାର କରିଛନ୍ତି। ଦୀପାଳି ନବୀନ ନିବାସରେ ଖୋଦ ମୁଖ୍ୟମନ୍ତ୍ରୀଙ୍କଠାରୁ ଏହି ଟିକେଟ ଗ୍ରହଣ କରିଛନ୍ତି।

ଏହି ସମୟରେ ବିଜେଡିର ଝାରସୁଗୁଡା ଉପନିର୍ବାଚନର ମଙ୍ଗୁଆଳ ପ୍ରଣବ ପ୍ରକାଶ ଦାସ ଏବଂ ଦେବୀ ପ୍ରସାଦ ମିଶ୍ର ଉପସ୍ଥିତ ଥିଲେ। ଏହି ଟିକେଟ ପ୍ରଦାନ ପରେ ମୁଖ୍ୟମନ୍ତ୍ରୀ ଏକ ଟୁଇଟ କରିଛନ୍ତି। ସେଥିରେ ସେ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି, ‘ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଦୀପାଳି ଦାସଙ୍କୁ ବିଜୁ ଜନତା ଦଳର ଟିକେଟ ପ୍ରଦାନ କଲି। ଲୋକଙ୍କ କଲ୍ୟାଣ ସହ ଝାରସୁଗୁଡ଼ା ବିକାଶ ପ୍ରକ୍ରିୟାକୁ ଆହୁରି ଆଗକୁ ନେବା ପାଇଁ ଉପନିର୍ବାଚନରେ ବିଜୁ ଜନତା ଦଳକୁ ଶଙ୍ଖ ଚିହ୍ନରେ ଆଶୀର୍ବାଦ କରନ୍ତୁ।’

ଝାରସୁଗୁଡା ଉପନିର୍ବାଚନ ପାଇଁ ମେ୧୦ ତାରିଖରେ ଭୋଟ ଗ୍ରହଣ ହେବ। ସେଥିପାଇଁ ୨୦ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିବେ। ଏପ୍ରିଲ ୨୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଏବଂ ଏପ୍ରିଲ ୨୪ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇ ପାରିବ। ସେହିଭଳି ମେ ୧୦ ତାରିଖରେ ସକାଳ ୭ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ମେ’ ୧୩ ତାରିଖରେ ଭୋଟ ଗଣତି ହେବ।

ଏହି ଉପନିର୍ବାଚନ ପାଇଁ ବିଜେଡି ପ୍ରଥମେ ଦୀପାଳି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ଏହାପରେ କଂଗ୍ରେସ ଦଳ ପୂର୍ବତନ ବିଧାୟକ ସ୍ବର୍ଗତ ବିରେନ୍ଦ୍ର ପାଣ୍ଡେଙ୍କ ପୁତ୍ର ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା। ଶେଷରେ ବହୁ ବାଦବିବାଦ ପରେ ବିଜେପି ଯୁବ ନେତା ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ କରିଛି। ପ୍ରାର୍ଥୀ ପତ୍ର ଦଖଲ ପରେ ଆରମ୍ଭ ହେବ ଘମାଘଟ ଲଢେଇ।

Jharsuguda Bypoll ଉପନିର୍ବାଚନ ଝାରସୁଗୁଡା ଉପନିର୍ବାଚନ ଦୀପାଳି ଦାସ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କମିଲା ନା ବଢିଲା, ଜାଣନ୍ତୁ ଆଜି ଭୁବନେଶ୍ଵରରେ ସୁନା ଏବଂ ରୂପାର ମୂଲ୍ୟ କେତେ?

April 12, 2026

ବଙ୍ଗଳା ନିର୍ବାଚନ ପୂର୍ବରୁ ୪୩ ଟିଏମସି ନେତାଙ୍କୁ ନୋଟିସ ଜାରି କଲା NIA

April 12, 2026

ମା’ର ଟାଙ୍ଗିଆ ଚୋଟରେ ଗଲା ପୁଅଝିଅଙ୍କ ଜୀବନ

April 12, 2026

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026
Latest News

ଜୁଲାଇ ୩ରୁ ଅମରନାଥ ଯାତ୍ରା: ଏପ୍ରିଲ ୧୫ରେ ଆରମ୍ଭ ହେବ ପଞ୍ଜୀକରଣ

April 12, 2026

କମିଲା ନା ବଢିଲା, ଜାଣନ୍ତୁ ଆଜି ଭୁବନେଶ୍ଵରରେ ସୁନା ଏବଂ ରୂପାର ମୂଲ୍ୟ କେତେ?

April 12, 2026

ଚାଲିଗଲେ ଆଶା ଭୋସ୍‌ଲେ : ୯୨ ବର୍ଷରେ ଆଖି ବୁଜିଲେ

April 12, 2026

ବଙ୍ଗଳା ନିର୍ବାଚନ ପୂର୍ବରୁ ୪୩ ଟିଏମସି ନେତାଙ୍କୁ ନୋଟିସ ଜାରି କଲା NIA

April 12, 2026

ଆମେରିକା-ଇରାନ ଆଲୋଚନା ବିଫଳ: ଏବେ ପାକିସ୍ତାନରୁ ଆସିଲା ପ୍ରଥମ ପ୍ରତିକ୍ରିୟା

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.