Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଟଙ୍କଧର ତ୍ରିପାଠୀ
ବିଶେଷ ଖବର

ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଟଙ୍କଧର ତ୍ରିପାଠୀ

April 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଟଙ୍କଧର ତ୍ରିପାଠୀ

ଝାରସୁଗୁଡା/ଭୁବନେଶ୍ୱର : ଆସନ୍ତା ମେ ୧୦ତାରିଖ ଦିନ ଅନୁଷ୍ଠିତ ହେବାକୁ ଥିବା ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ମନମୋହନ ଏମଇ ସ୍କୁଲ ଗ୍ରାଉଣ୍ଡରୁ ଏକ ଶୋଭାଯାତ୍ରାରେ ବାହାରି ଉପନିର୍ବାଚନ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ଏହି ଶୋଭାଯାତ୍ରାରେ ପ୍ରାୟ ୧୦ହଜାରୁ ଅଧିକ ଜନତା ସାମିଲ ଥିଲେ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ସାଧାରଣ ଲୋକେ ଆଜି ନ୍ୟାୟ ପାଇବା ପାଇଁ ତ୍ରାହି ତ୍ରାହି ଡାକୁଥିବାବେଳେ ରାଜ୍ୟ ସରକାରଙ୍କ ବିଫଳତା ସ୍ପଷ୍ଟ ବାରୀ ହୋଇପଡୁଛି। ସାଧାରଣ ଲୋକ ନ୍ୟାୟ ପାଇଁ ଲଢ଼ୁଛନ୍ତି ଓ ଲଢ଼ିବେ ଏବଂ ନ୍ୟାୟର ବିଜୟ ହେବ। ଜଣେ ଉଚ୍ଚଶିକ୍ଷିତ, ଯୋଗ୍ୟ, ଦକ୍ଷ ଓ ଯୁବକ ଶ୍ରୀ ଟଙ୍କଧର ତ୍ରିପାଠୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଝାରସୁଗୁଡା ନିର୍ବାଚନମଣ୍ଡଳୀର ସଚେତନ ଭୋଟର ଭାଇ ଓ ଭଉଣୀମାନେ ଏଭଳି ପ୍ରତିକୁଳ ପରିସ୍ଥିତିରେ ମଧ୍ୟ ତାଙ୍କ ବିଜୟକୁ ସୁନିଶ୍ଚିତ କରାଇବେ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି।

ଦୀର୍ଘ ୨୪ବର୍ଷ ଧରି ନିରନ୍ତର ଶାସନ କ୍ଷମତାରେ ରହି ମଧ୍ୟ ନିର୍ବାଚନ ମଣ୍ଡଳୀର ସଠିକ୍ ବିକାଶ ହୋଇପାରିଲା ନାହିଁ। ଏ ଲଢ଼େଇ ଝାରସୁଗୁଡାବାସୀଙ୍କର, ମୁଁ ନିମିତ ମାତ୍ର ବୋଲି ପ୍ରାର୍ଥୀପତ୍ର ଦାଖଲ କରିବା ପରେ ଶ୍ରୀ ଟଙ୍କଧର ତ୍ରିପାଠୀ କହିଛନ୍ତି।

ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ସାଂସଦ ସୁରେଶ ପୂଜାରୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, କେଭି ସିଂହଦେଓ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ବିିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ସୁବାଷ ପାଣିଗ୍ରାହୀ, ଶଙ୍କର ଓରାମ, ଭବାନୀ ଭୋଇ, କୁସୁମ ଟେଟେ, ନାଉରୀ ନାୟକ, ମୁକେଶ ମହାଲିଙ୍ଗ, ନିତ୍ୟାନନ୍ଦ ଗଣ୍ଡ, ଡ. ବୁଧାନ ମୁର୍ମୁ ସାମିଲ ହୋଇଥିଲେ।

ସେହିପରି ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ଜିଲ୍ଲା ସଭାପତି ମଙ୍ଗଳ ସାହୁ, ପୂର୍ବତନ ସାଂସଦ ବିଭୂପ୍ରସାଦ ତରାଇ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ରାଜ୍ୟ ସାଧାରଣ ସଂପାଦକ ରବି ନାରାୟଣ ନାଏକ, ଗୋଲକ ମହାପାତ୍ର, ଡ.ଲେଖାଶ୍ରୀ ସମାନ୍ତସିଂହାର, ରାଜ୍ୟ ମୁଖପାତ୍ର ଧୀରେନ ସେନାପତି, ବିଂରଚି ନାରାୟଣ ତ୍ରିପାଠୀ, ଠାକୁର ରଞ୍ଜିତ ଦାସ, ମନୋଜ ମହାପାତ୍ର, ତେଜେଶ୍ୱର ପରିଡା, ରାଜ୍ୟ ଗଣମାଧ୍ୟମ ସହମୁଖ୍ୟ ସୁଜିତ୍ କୁମାର ଦାସ, ସମ୍ବଲପୁର ଜିଲ୍ଲା ସଭାପତି ଗିରିଶ ପଟେଲ ପ୍ରମୁଖ ସମେତ ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଇକେରା, କିର୍ମିରା, କୋଲାବିରା, ଝାରସୁଗୁଡା ବ୍ଲକ ଓ ମ୍ୟୁନିସପାଲଟିରୁ ୧୦ହଜାରରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତା ସାମିଲ ହୋଇଥିଲେ।

JharsugudaBypoll ଝାରସୁଗୁଡା ଉପନିର୍ବାଚନ ଟଙ୍କଧର ତ୍ରିପାଠୀ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.