Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ଆମର ଲକ୍ଷ୍ୟ: ଗଣଶିକ୍ଷା ମନ୍ତ୍ରୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ଆମର ଲକ୍ଷ୍ୟ: ଗଣଶିକ୍ଷା ମନ୍ତ୍ରୀ

April 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ସମ୍ବଲପୁର ଜୋନର ୧୨ଟି ଜିଲ୍ଲାର ଶିକ୍ଷା ଅଧିକାରୀ ଓ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ କୃଷି ଭବନ ଅଡିଟୋରିୟମ୍‌ରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଲେ ଯେ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ କି୍ରୟାଶୀଳ କରିବା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନକୁ ସାକାର କରିବା ହିଁ ଆମର ଲକ୍ଷ୍ୟ। ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି ଆମକୁ ଶିକ୍ଷାକ୍ଷେତ୍ରରେ ସ୍ୱତନ୍ତ୍ର କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପଡ଼ିବ।

“୨୦୩୬ରେ ରାଜ୍ୟର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆମର ଲକ୍ଷ୍ୟ’’ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ବୋଲି ମନ୍ତ୍ରୀ ଶ୍ରୀ ଦାଶ ମତବ୍ୟକ୍ତ କରିଛନ୍ତି। ଡି.ଇ.ଓ ଏବଂ ବି.ଇ.ଓମାନେ ଏବଂ ସିଆର୍‌ସିସିମାନେ ବିଦ୍ୟାଳୟ ପର୍ଯ୍ୟବେକ୍ଷଣ କରିବା, ଛାତ୍ରମାନଙ୍କ ନାମଲେଖା, ଶତପ୍ରତିଶତ ପିଲା ଦଶମ ପରୀକ୍ଷା ଦେବା, ଡ୍ରପ୍‌ ଆଉଟ୍‌ କମାଇବା, ପିଲାମାନଙ୍କୁ ପୁନଃ ସ୍କୁଲକୁ ଫେରାଇ ଆଣିବା ଏବଂ ଛୁଟିରେ ଶିକ୍ଷକମାନେ ପିଲାମାନଙ୍କ ଘରକୁ ଯାଇ ସେମାନଙ୍କ ପାଠ୍ୟକ୍ରମ ସଂପର୍କରେ ପଚାରି ବୁଝିବା ବାବଦରେ ମନ୍ତ୍ରୀ ଶ୍ରୀ ଦାଶ ଗୁରୁତ୍ୱ ପ୍ରଦାନ କରିଥିଲେ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଆଶ୍ୱଥୀ ଏସ୍‌. ଶିକ୍ଷାର ବିକାଶ ଏବଂ ବିଭାଗର ସମସ୍ତ ସ୍କିମ୍‌ ତଥା ଉଦ୍ୟମର ସଫଳ ରୂପାୟନ ନିମନ୍ତେ ଯଥାସାଧ୍ୟ ପ୍ରୟାସ କରିବାକୁ ଡି.ଇ.ଓ ଏବଂ ବି.ଇ.ଓମାନଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ଓସେପା) ଅନୁପମ ସାହା, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର, ଏସ୍‌ସିଇଆର୍‌ଟିର ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମର ପରିଚାଳନା କରିଥିଲେ। ସମ୍ବଲପୁର ଜୋନର ୧୨ଟି ଜିଲ୍ଲାରୁ ଆସିଥିବା ସମସ୍ତ ଡି.ଇ.ଓ ଏବଂ ବି.ଇ.ଓଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସମୀର ରଞ୍ଜନ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026
Latest News

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.