Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡ଼ିର ଅଭିଯୋଗ: ସମ୍ବଲପୁରରେ ହିଂସା ଓ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବିଜେପି
ବିଶେଷ ଖବର

ବିଜେଡ଼ିର ଅଭିଯୋଗ: ସମ୍ବଲପୁରରେ ହିଂସା ଓ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବିଜେପି

April 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାବାସୀଙ୍କୁ ଅରାଜକ କହି ବାରମ୍ଵାର ଅପମାନିତ କରୁଥିବା ବିଜେପି ଏବେ ପୁଣିଥରେ ସମ୍ବଲପୁରରେ ହିଂସା ଓ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି।

ଆଜି ବିଜେଡି ମୁଖପାତ୍ର ସଞ୍ଜୟ ବାବୁ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଯେତେବେଳେ ସମ୍ବଲପୁରରେ ଏକ ସ୍ପର୍ଶକାତର ଘଟଣା ଘଟିଛି ଏବଂ ଧୀରେ ଧୀରେ ଶାନ୍ତି ଫେରିଆସୁଛି, ସେତିକିବେଳେ ବିଜେପି ନେତାମାନେ ସମ୍ବଲପୁରରେ ପଶି ଶାନ୍ତି ଭଙ୍ଗ କରିବାକୁ ଚେଷ୍ଟା କରୁଛନ୍ତି। ବିଜେପି ଶାସିତ ଉତ୍ତରପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟରେ ଏଭଳି ସ୍ପର୍ଶକାତର ଘଟଣା ଘଟିଲେ, ସରକାର କୌଣସି ରାଜନୈତିକ ଦଳର ପ୍ରତିନିଧି ଦଳକୁ ସେଠାକୁ ଯିବାକୁ ଅନୁମତି ଦିଅନ୍ତି ନାହିଁ। ଯେତେବେଳେ ଉତ୍ତରପ୍ରଦେଶର ହାଥରସ୍, ଲଖିମପୁର ଖେରିରେ ସ୍ପର୍ଶକାତର ଘଟଣା ଘଟିଥିଲା, ବିଜେପି ସରକାର ସେଠାକୁ କୌଣସି ଦଳର ଲୋକଙ୍କୁ ଛାଡ଼ି ନଥିଲା।

ନିଜ ଶାସିତ ରାଜ୍ୟରେ ବିଜେପି ଗୋଟିଏ ନୀତି ଆପଣାଉଥିବାବେଳେ ଓଡ଼ିଶାର ବିଜେପି ନେତାମାନେ ଏଠି ନିଜ ପାଇଁ ଭିନ୍ନ ନୀତି ଆପଣାଉଛନ୍ତି। ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ସେମାନେ କେବଳ ରାଜନୈତିକ ଫାଇଦା ଉଦ୍ଦେଶ୍ୟରେ ସମ୍ବଲପୁର ଯାଇ ପୁନର୍ବାର ହିଂସାକୁ ଉସୁକାଇବାକୁ ଚେଷ୍ଟା କରୁଛନ୍ତି।

ଶ୍ରୀ ବାବୁ ଆହୁରି କହିଛନ୍ତି ଯେ, ଶାନ୍ତିପ୍ରିୟ ଓଡ଼ିଶାବାସୀ ବିଜେପି ନେତାଙ୍କ ଏଭଳି ହୀନ ଉଦ୍ୟମକୁ ଦେଖୁଛନ୍ତି ଏବଂ ସେମାନଙ୍କ ଅସଲ ଉଦ୍ଦେଶ୍ୟ ମଧ୍ୟ ବୁଝିଛନ୍ତି। ତେଣୁ ଆଗାମୀ ଦିନରେ ଓଡ଼ିଶାବାସୀ ବିଜେପିକୁ ଠିକଣା ଜବାବ ଦେବେ।

ବିଜେଡି ବିଜେପି ସମ୍ବଲପୁର ସାଂଘାତିକ ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ମା’ର ଟାଙ୍ଗିଆ ଚୋଟରେ ଗଲା ପୁଅଝିଅଙ୍କ ଜୀବନ

April 12, 2026

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଦେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା ଅଭିଯୋଗରେ ଭୁବନେଶ୍ବରରୁ ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୁଲିସ

April 12, 2026
Latest News

ମା’ର ଟାଙ୍ଗିଆ ଚୋଟରେ ଗଲା ପୁଅଝିଅଙ୍କ ଜୀବନ

April 12, 2026

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.