Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Breaking News: ସେନାବାହିନୀ ନିଯୁକ୍ତି ପରୀକ୍ଷାରେ ହେଲା ବଡ ପରିବର୍ତ୍ତନ
ଜାତୀୟ ଖବର

Breaking News: ସେନାବାହିନୀ ନିଯୁକ୍ତି ପରୀକ୍ଷାରେ ହେଲା ବଡ ପରିବର୍ତ୍ତନ

April 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ArmyJobs
Breaking News: ସେନାବାହିନୀ ନିଯୁକ୍ତି ପରୀକ୍ଷାରେ ହେଲା ବଡ ପରିବର୍ତ୍ତନ

ଭୁବନେଶ୍ୱର: ସେନାବାହିନୀରେ ଯୋଗଦେବା ନିମନ୍ତେ ନିଯୁକ୍ତି ପ୍ରକ୍ରିୟାରେ ଢାଞ୍ଚାଗତ ପରିବର୍ତ୍ତନ କରାଯାଇଛି । ବର୍ତ୍ତମାନ ପରୀକ୍ଷାର୍ଥୀମାନେ ପ୍ରଥମେ ଅନ୍‌ଲାଇନ୍‌ରେ ନିଜର ପଂଜୀକରଣ କରିବା ପରେ ବୈଧ ଥିବା ଆବେଦନଗୁଡ଼ିକୁ ବିଚାରକୁ ନିଆଯାଇ ପ୍ରଥମେ କଂପୁଟର ମାଧ୍ୟମରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ।

ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ପ୍ରାର୍ଥୀମାନେ ଶାରୀରିକ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହେବେ। ପରେ ଅନ୍ତିମ ପର୍ଯ୍ୟାୟରେ ଡାକ୍ତରୀ ପରୀକ୍ଷା ଅନୁଷ୍ଠିତ ହେବ। ଡାକ୍ତରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ।

ମାତ୍ର ପୂର୍ବରୁ ଅନୁଷ୍ଠିତ ଚୟନ ପ୍ରକ୍ରିୟାରେ ପ୍ରଥମେ ଆର୍ମି ରାଲି ମାଧ୍ୟମରେ ଶାରୀରିକ ପରୀକ୍ଷା ଓ ଏହା ପରେ ଲିଖିତ ପରୀକ୍ଷା ହେଉଥିଲା। ଏଥିରେ ପରୀକ୍ଷାର୍ଥୀମାନଙ୍କ ବହୁସମୟ ବ୍ୟୟ ହେଉଥିବା ଦୃଷ୍ଟିରୁ ବିଭିନ୍ନ ପ୍ରସଙ୍ଗକୁ ବିଚାରକୁ ନିଆଯାଇ ଚଳିତ ବର୍ଷରୁ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି।

କଟକସ୍ଥିତ ଆର୍ମି ରିକ୍ୟୁଟ୍‌ମେଣ୍ଟ ଅଫିସ୍‌ ନିର୍ଦ୍ଦେଶକ କର୍ଣ୍ଣେଲ ହର୍‌ବିନ୍ଦର ସିଂ ଏ ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ ସେନାବାହିନୀରେ ନିଯୁକ୍ତି ନିମନ୍ତେ ଏହି ନୂତନ ପଦ୍ଧତି ସଂପର୍କରେ ଓଡ଼ିଶାର ସମସ୍ତ ଜିଲ୍ଲାରେ ସଚେତନତା ସୃଷ୍ଟି କରାଯାଇଛି।

ଆର୍ମି ରିକ୍ୟୁଟ୍‌ମେଣ୍ଟ କାର୍ଯ୍ୟାଳୟ ପକ୍ଷରୁ ୧୩୬ଟି ବିଦ୍ୟାଳୟ, ୪୮ଟି ମହାବିଦ୍ୟାଳୟ ଏବଂ ୪୪ଟି ଆଇଟିଆଇ ଶିକ୍ଷାନୁଷ୍ଠାନରେ ଭିଡ଼ିଓ ବାର୍ତ୍ତା, ପ୍ରଚାରପତ୍ର ଏବଂ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଯୁବଗୋଷ୍ଠୀଙ୍କୁ ଏ ସଂପର୍କରେ ସଚେତନ କରାଯାଇଛି ।

ଏହି ପ୍ରକ୍ରିୟା ଜୁନିଅର କମିଶନ ଅଧିକାରୀ ଏବଂ ଯବାନ୍‌ଙ୍କ ନିଯୁକ୍ତି ନିମନ୍ତେ ବାଧ୍ୟତାମୂଳକ ରହିବା ନେଇ କର୍ଣ୍ଣେଲ ଶ୍ରୀ ସିଂ ସୂଚନା ଦେଇଛନ୍ତି।

ବର୍ତ୍ତମାନ ଦେଶର ୧୭୬ଟି ସ୍ଥାନର ୩୭୫ଟି ପରୀକ୍ଷା କେନ୍ଦ୍ରରେ ଚଳିତ ବର୍ଷ ଅପ୍ରେଲ ୧୭ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ କମ୍ପୁ୍ୟଟର ମାଧ୍ୟମରେ ଲିଖିତ ପରୀକ୍ଷା ଆୟୋଜନ ହେଉଛି । ସେଥି ମଧ୍ୟରୁ ଓଡ଼ିଶାର ଭୁବନେଶ୍ୱର, ବାଲେଶ୍ୱର, ଢେଙ୍କାନାଳ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ସମେତ ୮ଟି କେନ୍ଦ୍ରରେ ପରୀକ୍ଷା ଆୟୋଜନ କରାଯାଉଛି। ନିଯୁକ୍ତି ପ୍ରକ୍ରିୟାରେ ଢାଞ୍ଚାଗତ ପରିବର୍ତ୍ତନ ସଂପର୍କିତ ସବିଶେଷ ତଥ୍ୟ joinindiaarmy.nic.in  ରେ ଉପଲବ୍ଧ ହେଉଛି।

ନିଯୁକ୍ତି ପରୀକ୍ଷା ସେନାବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସମଗ୍ର ଓଡ଼ିଶାରେ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ: ସ୍ଵ-ଗଣନା ପୋର୍ଟାଲରେ ଏଭଳି କରନ୍ତୁ ନିଜକୁ ସାମିଲ

April 13, 2026

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026
Latest News

ସମଗ୍ର ଓଡ଼ିଶାରେ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ: ସ୍ଵ-ଗଣନା ପୋର୍ଟାଲରେ ଏଭଳି କରନ୍ତୁ ନିଜକୁ ସାମିଲ

April 13, 2026

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.