Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହାତ ଛାଡ଼ି ଶଙ୍ଖ ଫୁଙ୍କିଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ: ଦଳକୁ ସ୍ୱାଗତ କଲେ ସାଂସଦ ମାନସ ମଙ୍ଗରାଜ
ବିଶେଷ ଖବର

ହାତ ଛାଡ଼ି ଶଙ୍ଖ ଫୁଙ୍କିଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ: ଦଳକୁ ସ୍ୱାଗତ କଲେ ସାଂସଦ ମାନସ ମଙ୍ଗରାଜ

April 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଛୁଟିଛି ସମର୍ଥନର ସୁଅ। ନିର୍ବାଚନ ଘୋଷଣା ହେବା ପରଠାରୁ ଝାରସୁଗୁଡ଼ାରେ ବିଭିନ୍ନ ଦଳର କର୍ମୀ ଓ କର୍ମକର୍ତ୍ତା ନିୟମିତ ବ୍ୟବଧାନରେ ବିଜେଡିରେ ଯୋଗ ଦେଉଛନ୍ତି। ଏହି କ୍ରମରେ ଶୁକ୍ରବାର ଝାରସୁଗୁଡ଼ା ଜିଲ୍ଲା ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ଗୋଁଡ଼ ସମାଜର ୬୦ରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ଓ ଗତ ୨୦୧୯ ନିର୍ବାଚନରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ନାୟକ ବିଜେଡିରେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେଡି କାର‌୍ୟ୍ୟାଳୟରେ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଁଡ଼ ମହାସଭାର ରାଜ୍ୟ ସଭାପତି ମହେନ୍ଦ୍ର ନାୟକ, ଝାରସୁଗୁଡ଼ା ଜିଲ୍ଲା ସମ୍ମିଳିତ ଆଦିବାସୀ ସମାଜ ସଭାପତି ମାଧବ ସିଂହ ନାୟକ ବିଧିବଦ୍ଧ ଭାବରେ ବିଜେଡିରେ ଯୋଗ ଦେଇଛନ୍ତି।

ଅନୁରୂପ ଭାବରେ ଗୋଁଡ଼ ମହାସଭା କୋଲାବିରା ବ୍ଲକ ସଭାପତି ରୁଦ୍ରପ୍ରତାପ ସିଂହ, ରାଜ୍ୟ ମହିଳା ସଂଯୋଜକ ଦମୟନ୍ତୀ ମହାପାତ୍ର, ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ୟାମସୁନ୍ଦର ଭୋଇ, ଅନୁଗୋଳ ଜିଲ୍ଲା ସଭାପତି ସଦାଶିବ ନାୟକ, ଝାରସୁଗୁଡ଼ା ଜିଲ୍ଲା ସମ୍ମିଳିତ ଆଦିବାସୀ ସମାଜ ପରାମର୍ଶଦାତା ସଦାଶିବ ନାୟକ, ସାଧାରଣ ସମ୍ପାଦକ ଅଶୋକ ମାଝି, ଉପସଭାପତି ବୀର ଧୁରୁଆ, ବରଗଡ଼ ଜିଲ୍ଲା ଗୋଁଡ଼ ସମାଜ ସମ୍ପାଦକ ଧନେଶ୍ୱର ସିଂହଙ୍କ ସହ ୬୦ରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ବିଜେଡିରେ ଯୋଗ ଦେଇଛନ୍ତି।

ସାଂସଦ ଶ୍ରୀ ମଙ୍ଗରାଜ ଏହି ନେତାମାନଙ୍କୁ ବିଜେଡି ଓ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଯେଉଁ ବିକାଶ ଓ ରୂପାନ୍ତରଣର ଧାରା ଆରମ୍ଭ କରିଛନ୍ତି ସେଥିପ୍ରତି ଆକୃଷ୍ଟ ହୋଇ ବିଭିନ୍ନ ଦଳର କର୍ମୀ ଓ କର୍ମକର୍ତ୍ତାମାନେ ଯୋଗ ଦେଉଛନ୍ତି। ବିଜୁ ଜନତା ଦଳରେ ସମସ୍ତଙ୍କ ପାଇଁ କାର‌୍ୟ୍ୟ କରିବାର ସୁଯୋଗ ରହିଛି। ତେଣୁ ଯେଉଁମାନେ ବାସ୍ତବରେ ରାଜ୍ୟର ବିକାଶ ପ୍ରକ୍ରିୟାରେ ନିଜକୁ ସାମିଲ କରିବାକୁ ଚାହୁଁଛନ୍ତି, ସେମାନଙ୍କୁ ଦଳ ସର୍ବଦା ସ୍ୱାଗତ କରି ଆସିଛି ବୋଲି ଶ୍ରୀ ମଙ୍ଗରାଜ କହିଛନ୍ତି।

ଅନ୍ୟପକ୍ଷରେ ବିଜେଡିରେ ଯୋଗ ଦେଇଥିବା ମହେନ୍ଦ୍ର ନାୟକ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଝାରସୁଗୁଡ଼ା ସହ ସାରା ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କର ଯୋଗଦାନ ଅବିସ୍ମରଣୀୟ। ଆଦିବାସୀ ସମାଜ ମୁଖ୍ୟମନ୍ତ୍ରୀଙ୍କ ଉପରେ ବିଶ୍ୱାସ କରିଛି ଓ ସେମାନଙ୍କ ବର୍ଗ ନିମନ୍ତେ ମୁଖ୍ୟମନ୍ତ୍ରୀ ଯେପରି ନିଷ୍ଠାପର ଭାବରେ କାର‌୍ୟ୍ୟ କରିଛନ୍ତି ସେଥିପାଇଁ ସାରା ଆଦିବାସୀ ସମାଜ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ ବୋଲି ଉଲ୍ଲେଖ କରି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିଜୟ ନିମନ୍ତେ ସେମାନେ କାର‌୍ୟ୍ୟ କରିବେ ବୋଲି କହିଛନ୍ତି ମହେନ୍ଦ୍ର। ସେହିପରି ଝାରସୁଗୁଡ଼ା ଜିଲ୍ଲା ସମ୍ମିଳିତ ଆଦିବାସୀ ସମାଜ ସଭାପତି ମାଧବ ସିଂହ ନାୟକ ମଧ୍ୟ ବିଜେଡିରେ ଯୋଗ ଦେଇ ସେମାନେ ସାଧାରଣ ଲୋକଙ୍କ ନିମନ୍ତେ କାର‌୍ୟ୍ୟ କରିବାର ସୁଯୋଗ ପାଇଛନ୍ତି ବୋଲି କହିଛନ୍ତି।

ଏହି ମିଶ୍ରଣ ପର୍ବରେ ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ତଥା ବିଜେଡି ନେତା ମହେନ୍ଦ୍ର ବଢ଼େଇ, ଦଳର ମୁଖପାତ୍ର ସଞ୍ଜୟ ବାବୁ, ସମ୍ପାଦକ ତଥା ଦେବଗଡ଼ ଜିଲ୍ଲା ପର‌୍ୟ୍ୟବେକ୍ଷକ ଅମରେଶ ଜେନା ଓ ଅନ୍ୟମାନେ ଉପସ୍ଥିତ ଥିଲେ।

କଂଗ୍ରେସ ବିଧାୟକ ପ୍ରାର୍ଥୀ ଝାରସୁଗୁଡା ଉପନିର୍ବାଚନ ବିଜେଡି ମାନସ ମଙ୍ଗରାଜ ଶଙ୍ଖ
Share. Facebook Twitter LinkedIn Email WhatsApp Copy Link

Related Posts

ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ମହତ୍ୱ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ

August 6, 2026

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026
Latest News

ଆରଇପିସିଓ ବ୍ୟାଙ୍କର ସଫଳତାକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

August 6, 2026

ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷରିତ

August 6, 2026

ଜିଓର ଓଡ଼ିଶାର ବନ୍ୟା ପ୍ରଭାବିତ ଅଞ୍ଚଳରେ ଭରସାଯୋଗ୍ୟ ଟେଲିକମ୍ ନେଟୱାର୍କ ଜାରି

August 6, 2026

ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ମହତ୍ୱ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ

August 6, 2026

ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.