Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୃଷି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷି ମୁଠି ଅନୁକୂଳ: ମିଲେଟ ଶକ୍ତି କାଫେ, କ୍ରେଚ ‘କଳିକା’ ଲୋକାର୍ପଣ
ବିଶେଷ ଖବର

କୃଷି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷି ମୁଠି ଅନୁକୂଳ: ମିଲେଟ ଶକ୍ତି କାଫେ, କ୍ରେଚ ‘କଳିକା’ ଲୋକାର୍ପଣ

April 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୃଷି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷି ମୁଠି ଅନୁକୂଳ: ମିଲେଟ ଶକ୍ତି କାଫେ, କ୍ରେଚ 'କଳିକା' ଲୋକାର୍ପଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀ ମାନଙ୍କୁ ଶୁଭେଚ୍ଛା ଜଣାଇ ଥିଲେ।

ଏହାପରେ ସେ ଲୋକ ସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ। ପୁଷ୍ଟି ହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟ ଶସ୍ୟ ର ଗୁରୁତ୍ଵ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିଶନ କାର୍ଯ୍ୟକାରୀ କରିଛନ୍ତି। ରାଜ୍ୟରେ ବର୍ତମାନ ସୁଦ୍ଧା ୧୪୨ ଟି ମିଲେଟ୍ outlet ଖୋଲା ଯାଇ ସାରିଲାଣି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦଘାଟନ ମଧ୍ୟ କରିଥଲେ। ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ ‘central command and control system ‘ ଭାବେ କାର୍ଯ୍ୟ କରିବ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନ (real time information ) ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟ ସରକାରଙ୍କ ୫ ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରା ଯାଇଛି। କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ମୁଖ୍ୟ ମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।

ଏହା ସହିତ ଲୋକ ସେବା ଭବନ ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଶିଶୁ ସନ୍ତାନ ମାନଂକ ପାଇଁ ଏକ କ୍ରେଚ ‘କଳିକା’ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କର ଯାଇଛି।

ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ ଓ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

ଅକ୍ଷୟ ତୃତୀୟା ଅକ୍ଷି ମୁଠି ଅନୁକୂଳ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

October 7, 2026

Chintan Shivir: ଗୁଜରାଟ ଚିନ୍ତନ ଶିବିରର ଶେଷ ଦିବସରେ ଅଧ୍ୟକ୍ଷତା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026
Latest News

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

October 7, 2026

ସ୍ମୃତି ମନ୍ଧାନା ଭାରତୀୟ ମହିଳା କ୍ରିକେଟ୍ ଦଳର ନୂଆ ଅଧିନାୟିକା

October 7, 2026

Chintan Shivir: ଗୁଜରାଟ ଚିନ୍ତନ ଶିବିରର ଶେଷ ଦିବସରେ ଅଧ୍ୟକ୍ଷତା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 7, 2026

ଅନନ୍ତ ଅମ୍ବାନୀଙ୍କ “ଚାମ୍ପିଅନ୍ସ ଅଫ୍ କେୟାର୍” ଅଭିଯାନ, ପ୍ରତିବର୍ଷ ୨୦ ଲକ୍ଷ ପଶୁଙ୍କ ପାଖରେ ପହଞ୍ଚିବ ସହାୟତା

October 7, 2026

ଜିଏସଏମଏ ବୋର୍ଡ ସଦସ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.