Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅକ୍ଷୟ ତୃତୀୟା ଅବସରରେ ୩୫ ଲକ୍ଷ ଚାଷୀଙ୍କୁ ନବୀନ ଦେଲେ ୪୪୧ କୋଟି ଟଙ୍କା ସୁଧ ରିହାତି
ବିଶେଷ ଖବର

ଅକ୍ଷୟ ତୃତୀୟା ଅବସରରେ ୩୫ ଲକ୍ଷ ଚାଷୀଙ୍କୁ ନବୀନ ଦେଲେ ୪୪୧ କୋଟି ଟଙ୍କା ସୁଧ ରିହାତି

April 24, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଅକ୍ଷୟ ତୃତୀୟା ଅବସରରେ ୩୫ ଲକ୍ଷ ଚାଷୀଙ୍କୁ ନବୀନ ଦେଲେ ୪୪୧ କୋଟି ଟଙ୍କା ସୁଧ ରିହାତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି।

ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଗଲା। ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା। ଏହି ପରି ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଲେ।

ସୂଚନାଯୋଗ୍ୟ ଯେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀମାନଙ୍କୁ କୌଣସି ସୁଧ ଦେବାକୁ ପଡୁ ନାହିଁ । ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ।

ଏହି ଅବସରରେ ଉପସ୍ଥିତ ଚାଷୀ ବନ୍ଧୁ ଏବଂ ଭିଡିଓ କନଫ୍ରେସିଂ ଜରିଆରେ ଯୋଡି ହୋଇଥିବା ଚାଷୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷ ଆମ ଅର୍ଥନୀତିର ଆତ୍ମା। ବିକାଶର ଆଧାର। ଆମର ନୂଆ ଓଡିଶା, ସଶକ୍ତ ଓଡିଶାର ସାରଥି ହେଉଛନ୍ତି ଆମର ଚାଷୀମାନେ, ମା ମାନେ ଓ ଯୁବକଯୁବତୀ ମାନେ। ତେଣୁ ଆପଣମାନଙ୍କ ସଶକ୍ତିକରଣ ଉପରେ ମୁଁ ସବୁବେଳେ ଜୋର ଦେଇ ଆସିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଚାଷୀକୁ ସଶକ୍ତ କରିବାପାଇଁ ସ୍ୱତନ୍ତ୍ର ବଜେଟ୍ କରାଯାଇଛି। ବିନା ସୁଧ ରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ ଦିଆଯାଉଛି। ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ଦିଆଯାଉଛି। ଗଞ୍ଜାମର ଚାଷୀ ପରିବାରର ଜଣେ ପିଲା କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମଡିକାଲ କଲେଜରେ ପଢିବା କଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥି ପାଇଁ ଖୁସି ବ୍ୟକ୍ତ କରିଥିଲେ।

ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡିଶା ପ୍ରଥମ ରାଜ୍ୟ ଓ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ମଧ୍ୟ ଓଡିଶା ପ୍ରଥମ ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜିର ସୁଧ ରିହାତି ଯୋଗୁ ଚାଷୀ ଭାଇମାନଙ୍କୁ ଟଙ୍କାଟିଏ ବି ସୁଧ ଦେବାକୁ ପଡିଲା ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସି ବ୍ୟକ୍ତ କରିଥିଲେ।

ଆମର ସମବାୟ ଆନ୍ଦୋଳନ ଆଜି ଶକ୍ତିଶାଳୀ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଫସଲ ଋଣର ୬୦ ପ୍ରତିଶତ କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି।ଆମର ଚାଷୀ ଭାଇ ଆମର ଗର୍ବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେମାନଙ୍କ ପରିଶ୍ରମ ଓ ନିଷ୍ଠା ଯୋଗୁ କୃଷି କ୍ଷେତ୍ରରେ ଓଡିଶା ଦେଶର ଏକ ଆଗୁଆ ରାଜ୍ୟ ହୋଇପାରିଛି । ଚାଷୀଙ୍କ କଲ୍ୟାଣ ପାଇଁ ମୁଁ କାମ କରୁଛି ଓ କରି ଚାଲିବି।

କାର୍ଯ୍ୟକ୍ରମରେ ଯୋଗଦେଇ ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ରାଜ୍ୟର କୃଷକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନିତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ। ସମବାୟ ବିଭାଗ, କୃଷି ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟ ଆଜି ଏକ ଅଭାବୀ ରାଜ୍ୟରୁ ଏକ ବଳକା ରାଜ୍ୟରେ ପରିଣତ ହୋଇଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ତିନି ଜଣ ହିତାଧିକାରୀ ରୀନା ସେଠୀ, ନିକୁଞ୍ଜ ବିହାରୀ କାପ ଓ ସବିତା ସାମନ୍ତରାୟ ପ୍ରମୁଖ ଋଣ ଉପରେ ସୁଧ ରିହାତି ଯୋଗୁ ସେମାନେ କିପରି ଚାଷ ଓ ବ୍ୟବସାୟ କରି ନିଜ ପରିବାରକୁ ସୁରଖୁରରେ ଚଳାଇ ପାରୁଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ। ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ଆଜି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ସମବାୟ ବିଭାଗ ପ୍ରମୁଖ ସଚିବ ଶ୍ରା ସଞ୍ଜୀବ ଚୋପ୍ରା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମବାୟ ନିବନ୍ଧକ ଶ୍ରୀ ଉଦ୍ଧବ ଚରଣ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

ଅକ୍ଷୟ ତୃତୀୟା ଚାଷୀ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.