Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନ: ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ବିଶେଷ ଖବର

୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନ: ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

April 26, 2023No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆମେ ଏବେ ବଡ ବଡ ସ୍ବପ୍ନ ଦେଖିପାରୁଛୁ ଏବଂ ସଫଳ ହେବୁ ବୋଲି ମଧ୍ୟ ଭାବୁଛୁ। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମତରୁ ଏହା ସ୍ପଷ୍ଟ ହୋଇଛି ଯେ ସେମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ବାସ ସୃଷ୍ଟି ହୋଇଛି। କୋରାପୁଟ ଜିଲ୍ଲାର ଜଣେ ଛାତ୍ରୀ ବିଷ୍ଣୁପ୍ରିୟା କହିଥିଲେ ଯେ ସେ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଗଭୀର ଭାବେ ପ୍ରଭାବିତ ହୋଇଛନ୍ତି। ବଡ ହେଲେ ସେ ନିଜେ ମୁଖ୍ୟମନ୍ତ୍ରୀ ହୋଇ ଓଡିଶାବାସୀଙ୍କ ସେବା କରିବାର ସ୍ବପ୍ନ ଦେଖୁଛନ୍ତି ବୋଲି କହିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ବହୁତ ଖୁସି ହୋଇ ତାଙ୍କୁ ଆଶୀର୍ବାଦ କରିଥିଲେ ଏବଂ ସମାଜ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ପରାମର୍ଶ ଦେଇଥିଲେ।

ସେହିପରି ବଲାଙ୍ଗୀର ଛାତ୍ରୀ ଦୀପାଞ୍ଜଳି ବେହେରା ବଡ ହେଲେ ପାଇଲଟ ହେବାକୁ ଚାହିଁଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କୁ ବିଜୁ ବାବୁଙ୍କ ସଂପର୍କରେ ଏକ ପୁସ୍ତକ ପ୍ରଦାନ କରାଯିବ ବୋଲି କହିଥିଲେ।

ସେହିପରି ସମ୍ବଲପୁରର ଜଣେ ଛାତ୍ରୀ ବାଗ୍ମୀ ବିଶ୍ବଜିତା ସାହୁ ଆଇ.ଏ.ଏସ ଅଫିସର ହେବାର ଇଚ୍ଛା ପ୍ରକଟ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଯେଉଁମାନେ ଆଇଏଏସ ବା ଆଇପିଏସ ଅଫିସର ହେବାକୁ ଚାହୁଁଛନ୍ତି, ସେମାନଙ୍କୁ ଆଇଏଏସ ବା ଆଇପିଏସ ଅଫିସର ମାନଙ୍କ ସହିତ ସାକ୍ଷାତକାରର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ବାରା ପିଲାମାନେ ଅଧିକ ପ୍ରେରଣା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପୁରୀ ଜିଲ୍ଲାର ଛାତ୍ରୀ ପୂଜାରିଣୀ ନାୟକ ଜଣେ ଆଦର୍ଶ ଶିକ୍ଷକ ଏବଂ କେନ୍ଦ୍ରାପଡାର ମୁବାସରା ନୁର୍ ବଡ ହେଲେ ଡାକ୍ତର ହେବାର ଆଶା ରଖିଥିଲେ। ପିଲାମାନଙ୍କ ଏହି ଉଚ୍ଚ ଆଶା ମୁଖ୍ୟମନ୍ତ୍ରୀଙ୍କୁ ବେଶ ପ୍ରଭାବିତ କରିଥିଲା। ଆଜିର ପିଲାମାନେ ଆଗାମୀ ଦିନରେ ଓଡିଶାର ଟେକ ରଖିବେ ବୋଲି ସେ ଦୃଢ ବିଶ୍ବାସ ପୋଷଣ କରିଥିଲେ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ଆଜି ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲ୍ଲାର ୧୦୦ଟି ହାଇସ୍କୁଲ, ସମ୍ବଲପୁର ଜିଲ୍ଲାର ୬୧ଟି, ପୁରୀ ଜିଲ୍ଲାର ୫୩ଟି ଓ କେନ୍ଦ୍ରାପଡା ଜିଲ୍ଲାର ୫୬ଟି ହାଇସ୍କୁଲ ଏବଂ କୋରାପୁଟ ଜିଲ୍ଲାର ୫୮ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଦୁଇ ଦିନରେ ସମୁଦାୟ ୬୮୫ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ। ସେ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ । ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଦ୍ବାରା ଆସିଛି ରୂପାନ୍ତର। ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ।

କାର୍ଯ୍ୟକ୍ରମରେ ଉପସ୍ଥିତ କୋରାପୁଟ ଜିଲ୍ଲାରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ବଲାଙ୍ଗୀରରେ ଜଳସଂପଦ ବିଭାଗ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ସମ୍ବଲପୁରରେ କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାୟକ, ପୁରୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ କେନ୍ଦ୍ରାପଡାରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ସେମାନଙ୍କ ମତାମତ ରଖି ଶିକ୍ଷା କ୍ଷେତ୍ରରେ ଏ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ବୋଲି ମତ ଦେଇଥିଲେ। ଦୃଢ ଶିକ୍ଷା ଭିତ୍ତିଭୂମି ପିଲାମାନଙ୍କୁ ସବୁ କ୍ଷେତ୍ରରେ ସଫଳ କରିବ ବୋଲି ଆଶାପ୍ରକାଶ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିକୁ ପ୍ରଶଂସା କରିଥିଲେ । ମନ୍ତ୍ରୀ ଶ୍ରୀ ସମୀର ଦାଶ କରିଥିଲେ ଯେ ଆଜି ସରକାରୀ ବିଦ୍ୟାଳୟ ପ୍ରତି ପିଲାଙ୍କ ଆକର୍ଷଣ ବୃଦ୍ଧି ପାଉଛି। ରାଜ୍ୟର ୮୧ ପ୍ରତିଶତ ପିଲା ସରକାରୀ ସ୍କୁଲରେ ପାଠ ପଢୁଛନ୍ତି ବୋଲି ସେ କହିଥିଲେ। କେବଳ ସେତିକି ନୁହେଁ, ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗୀତାମୂଳକ ମନୋଭାବ ବୃଦ୍ଧି ପାଇଛି ବୋଲି ପ୍ରକାଶ କରି ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ  ଭି.କେ. ପାଣ୍ଡିଆନ କହିଥିଲେ ଯେ ଆଗାମୀ ୬ ମାସ ମଧ୍ୟରେ ରାଜ୍ୟର ସବୁ ସ୍କୁଲକୁ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନଙ୍କ ଶିକ୍ଷାପାଇଁ ମୁଖ୍ୟମନ୍ତ୍ରୀ ଯେଉଁସବୁ ନିର୍ଦ୍ଦେଶ ଦେଉଛନ୍ତି, ସେଗୁଡିକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ଲୋକାର୍ପିତ ସ୍କୁଲ ରୂପାନ୍ତରଣ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.