ଆଳିରେ ଡଙ୍ଗା ବୁଡ଼ି ଘଟଣା: ମୃତ ବ୍ୟକ୍ତିଙ୍କ ପରିବାରକୁ ଅନକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published: Apr 27, 2023, 2:01 pm IST
Naveen

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Related posts