Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରାପଡା ଗସ୍ତରେ ୫-ଟି ସଚିବ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ଅନୁଧ୍ୟାନ
ବିଶେଷ ଖବର

କେନ୍ଦ୍ରାପଡା ଗସ୍ତରେ ୫-ଟି ସଚିବ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ଅନୁଧ୍ୟାନ

April 27, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି ।

ଶ୍ରୀ ପାଣ୍ଡିଆନ ଆଜି କେନ୍ଦ୍ରାପଡାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର, ଗୋଲରା ହାଟସ୍ଥିତ ଦଧିବାମନ ଜିଉ ମନ୍ଦିର ଓ ରାମନଗର ଠାରେ ଥିବା ରାମଚଣ୍ଡୀ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ବଳଦେବଜିଉ ମନ୍ଦିର ଟ୍ରଷ୍ଟବୋର୍ଡ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରି ଏହାର ଅଧିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ DPR ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଦଧିବାମନଜୀଉ ଓ ରାମଚଣ୍ଡୀ ମନ୍ଦିରର ପାରିପାର୍ଶ୍ବିକ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ DPR ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ମହାକାଳପଡା ବ୍ଲକ୍‌ସ୍ଥିତ ଅଡୋଇଠାରେ ପ୍ରସ୍ତାବିତ Arcelor Mittal Nippon Steel Plant ଅଞ୍ଚଳ ପରିଦର୍ଶନ କରିଥିଲେ। ସେଠାରେ ବିଭିନ୍ନ ପଦାଧିକାରୀମାନଙ୍କ ସହିତ ଆଲୋଚନା କରି ପ୍ରକଳ୍ପର ପ୍ରାକ୍‌ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ। ଏହି କାମ ତୁରନ୍ତ ଆରମ୍ଭ କରିବାକୁ ସେ ଜିଲ୍ଲାପାଳ ଓ ପ୍ଲାଣ୍ଟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେଠାରେ ସେ ମାର୍ଶାଘାଇ-ଜମ୍ବୁ କେନାଲ ରାସ୍ତାର ପ୍ରସ୍ତାବିତ ସଂପ୍ରସାରଣ କାର୍ଯ୍ୟ ସଂପର୍କରେ ସମୀକ୍ଷା କରିଥିଲେ। ୧୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଥିଲେ।

କେନ୍ଦ୍ରପଡା ସର୍କିଟ ହାଉସରେ ଶ୍ରୀ ପାଣ୍ଡିଆନ ପ୍ରାୟ ୧୩୦ଟି ନାଗରିକ ସମାଜ (ସିଭିଲ ସୋସାଇଟି) ବିଭିନ୍ନ ସଂସ୍ଥା ଓ ସଂଘ ମାନଙ୍କ ସହ ଆଲୋଚନା କରି ଜିଲ୍ଲାର ବିକାଶ ଓ ଲୋକ ମାନଙ୍କ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ। ଜିଲ୍ଲାସ୍ତରରେ ଯେଉଁସବୁ ସମସ୍ୟାର ସମାଧାନ ହୋଇପାରିବ, ତାର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟ ସରକାରଙ୍କ ସ୍ତରରେ ହେବାକୁ ଥିବା ସମସ୍ୟାର ସମାଧାନ ଉପଯୁକ୍ତ ପର୍ଯ୍ୟାଲୋଚନା ପରେ ପଦକ୍ଷପ ନିଆଯିବ ବୋଲି ସେ କହିଥିଲେ।

ଶ୍ରୀ ପାଣ୍ଡିଆନ ପ୍ରଥମେ କେନ୍ଦ୍ରାପଡା ଜିଲ୍ଲାର RMC Complex କୁ ଗସ୍ତ କରି ସେଠାରେ ୫୦୦ ଏମ୍‌.ଟି ବିଶିଷ୍ଟ ଶୀତଳଭଣ୍ଡାରର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସେ କେନ୍ଦ୍ରାପଡା ବ୍ଲକ୍‌ ଜଜାଙ୍ଗସ୍ଥିତ ସଂକଳ୍ପ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏଠାରେ ଗୋଲଡେନ୍‌ ଗ୍ରାସ ହସ୍ତଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ଏଠାରେ ଶ୍ରୀ ପାଣ୍ଡିଆନ କାମ କରୁଥିବା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କର କାର୍ଯ୍ୟ ଓ ସୁବିଧା ଅସୁବିଧା ସଂପର୍କରେ ବୁଝିଥିଲେ। ଗୋଲଡେନ୍‌ ଗ୍ରାସରେ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀର ଉପଯୁକ୍ତ ମାର୍କେଟିଂ ପାଇଁ ପଦକ୍ଷେପ ନେବାକୁ ଏବଂ ଏହି ପ୍ରକଳ୍ପରେ ଅଧିକରୁ ଅଧିକ ସ୍ବୟଂ ସହାୟକ ଗୋଷ୍ଠୀକୁ ସାମିଲ କରିବାକୁ ସେ ହସ୍ତଶିଳ୍ପ ବିଭାଗକୁ ପରାମର୍ଶ ଦେଇଥିଲେ ।

ଏହାପରେ ଶ୍ରୀ ପାଣ୍ଡିଆନ ବଡମୂଳବସନ୍ତ ଅଞ୍ଚଳରେ ଚାଲିଥିବା ଜୟ ସଂକଟମୋଚନ ଓ ମା ଶାରଳା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ପରିଚାଳିତ ମତ୍ସ୍ୟ ଚାଷ ପ୍ରକଳ୍ପ ଅନୁଧ୍ୟାନ କରିଥିଲେ । ପ୍ରକଳ୍ପ ସହିତ ସିଧାସଳଖ ସଂଶ୍ଲିଷ୍ଟ ହୋଇ କାମକୁ ଆଗେଇ ନେବାପାଇଁ ସେ ସଦସ୍ୟା ମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହାପରେ ୫-ଟି ସଚିବ ପଟ୍ଟାମୁଣ୍ଡାଇସ୍ଥିତ State Institute of Plumbing Technology ବୁଲି ଦେଖିଥିଲେ । ସେଠାରେ ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି ପିଲାମାନେ ଯେପରି ପାସ୍‌ ହେବା ପରେ ପରେ ତୁରନ୍ତ ନିଯୁକ୍ତି ପାଇପାରିବେ, ସେ ସଂପର୍କରେ ପଦକ୍ଷେପ ନେବା ପାଇଁ ଅଧ୍ୟକ୍ଷଙ୍କୁ ପରାମର୍ଶ ଦେଇଥିଲେ । ଏହାପରେ ସେ Indoor Stadium ଓ Indoor Hall କାମ ଅନୁଧ୍ୟାନ କରି ଶୀଘ୍ର କାମ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଗୋଲରା ହାଟ ଠାରେ ସେ ମିଶନ ଶକ୍ତି ଅଧିନସ୍ଥ ଉତ୍କଳ ଗ୍ରାମୀଣ ଉତ୍ପାଦକ ଗୋଷ୍ଠୀ ଦ୍ବାରା ପରିଚାଳିତ Embroidery Stitching Unit ପରିଦର୍ଶନ କରିଥିଲେ । ଜିଲ୍ଲା ଓ ରାଜ୍ୟ ସ୍ତରରେ ଏହି ସାମଗ୍ରୀ ପାଇଁ ଅଧିକ ବଜାର ସୁବିଧା କରିବା ପାଇଁ ସେ ପରାମର୍ଶ ଦେବା ସହିତ ଏହି ସଂସ୍ଥା ଗୁଡିକ ଅଧିକ ସହଯୋଗ ଯୋଗାଇ ଦେବାପାଇଁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ଡେରାବିଶ ବ୍ଲକ୍‌ରେ ଏକ ମିଶନ ଶକ୍ତି କେଫ ପରିଦର୍ଶନ କରି ସେଠାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନଙ୍କ ସହିତ ଆଲୋଚନା କରିଥିଲେ । ଲୋକଙ୍କ ଆବଶ୍ୟକତାକୁ ଦେଖି ନୂଆ ନୂଆ ପ୍ରକାରର ଖାଦ୍ୟ ପଦାର୍ଥ ପ୍ରସ୍ତୁତ କରି ନିଜ ପାଇଁ ବଜାର ସୃଷ୍ଟି କରିବାରୁ ସେ ପରାମର୍ଶ ଦେଇଥିଲେ। ଡେରାବିଶରେ ସେ ପ୍ରାୟ ୬୦୦ ଜିଲ୍ଲାସ୍ତରୀୟ ଓ ବ୍ଲକ୍‌ସ୍ତରୀୟ ଓ ଗ୍ରାମପଞ୍ଚାୟତସ୍ତରୀୟ କାର୍ଯ୍ୟକର୍ତ୍ତା ମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ଲୋକଙ୍କ ପାଇଁ ଅଧିକରୁ ଅଧିକ ଜୀବିକା ସୃଷ୍ଟି କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏ କ୍ଷେତ୍ର ପାଇଁ ଅର୍ଥର କୌଣସି ଅଭାବ ରହିବା ନାହିଁ ବୋଲି ସେ କହିଥିଲେ ।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା କେନ୍ଦ୍ରାପଡା ଜିଲ୍ଲାପାଳ ଓ ବିଭିନ୍ନ ବିଭାଗର ସଂପୃକ୍ତ ଅଧିକାରୀମାନେ ଓ ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟାଳୟ ର ଅଧିକାରୀମାନେ ଉପସ୍ଥିତ ଥିଲେ ।

ଉନ୍ନୟନମୂଳକ କାମ କେନ୍ଦ୍ରାପଡା ଗସ୍ତ ଦଧିବାମନ ମନ୍ଦିର ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ରାମଚଣ୍ଡୀ ମନ୍ଦିର ଶ୍ରୀ ବଳଦେବଜୀଉ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026
Latest News

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.