Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ଏଫ୍ଏମ୍ ରେଡିଓ ଟ୍ରାନ୍ସମିଟରକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ବିଶେଷ ଖବର

ଆଜି ଏଫ୍ଏମ୍ ରେଡିଓ ଟ୍ରାନ୍ସମିଟରକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

April 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୯୧ ଏଫ୍ଏମ୍ ରେଡିଓ ଟ୍ରାନ୍ସମିଟରକୁ ଉଦ୍ଘାଟନ କରିବେ। ଭିଡିଓ କନ୍ଫରେନ୍ସି ବ୍ୟବସ୍ଥାରେ ଏହି ଉଦ୍ଘାଟନ କାର୍ଯ୍ୟ ସମ୍ପାଦିତ ହେବ। ଉଦ୍ଘାଟିତ ହେବାକୁ ଥିବା ପ୍ରତ୍ୟେକ ଏଫଏମ୍ ଟ୍ରାନ୍ସମିଟରର କ୍ଷମତା ୧୦୦ଡବ୍ଲୁ। ଏସବୁ ଏଫ୍ଏମ୍ ଟ୍ରାନ୍ସମିଟର କାର୍ଯ୍ୟକ୍ଷମ ହେଲେ ଦେଶରେ ରେଡିଓ ଯୋଗାଯୋଗ ସୁବିଧା ବଢିବ।

ଭାରତ ସରକାର ଦେଶରେ ଏଫ୍ଏମ୍ ସଂଯୋଗ ବ୍ୟବସ୍ଥା ବୃଦ୍ଧି କରିବାକୁ ଅଙ୍ଗୀକାରବଦ୍ଧ। ଏହି ୯୧ ନୂଆ ୧୦୦ଡବ୍ଲୁ ଏଫ୍ଏମ୍ ଟ୍ରାନ୍ସମିଟର ଦେଶର ୧୮ଟି ରାଜ୍ୟ ଓ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ୮୪ଜିଲ୍ଲାରେ ସ୍ଥାପନ କରାଯାଇଛି। ଏଥିରେ ଦେଶର ଆକାଂକ୍ଷୀ ଜିଲ୍ଲା ଓ ସୀମାନ୍ତବର୍ତ୍ତୀ ଅଞ୍ଚଳ ଗୁଡିକ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି। ଯେଉଁ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଏହି ନୂଆ ଏଫ୍ଏମ୍ ରେଡିଓ ଟ୍ରାନ୍ସମିଟର କାର୍ଯ୍ୟକ୍ଷମ ହେବ ସେସବୁ ହେଲା ବିହାର, ଝାଡଖଣ୍ଡ, ଓଡିଶା, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ନାଗାଲାଣ୍ଡ, ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ, କେରଳ, ତେଲଙ୍ଗାନା, ଛତିଶଗଡ, ଗୁଜରାଟ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଲଦାଖ ଓ ଆଣ୍ଡମାନ ନିକୋବର ଦ୍ୱୀପପୁଞ୍ଜ। ଏହି ସମ୍ପ୍ରସାରଣ ସହିତ ଆକାଶବାଣୀର ଏଫ୍ଏମ୍ ସେବା ଅଧିକ ଦୁଇକୋଟି ଲୋକ ପାଇବେ। ଆଗରୁ ସେମାନଙ୍କୁ ରେଡିଓ ସେବା ମିଳୁ ନ ଥିଲା।

ନୂଆ ଏଫ.ଏମ୍ ଟ୍ରାନ୍ସମିଟର ଗୁଡିକ ଅତିରିକ୍ତ୩୫ହଜାର ବର୍ଗ କିଲୋମିଟର ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ସମ୍ପ୍ରସାରିତ କରିପାରିବେ।

ପ୍ରଧାନମନ୍ତ୍ରୀ ରେଡିଓର ଜଣେ ଦୃଢ ସମର୍ଥକ। ଏହି ବେତାର ସେବା ଅଧିକରୁ ଅଧିକ ଲୋକଙ୍କ ପାଖରେ ପଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ ବୋଲି ତାଙ୍କର ଦୃଢ ବିଶ୍ୱାସ ରହିଛି। ଗଣମାଧ୍ୟମର ସାମର୍ଥ୍ୟକୁ ଉପଯୋଗ କରି ତାହାର ସେବା ସର୍ବାଧିକ ଜନତାଙ୍କ ପାଖରେ ପହଞ୍ଚାବାକୁ ପ୍ରଧାନମନ୍ତ୍ରୀ ତାଙ୍କ ମାସିକିଆ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ “ମନ୍ କି ବାତ୍” ଆରମ୍ଭ କରିଥିଲେ।

ଏହି କାର୍ଯ୍ୟକ୍ରମ ଆସନ୍ତା ୩୦ତାରିଖ ରବିବାର ଦିନ ୧୦୦ତମ ଅଧ୍ୟାୟରେ ପହଞ୍ଚିବ। ଏହି ଐତିହାସିକ କ୍ଷଣର ଠିକ ଦୁଇଦିନ ପୂର୍ବରୁ ଦେଶରେ ନୂଆ ୯୧ଟି ଏଫଏମ୍ ରେଡିଓ ଟ୍ରାନ୍ସମିଟର କାର୍ଯ୍ୟକ୍ଷମ ହେଉଛି।

ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.