Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ: ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ବାଇଶ କୋଟି
ବିଶେଷ ଖବର

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ: ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ବାଇଶ କୋଟି

April 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭି କେ ପାଣ୍ଡିଆନ୍ ଙ୍କ ଗସ୍ତର ଚବିଶ ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ବାଇଶ କୋଟି ଟଙ୍କା।

ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ସତେଇଶ ଓ ଅଠେଇଶ ତାରିଖ ଦୁଇ ଦିନ ଧରି ୫ଟି ସଚିବ ପାଣ୍ଡିଆନ୍ କେନ୍ଦ୍ରପଡା ଗସ୍ତ କରିଥିଲେ। ଗସ୍ତର ଦ୍ଵିତୀୟ ଦିନରେ ୨୮ ତାରିଖ ଦିନ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ।

ଏହି ସମୟରେ ଶ୍ରୀ ପାଣ୍ଡିଆନ୍ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ। ସେମାନଙ୍କ ସମସ୍ୟା ବୁଝିଥିଲେ। ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ।

ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ବାଇଶ କୋଟି ପଚାଶ ଲକ୍ଷ୍ ଏକସତରୀ ହାଜର ଟଙ୍କାର ପ୍ୟାକେଜ ମଞ୍ଜୁର କରିଛନ୍ତି।

ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧ ବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ। ରାସ୍ତା, ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମିର ବିକାଶ କରାଯିବ।

ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇଦିଆଯିବ।

ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠରେ ଭିତ୍ତିଭୂମିର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସହ ସାଉଣ୍ଡ ଓ ଲାଇଟ ର ବ୍ୟବସ୍ଥା କରାଯାଇ ଏହାକୁ ଏକ ପ୍ରମୂଖ ପର୍ଯ୍ୟଟକ ସ୍ଥାନ ଭବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ଏ ସମସ୍ତ କାମ ୫ଟି ଉପକ୍ରମରେ ତୁରନ୍ତ ହାତକୁ ନେଇ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନଯୋଗ୍ୟ ଯେ, ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାତଭାୟା ଅଞ୍ଚଳ ସମୁଦ୍ରରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି। ଜଳବାୟୁ ପରିବର୍ତ୍ତନ ଦ୍ଵାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ କଲୋନୀ ହେବ।

ନବୀନ ପଟ୍ଟନାୟକ ଭି.କେ. ପାଣ୍ଡିଆନ୍ ସାତଭାୟା ବଗପାଟିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ….

February 11, 2026

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବ୍ୟାଙ୍କ ଖୋଲା ରହିବ କି ବନ୍ଦ ରହିବ?, ଜାଣନ୍ତୁ

February 11, 2026

ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ “ବନ୍ଦେ ମାତରମ୍”: ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ

February 11, 2026

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.