୫ଟି ସଚିବଙ୍କ ବ୍ରହ୍ମପୁର ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ: ପନ୍ଦର ଦିନରେ ମାଷ୍ଟର ପ୍ଳାନ ପ୍ରସ୍ତୁତ ପାଇଁ ପରାମର୍ଶ

Published: Apr 30, 2023, 10:22 pm IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଆଜି ଅପରାହ୍ନରେ ବ୍ରହ୍ମପୁର ସହର ପ୍ରସିଦ୍ଧ ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ। ଆଜି ଥିଲା ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରାର ଶେଷ ଦିନ। ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ମନ୍ଦିରରେ ମାଆଙ୍କ ପୂଜାର୍ଚନା କରି ଆଶୀର୍ବାଦ ଭିକ୍ଷା କରିଥିଲେ।

ପରେ ୫ଟି ସଚିବ ମନ୍ଦିରର ବିକାଶ ସମ୍ପର୍କରେ ମନ୍ଦିର କମିଟି ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ।

ବୁଢୀ ଠାକୁରାଣୀ ମନ୍ଦିର ଏକ ପ୍ରାଚୀନ ମନ୍ଦିର। ପ୍ରତିଦିନ ଏଠାକୁ ଶହ ଶହ ଭକ୍ତ ଆସିଥାନ୍ତି। ତେଣୁ ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସେଠାରେ ଉପଯୁକ୍ତ ଭିତ୍ତିଭୂମିର ବିକାଶ କରିବାକୁ ସ୍ଥିର କରାଯାଇଥିଲା।

ଏ ସମ୍ପର୍କରେ ପନ୍ଦର ଦିନ ରେ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରିବାକୁ ଶ୍ରୀ ପାଣ୍ଡିଆନ୍ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ବ୍ରହ୍ମପୁର୍ ମେୟର ରାଜ୍ୟ ଯୋଜନା ବୋର୍ଡ ସଭ୍ୟ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଓ ଗଞ୍ଜାମ ଜିଲ୍ଲାପାଳ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Related posts